ପ୍ରମୁଖ ଖବର
  • ବରଗଡ଼ରେ ନିର୍ବାଚନୀ ହିଂସା, ଛୁରା ମାଡ଼ରେ ଜଣେ ମୃତ
  • ||
  • ଭୋଟ ବର୍ଜନ କଲେ ମତଦାତା , ଦିନ ୧୨ଟା ସୁଦ୍ଧା ଫିରିଙ୍ଗିଆ ବ୍ଲକ କାମ୍ବାପଡା ବୁଥରେ ମାତ୍ର ଗୋଟିଏ ଭୋଟିଂ
  • ||
  • ଦ୍ଵିତୀୟ ପର୍ଯ୍ୟାୟ ଭୋଟ୍ ଦେଉଛି ଓଡ଼ିଶା, ସକାଳ ୧୧ଟା ସୁଦ୍ଧା ଲୋକସଭା ଆସନ ପାଇଁ ୨୧.୦୭% ମତଦାନ
  • ||
  • ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ, ଦିନ ୯ଟା ସୁଦ୍ଧା ୯.୮୬ ପ୍ରତିଶତ ମତଦାନ
  • ||
  • ସୋମବାର ଏକାମ୍ରରେ ନବୀନଙ୍କ ରୋଡ୍‌ ସୋ’: ହାଇଟେକ୍‌ ବସରେ ପ୍ରଚାର, ୮ ଛକରେ ଅଟକିବେ
  • ||
  • ବଢ଼ିଲା ବାତ୍ୟା ଭୟ, ଜିଏଫଏସ ମଡେଲର ଆକଳନ ୨୫ ତାରିଖ ସଂଧ୍ୟାରେ ଓଡ଼ିଶାରେ ହେବ ମାଡ଼
  • ||
  • ପଞ୍ଚମ ପର୍ଯ୍ୟାୟରେ ଭୋଟ୍ ଦେଉଛି ଭାରତ: ୪୯ ଆସନରେ ୬୯୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
  • ||
  • ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ, ୫ ଲୋକସଭା ୩୫ ବିଧାନସଭା ଆସନରେ ଭୋଟିଂ
  • ||
  • ପୁରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||

ଶୁକ୍ରବାର ରାଶିଫଳ; ଦଶମଚନ୍ଦ୍ର ଯୋଗୁ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ…

ମେଷ : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟ ପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ହୃତଧନ ଓ ବକେୟା ଧନ ଫେରିପାଇବେ ଏବଂ ଆକସ୍ମିକ ଧନଲାଭ ହେବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା ମିିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।

ବୃଷ : ଶ୍ରୀଚନ୍ଦ୍ର, ଶୁକ୍ରବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ସୁଖାଦ୍ୟ, ସୁବସନ ପ୍ରାପ୍ତି ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ମିଳିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁ ମାନଙ୍କର କୃତ୍ତିକା ବୃଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଧଳା, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ଦ୍ୱାଦଶ ଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ ଏବଂ ବୃଥା ଭ୍ରମଣ ଲାଗି ରହିବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସତ୍‌ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ମୃଗଶିରା ମିଥୁନ, ସେମାନେ ସତର୍କ ହେବେ ।ଶୁଭରଙ୍ଗ:  ସବୁଜ, ସଂଖ୍ୟା : ୧୨, ଆରାଧନା : ଭଗବାନ ବିଷ୍ଣୁ ।

କର୍କଟ : ଏକାଦଶ ଚନ୍ଦ୍ର ଏବଂଚନ୍ଦ୍ର, ମଙ୍ଗଳ ଉଭୟଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟକରି ପାରନ୍ତି କିମ୍ବା ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକସ୍ଥିତି ସୁଧୁରିଯିବ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଶିଖର ଛୁଇଁବ । ଯେଉଁ ମାନଙ୍କର ଅଶ୍ଳେଷା କର୍କଟ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍‌, ସଂଖ୍ୟା: ୨, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଦଶମଚନ୍ଦ୍ର ଯୋଗୁ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ଆଗ୍ରହ ରହିବ । ଆଜି ଯେକୌଣସି କର୍ମ ଆରମ୍ଭ କରିବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଉଦ୍ୟମ କରିବେ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଶୁକ୍ଳପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ଗୁରୁଜନଙ୍କ ପ୍ରତି ସମ୍ମାନ ଏବଂ ଲଘୁଜନଙ୍କ ପ୍ରତିସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ ଏବଂ ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ :   କଫି, ସଂଖ୍ୟା : ୮, ଆରାଧନା : ମା’ ଷୋଡ଼ଶୀ ।

