ପ୍ରମୁଖ ଖବର
  • ବରଗଡ଼ରେ ନିର୍ବାଚନୀ ହିଂସା, ଛୁରା ମାଡ଼ରେ ଜଣେ ମୃତ
  • ||
  • ଭୋଟ ବର୍ଜନ କଲେ ମତଦାତା , ଦିନ ୧୨ଟା ସୁଦ୍ଧା ଫିରିଙ୍ଗିଆ ବ୍ଲକ କାମ୍ବାପଡା ବୁଥରେ ମାତ୍ର ଗୋଟିଏ ଭୋଟିଂ
  • ||
  • ଦ୍ଵିତୀୟ ପର୍ଯ୍ୟାୟ ଭୋଟ୍ ଦେଉଛି ଓଡ଼ିଶା, ସକାଳ ୧୧ଟା ସୁଦ୍ଧା ଲୋକସଭା ଆସନ ପାଇଁ ୨୧.୦୭% ମତଦାନ
  • ||
  • ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ଦିନ ୯ଟା ସୁଦ୍ଧା ୯.୮୬ ପ୍ରତିଶତ ମତଦାନ
  • ||
  • ସୋମବାର ଏକାମ୍ରରେ ନବୀନଙ୍କ ରୋଡ୍‌ ସୋ’: ହାଇଟେକ୍‌ ବସରେ ପ୍ରଚାର, ୮ ଛକରେ ଅଟକିବେ
  • ||
  • ବଢ଼ିଲା ବାତ୍ୟା ଭୟ, ଜିଏଫଏସ ମଡେଲର ଆକଳନ ୨୫ ତାରିଖ ସଂଧ୍ୟାରେ ଓଡ଼ିଶାରେ ହେବ ମାଡ଼
  • ||
  • ପଞ୍ଚମ ପର୍ଯ୍ୟାୟରେ ଭୋଟ୍ ଦେଉଛି ଭାରତ: ୪୯ ଆସନରେ ୬୯୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
  • ||
  • ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ, ୫ ଲୋକସଭା ୩୫ ବିଧାନସଭା ଆସନରେ ଭୋଟିଂ
  • ||
  • ପୁରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||

ଫୁଲବାଣୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନୀ ସଭା, ବିରୋଧୀଙ୍କ ଆତ୍ମ ପ୍ରଚାରରୁ ଦୂରେଇ ରହିବାକୁ ଆହ୍ବାନ

ଫୁଲବାଣୀ,୯/୫ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କନ୍ଧମାଳ ଷ୍ଟାଡିୟମ ଠାରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରି ବିଜୁ ଜନତା ଦଳକୁ ବିଜୟୀ କରିବା ପାଇଁ ନିବେଦନ କରିଛନ୍ତି। ଗତ ୨୫ ବର୍ଷ ଧରି କ୍ରମାଗତ ଭାବେ ରାଜ୍ୟରେ ବିକାଶ ପ୍ରକ୍ରିୟା ଜାରୀ ରହିଥିବା ସହ ଏହି ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ଷଷ୍ଠ ଥର ପାଇଁ ବିଜେଡିକୁ କ୍ଷମତାକୁ ଆଣିବା ପାଇଁ ଆହ୍ଵାନ ଦେଇଥିଲେ ନବୀନ। 

୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ ସମ୍ବୋଧନ ଦେଇ ନବୀନଙ୍କୁ ବିକାଶ ପୁରୁଷ ବୋଲି ଅଭିହିତ କରିଥିଲେ। ବିରୋଧୀ ଦଳ ମାନଙ୍କ ପ୍ରତି କଟାକ୍ଷ କରି ସେମାନେ କେବଳ କଥାରେ କୁହନ୍ତି, ନବୀନ ପଟ୍ଟନାୟକ କାମ କରି ଦେଖାନ୍ତି ବୋଲି କହିଥିଲେ ପାଣ୍ଡିଆନ। ବିଜେପି ୨୦୧୪ରେ ଦେଇଥିବା କୌଣସି ପ୍ରତିଶ୍ରୁତି ପାଳନ କରିନାହିଁ ବୋଲି ସେ କହିଥିଲେ। ଏହି ଜନସଭାରେ କନ୍ଧମାଳ ଲୋକସଭା ଆସନ ପାଇଁ ଦଳୀୟ ପ୍ରାର୍ଥୀ ଅଚ୍ୟୁତ ସାମନ୍ତଙ୍କ ସହିତ ସମସ୍ତ ସାତଟି ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀମାନେ ଯୋଗ ଦେଇ ଭୋଟ ଭିକ୍ଷା କରିଥିଲେ।  ଜିଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ ସ୍ବାଗତ ଭାଷଣ ଦେଇଥିବା ବେଳେ ଜିଲ୍ଲା ବିଜେଡି ସଭାପତି ଅଙ୍ଗଦ କହଁର ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକ ଓ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।

ଆହୁରି ପଢନ୍ତୁ : ମୋଦିଙ୍କ ରୋଡ ସୋ’ ପାଇଁ ଭୁବନେଶ୍ବରରେ ଟ୍ରାଫିକ କଟକଣା, ଅପରାହ୍ନ ୨ଟାରୁ ଜନପଥ ରାସ୍ତାରେ ଗାଡି ଚଳାଚଳ ବନ୍ଦ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.