ପ୍ରମୁଖ ଖବର
  • ଭୁବନେଶ୍ୱରରେ ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ ଏସ୍‌ ଜୟଶଙ୍କର
  • ||
  • ରାଜଧାନୀରେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ରୁମ୍‌ରେ ଥିବା ଅନ୍ୟ ଜଣେ ଯୁବତୀ ଫେରାର
  • ||
  • ବ୍ରହ୍ମଗିରି ଆସନରୁ ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ପ୍ରାର୍ଥୀ ଉପାସନା ମହାପାତ୍ର
  • ||
  • କଂଗ୍ରେସ ପୁରୀ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତ ଫେରାଇଲେ ଟିକେଟ୍
  • ||
  • ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଜୟଶଙ୍କର, ୫ରେ ପୁଣି ଆସିବେ ଜେପି ନଡ୍ଡା
  • ||
  • ଶନିବାର ୪ ଜିଲ୍ଲାରେ ପ୍ରଚାର କରିବେ ନବୀନ, ସକାଳ ସାଢ଼େ ୧୦ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କମ୍ପିବ ମଇଦାନ୍
  • ||
  • IPL 2024: ଚିନ୍ନାସ୍ୱାମୀରେ ବେଙ୍ଗାଲୁରୁକୁ ଭେଟିବ ଗୁଜରାଟ, ଦେଖିବାକୁ ମିଳିବ ରୋଚକ ଲଢ଼େଇ
  • ||
  • ତାତିରେ ଲାଗିବ ବ୍ରେକ୍: ଆଜିଠୁ ଉପକୂଳ, ୭ରୁ ସାରା ଓଡ଼ିଶାରେ ଖସିବ ପାରଦ, ୧୨ ଯାଏଁ ବିକ୍ଷିପ୍ତ ବର୍ଷା ଆଶାଙ୍କା
  • ||

ଏହି ରାଶିର ବ୍ୟକ୍ତି ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ

ମେଷ : ଷଷ୍ଠ ଓ ସପ୍ତମଚନ୍ଦ୍ର, ମଙ୍ଗଳବାର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ପରିବାରରେ ସୁଖ ଶାନ୍ତିର ପରିବେଶ ରହିବ । ବିଦେଶ ଯାତ୍ରା, ନୂତନ ଗୃହ ନିର୍ମାଣ, ନୂତନ ନିଯୁକ୍ତି ଆଦି ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୬, ଆରାଧନା : ପ୍ରଭୁ ଶ୍ରୀ ଜଗନ୍ନାଥ ।

ବୃଷ : ସକାଳ ୯ଟା ୧୮ ମିନିଟ୍‌ ପର୍ଯ୍ୟନ୍ତ ଘାତ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ । ଏହାପରେ ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି  ଏବଂ ଦେହ ମନ ସୁସ୍ଥ ରହିବ । ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ରୋଗ, ଶୋକ, ଦୁଃଖ ଓ କ୍ଳେଶରୁ ମୁକ୍ତି ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ମିଥୁନ : ସକାଳ ୯ଟା ୧୮ ମିନିଟ୍‌ ପର୍ଯ୍ୟନ୍ତ ଚତୁର୍ଥ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ ଅଶୁଭ ଫଳ ମିଳିବ । ଏହାପରେ ପଞ୍ଚମ ଚନ୍ଦ୍ର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ଧୀଶକ୍ତି ଓ ସ୍ମରଣ ଶକ୍ତି ବୃଦ୍ଧି ପାଇବ ଏବଂ ଆପଣଙ୍କର ବାକ୍‌ ବିଚକ୍ଷଣତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ଆର୍ଦ୍ରା ଓ ପୁନର୍ବସୁ ମିଥୁନ ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ସକାଳ ୯ଟା ୧୮ ମିନିଟ୍‌ ପରେ ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ପୁଷ୍ୟା କର୍କଟ ସେମାନେ ସତର୍କ ହେବେ ।