ତୁଳା : ଅଷ୍ଟମଚନ୍ଦ୍ର ଯୋଗୁ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ବିନାକାରଣରେ ବହୁତ ବ୍ୟସ୍ତ ରହିବେ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବଏବଂକର୍ମରେବିଫଳତା ଓ କର୍ମପ୍ରତି ଅନାଗ୍ରହଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ଚିତ୍ରାତୁଳା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୬, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ଘାତବାର, ଘାତଚନ୍ଦ୍ର ଯୋଗୁ ବାଦ ବିବାଦ ଏବଂ ଅପରିଚିତ ମହିଳାଙ୍କ ସହ କଥାବାର୍ତ୍ତା ଓ ମୂଲ୍ୟବାନ ଧାତୁ, ବସନଭୂଷଣ କ୍ରୟ କଲାବେଳେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଦାମ୍ପତ୍ୟ ଜୀବନରେ ଅଶାନ୍ତି ଲାଗି ରହିବ । ପରିଚିତ ମହିଳାଙ୍କ ଠାରୁ ଅପମାନ ଏବଂ ତାଙ୍କ ଯୋଗୁ ବିପଦରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ ମହିଳା ସହକର୍ମୀଙ୍କ ସହ ମତାନ୍ତର ହେବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ : ଘାତବାର ଏବଂ ଷଷ୍ଠଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ପ୍ରମୋଶନ ମିଳିପାରେ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତହେବେ ।ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁଗଜାନନ ।

ମକର : ପଞ୍ଚମ ଚନ୍ଦ୍ର, ଶୁକ୍ରବାର ଯୋଗୁ ପାଞ୍ଚଟି କର୍ମରେ ଅତି ଶୁଭଫଳ ମିଳିବ । ବିଦ୍ୟାରେ ବିଚକ୍ଷଣତା, ସନ୍ତାନ ମାନଙ୍କ କୃତଜ୍ଞତା, ମାନ, ସମ୍ମାନ ପ୍ରାପ୍ତି, କର୍ମରେ ଆଶାଠାରୁ ଅଧିକ ସଫଳତା, ବାପାମା’ଙ୍କ କୃପା ଏବଂ ନୂତନ ବିଦ୍ୟା, କଳା, ସଂସ୍କୃତିପ୍ରତି ଅଧିକ ଆଗ୍ରହ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସହକର୍ମୀଙ୍କ ସହଯୋଗ ଓ ସମସ୍ତଙ୍କର ସଦ୍ଦିଚ୍ଛାପ୍ରାପ୍ତ ହେବ ।ଯେଉଁ ମାନଙ୍କର ଉତ୍ତରା ଷାଢ଼ା ମକର, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଚତୁର୍ଥ ଚନ୍ଦ୍ରଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଧନକୁ ନେଇ ବିବାଦ ଏବଂ ମାଲି ମକଦ୍ଦମାରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ପରିବହନ ବ୍ୟବସାୟରେ ବିପର୍ଯ୍ୟସ୍ତ ଓ ବାଣିଜ୍ୟ, ବ୍ୟବସାୟରେ କ୍ଷତି ଦେଖାଦେବ । କର୍ମରେବିଫଳତା ଓ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁ ମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କହେବେ ।ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।

ମୀନ : ଘାତବାର ଏବଂ ତୃତୀୟଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ କମ୍‌ ରହିବ । ମନରେ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇ, ଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ନୂତନ କର୍ମାରମ୍ଭ ଯୋଜନା କରିବେ କିମ୍ବା ନୂତନ ନିଯୁକ୍ତି ମିଳିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶପାଇବ । ଯେଉଁ ମାନଙ୍କର ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା :  ମା’ ଧୂମାବତୀ ।

                 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.