ପ୍ରମୁଖ ଖବର
  • ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ଦିନ ୯ଟା ସୁଦ୍ଧା ୯.୮୬ ପ୍ରତିଶତ ମତଦାନ
  • ||
  • ସୋମବାର ଏକାମ୍ରରେ ନବୀନଙ୍କ ରୋଡ୍‌ ସୋ’: ହାଇଟେକ୍‌ ବସରେ ପ୍ରଚାର, ୮ ଛକରେ ଅଟକିବେ
  • ||
  • ବଢ଼ିଲା ବାତ୍ୟା ଭୟ, ଜିଏଫଏସ ମଡେଲର ଆକଳନ ୨୫ ତାରିଖ ସଂଧ୍ୟାରେ ଓଡ଼ିଶାରେ ହେବ ମାଡ଼
  • ||
  • ପଞ୍ଚମ ପର୍ଯ୍ୟାୟରେ ଭୋଟ୍ ଦେଉଛି ଭାରତ: ୪୯ ଆସନରେ ୬୯୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
  • ||
  • ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ, ୫ ଲୋକସଭା ୩୫ ବିଧାନସଭା ଆସନରେ ଭୋଟିଂ
  • ||
  • ପୁରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||

ରାଜ୍ୟରେ କମ୍ପୁଛି ପ୍ରଚାର ମଇଦାନ୍, ଆଜି ଗଞ୍ଜାମ ଓ କନ୍ଧମାଳରେ କ୍ୟାମ୍ପେନିଂ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବ୍ରହ୍ମପୁର,୦୯/୦୫: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଆଉ ତିନିଦିନ ପରେ ସରିବ । ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଗଞ୍ଜାମ ଓ କନ୍ଧମାଳ ଜିଲ୍ଲା ଗସ୍ତ କରି ଗୋପାଳପୁର ଓ ଆସିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଜନସଭାରେ ଉଦ୍‌ବୋଧନ ଦେବା କାର୍ଯ୍ୟକ୍ରମ ରହିଛି । ପରେ ସେ କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ଆୟୋଜିତ ଜନସଭାକୁ ସମ୍ବୋଧିତ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପରେ ବିଜେଡିକୁ ଅଧିକ ବଳ ମିଳିବ ବୋଲି ଆଶା କରାଯାଉଛି । 

ସେପଟେ ଗୋପାଳପୁର ଓ ଆସିକାରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବାକୁ ବିରାଟ ପଟୁଆର ଆୟୋଜନ କରିଛନ୍ତି ନେତା । ଗଞ୍ଜାମ ଗସ୍ତ ପରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଜିଲ୍ଲା ଫୁଲବାଣୀରେ ଆୟୋଜିତ ଜନସଭାରେ ଯୋଗଦେଇ ଭୁବନେଶ୍ୱର ଫେରିବା କାର୍ଯ୍ୟସୂଚୀ ସ୍ଥିର ହୋଇଛି । ମେ ୧୩ରେ ବ୍ରହ୍ମପୁର ଲୋକସଭା କ୍ଷେତ୍ରରେ ମତଦାନ ଧାର୍ଯ୍ୟ ହୋଇଥିବା ବେଳେ ମେ ୨୦ରେ ଆସିକା ଓ କନ୍ଧମାଳ ଲୋକସଭା ନିର୍ବାଚନମଣ୍ଡଳୀରେ ଭୋଟ ଗ୍ରହଣ ହେବ । 

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜାରି ହୋଇଥିବା ସୂଚନା ପ୍ରକାରେ ଗୁରୁବାର ପୂର୍ବାହ୍ନ ୧୦ଟା ୧୦ରେ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍‌ରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ସେଠାରୁ ସେ ଆଉ ଗୋଟିଏ ହେଲିକପ୍ଟରରେ କନିଷି ବାଲାଜୀ ବିଦ୍ୟାପୀଠ ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇ ଆୟୋଜିତ ଜନସଭାରେ ଉଦ୍‌ବୋଧନ ଦେବା କାର୍ଯ୍ୟକ୍ରମ ରହିଛି । ପୂର୍ବାହ୍ଣ ୧୧ଟା ୨୫ରେ ସେ ଆସିକା ଗସ୍ତ କରିବେ । ପୂର୍ବାହ୍ଣ ୧୧ଟା ୪୫ରେ ଆସିକା ବିଜ୍ଞାନ ମହାବିଦ୍ୟାଳୟ ନିକଟ ପଡ଼ିଆରେ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଅବତରଣ କରିବେ । ସେଠାରୁ ସେ ଆୟୋଜିତ ଜନସଭାରେ ଯୋଗ ଦେବା ପରେ ଅପରାହ୍ଣ ୧ଟା ୧୦ରେ ଫୁଲବାଣୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ । ସାଧାରଣ ସଭାରେ ଯୋଗଦେବା ପରେ ଅପରାହ୍ଣ ୧ଟା ୫୦ରେ ଭୁବନେଶ୍ୱର ଫେରବେ ।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.