ଶୁଭରଙ୍ଗ: ଧଳା, ସଂଖ୍ୟା: ୨, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଦ୍ୱିତୀୟ ଓ ତୃତୀୟଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖ ଶାନ୍ତି ଏବଂ ଭାଇ ଭଉଣୀଙ୍କ ସାହାଯ୍ୟ, ସହଯୋଗପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ତତ୍ପରତା ଓ ଏକାଗ୍ରତା ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଶ୍ରୀଚନ୍ଦ୍ର ଏବଂ ଦ୍ୱିତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଆକସ୍ମିକ ଧନ ଲାଭ ଏବଂ ବକେୟା ଧନ, ହୃତଧନ ଫେରିପାଇବେ । ଆୟ ପ୍ରତି ଅନାଗ୍ରହ ଓ ବ୍ୟୟ ପ୍ରତି ଆଗ୍ରହ ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କାର୍ଯ୍ୟ ଦକ୍ଷତା ପ୍ରକାଶପାଇବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ସକାଳ ୯ଟା ୧୮ ମିନିଟ୍‌ ପର୍ଯ୍ୟନ୍ତ ଦ୍ୱାଦଶ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଅଯଥା ବିଳମ୍ବ ଓ କର୍ମପ୍ରତି ଆଳସ୍ୟତା ଭାବ ପ୍ରକାଶ ପାଇବ । ଏହାପରେ ଶ୍ରୀ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସଫଳତା ଶୀର୍ଷରେ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ରହିବ । ଯେଉଁମାନଙ୍କର ସ୍ୱାତୀ ଓ ବିଶାଖାତୁଳା, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : କଫି, ସଂଖ୍ୟା : ୬, ଆରାଧନା : ମା’ ଗାୟତ୍ରୀ ।

ବିଛା : ସକାଳ ୯ଟା ୧୮ ମିନିଟ୍‌ ପର୍ଯ୍ୟନ୍ତ ଏକାଦଶ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ ଶୁଭଫଳ ମିଳିବ । ଏହାପରେ ଦ୍ୱାଦଶଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଖର୍ଚ୍ଚ ଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନା ଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ : ଦଶମ ଓ ଏକାଦଶଚନ୍ଦ୍ର, ମଙ୍ଗଳବାର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଅସମ୍ପୂର୍ଣ୍ଣ କର୍ମ ପୂର୍ଣ୍ଣ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର ନୂତନ ମାର୍ଗ ଖୋଲିବ । କର୍ମରେ ସଫଳତା ଓ କର୍ମ ସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୫, ଆରାଧନା : ମା’ ମାଣିକେଶ୍ୱରୀ ।

ମକର : ଘାତବାର ଏବଂ ନବମ ଓ ଦଶମ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତବାରର ପ୍ରଭାବ କମ୍‌ ରହିବ । ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଗୁରୁତ୍ୱ ଦେବେ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମ ତୃପ୍ତି ରହିବ ଏବଂ କର୍ମରେ ଅସମ୍ଭବ ସଫଳତା ମିଳିବ ।ଯେଉଁମାନଙ୍କର ଶ୍ରବଣା ମକର ସେମାନେ ଉପକୃତ ହେବେ ।

ଶୁଭରଙ୍ଗ : କଳା, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

କୁମ୍ଭ : ସକାଳ ୯ଟା ୧୮ ମିନିଟ୍‌ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ ଓ ବ୍ୟବସାୟରେ ଅଶୁଭ ଫଳ ମିଳିବ । ଏହାପରେ ନବମ ଚନ୍ଦ୍ର ଯୋଗୁ ମନରୁ ଦୁଃଖ, କ୍ଳେଶ, ଦୁଶ୍ଚିନ୍ତା, ଦୁର୍ଭାବନା ଅପସରି ଯିବ ଏବଂ ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁମାନଙ୍କର ଶତ ଭିଷା ଓ ପୂର୍ବ ଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

ମୀନ : ସକାଳ ୯ଟା ୧୮ ମିନିଟ୍‌ ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତି ଭାବ ଓ ଚିଡ଼ିଚିଡ଼ା ପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରହିବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଉତ୍ତର ଭାଦ୍ରମୀନ ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ୍‌, ସଂଖ୍ୟା : ୯, ଆରାଧନା :   ପ୍ରଭୁଗଜାନନ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.