ପ୍ରମୁଖ ଖବର
  • ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ଏସ୍‌ ଜୟଶଙ୍କର
  • ||
  • ରାଜଧାନୀରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ରୁମ୍‌ରେ ଥିବା ଅନ୍ୟ ଜଣେ ଯୁବତୀ ଫେରାର
  • ||
  • ବ୍ରହ୍ମଗିରି ଆସନରୁ ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ପ୍ରାର୍ଥୀ ଉପାସନା ମହାପାତ୍ର
  • ||
  • କଂଗ୍ରେସ ପୁରୀ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତ ଫେରାଇଲେ ଟିକେଟ୍
  • ||
  • ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଜୟଶଙ୍କର, ୫ରେ ପୁଣି ଆସିବେ ଜେପି ନଡ୍ଡା
  • ||
  • ଶନିବାର ୪ ଜିଲ୍ଲାରେ ପ୍ରଚାର କରିବେ ନବୀନ, ସକାଳ ସାଢ଼େ ୧୦ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କମ୍ପିବ ମଇଦାନ୍
  • ||
  • IPL 2024: ଚିନ୍ନାସ୍ୱାମୀରେ ବେଙ୍ଗାଲୁରୁକୁ ଭେଟିବ ଗୁଜରାଟ, ଦେଖିବାକୁ ମିଳିବ ରୋଚକ ଲଢ଼େଇ
  • ||
  • ତାତିରେ ଲାଗିବ ବ୍ରେକ୍: ଆଜିଠୁ ଉପକୂଳ, ୭ରୁ ସାରା ଓଡ଼ିଶାରେ ଖସିବ ପାରଦ, ୧୨ ଯାଏଁ ବିକ୍ଷିପ୍ତ ବର୍ଷା ଆଶାଙ୍କା
  • ||

ଜାଗାବାଡ଼ିକୁ ନେଇ ମାମୁଁ ଭଣଜା ଗୋଷ୍ଠୀ ସଂଘର୍ଷ, ୬ ଗୁରୁତର ଆହତ

ବାଲିଗୁଡ଼ା, ୨୧।୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପାଟଖଣ୍ଡା ସାହିରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଙ୍ଘର୍ଷ । ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛି । ଗୋଷ୍ଠୀ ସଙ୍ଘର୍ଷରେ ୬ ଜଣ ଗୁରୁତର ଆହତ ହୋଇଥିବା ବେଳେ ସମସ୍ତଙ୍କୁ ପ୍ରଥମେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ ସମ୍ପର୍କୀୟ ଲୋକେ । ପ୍ରାଥମିକ ଚିକିତ୍ସା ପରେ ଦୁଇଜଣ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି । 

ସୂଚନା ଅନୁସାରେ, ବାଲିଗୁଡ଼ା ପାଟ୍ଟଖଣ୍ଡା ସାହିର ଅସରଫ୍ ଓ ଆଲ୍ଲା ଉଦ୍ଦିନଙ୍କ ପରିବାର ମଧ୍ୟରେ ଦୀର୍ଘ ଦିନରୁ ଜାଗାବାଡ଼ିକୁ ନେଇ କଳହ ଲାଗି ରହିଥିଲା । ଉଭୟେ ସମ୍ପର୍କରେ ମାମୁଁ ଭଣଜା ହୋଇଥିବା ଜଣାପଡ଼ିଛି । ଦୀର୍ଘ ଦିନରୁ ଲାଗି ରହିଥିବା କଳହ ଶନିବାର ଉଗ୍ର ରୂପ ନେଇଥିବା ବେଳେ ଅସରଫ୍ ଓ ତାଙ୍କ ତିନି ପୁଅ ଆଲ୍ଲା ଉଦ୍ଦିନ୍, ତାଙ୍କ ପୁଅ ରାସିଦ୍ ଓ ସାହିଦ୍ ଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛି । ତେବେ ଏନେଇ ବର୍ତ୍ତମାନ ସୁଦ୍ଧା ବାଲିଗୁଡ଼ା ଥାନାରେ କୌଣସି ମାମଲା ରୁଜୁ ହୋଇନଥିବା ଜଣାପଡ଼ିଛି ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.