ପ୍ରମୁଖ ଖବର
  • ଆସନ୍ତା ୨୦ରେ ପୁରୀ ରୋଡ଼ ସୋ କରିବେ ମୋଦି, ଅନୁଗୁଳ ଓ କଟକରେ କରିବେ ଜନସଭା
  • ||
  • ମୋହନା: ମହୁମାଛି ଆକ୍ରମଣ, ଗୋଟିଏ ପରିବାରର ୫ ଆହତ
  • ||
  • ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ଅଟୋ ଓଲଟି ୧୭ ଜଣ ଗୁରୁତର
  • ||
  • ସାଧାରଣ ନିର୍ବାଚନ ପାଇଁ ଖୋର୍ଦ୍ଧା, କଟକରେ ସରକାରୀ ଛୁଟି ବାତିଲ
  • ||
  • ମଙ୍ଗଳବାର ବାରାଣାସିରୁ ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପସ୍ଥିତ ରହିବେ ଏନ୍‌ଡିଏର ନେତା
  • ||
  • ମୋହନାରେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଗଛ ନିକଟରେ ରହିଛି ଅଟୋ
  • ||
  • ବିଜେପି ମିଶନ ଓଡ଼ିଶା, ଆସନ୍ତା ୨୦ରେ ବାଲିଯାତ୍ରା ପଡିଆରେ ମେଗା ପ୍ରଚାର କରିବେ ପ୍ରଧାନମନ୍ତ୍ରୀ
  • ||
  • ଭକ୍ତଙ୍କ ପାଇଁ ଖୋଲିଲା ବାବା ବଦ୍ରି ବିଶାଲଙ୍କ ଦରବାର, ଦର୍ଶନ ପାଇଁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼
  • ||
  • ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ: ସୋମବାର ୪ ଲୋକସଭା, ୨୮ ବିଧାନସଭା ଆସନରେ ମତଦାତା ଲେଖିବେ ପ୍ରାର୍ଥୀଙ୍କ ଭାଗ୍ୟ
  • ||
  • ସୋମବାର ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ, ୪ ଲୋକସଭା, ୨୮ ବିଧାନସଭା ଆସନରେ ଭୋଟିଂ
  • ||
  • ଆଇପିଏଲ୍ ମହାସମରରେ ସୁପର କିଙ୍ଗ୍‌ସକୁ ଭେଟିବ ରୟାଲ, ସନ୍ଧ୍ୟାରେ ଚ୍ୟାଲେଞ୍ଜର୍ସ- କ୍ୟାପିଟାଲ୍ସ ଫାଇଟ୍
  • ||
  • କମ୍ପୁଛି ପ୍ରଚାର ମଇଦାନ୍, ଆଜି ବଲାଙ୍ଗିର ଏବଂ ବରଗଡ଼ରେ କ୍ୟାମ୍ପେନ କରିବେ ନବୀନ
  • ||
  • ରାଜ୍ୟରେ ଆସନ୍ତା ୧୫ ଯାଏ ଉପକୂଳରେ ବର୍ଷା ସମ୍ଭାବନା, ୧୬ରୁ ପୁଣି ଫେରିବ ଗ୍ରୀଷ୍ମପ୍ରବାହ
  • ||

ଏହି ରାଶିର ବ୍ୟକ୍ତିଙ୍କ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ

ମେଷ : ସପ୍ତମ ଚନ୍ଦ୍ର, ଗୁରୁବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ, ବୃଦ୍ଧି ପାଇବ ଏବଂ ପରିଚିତ ମହିଳାଙ୍କଠାରୁ ଧନ ମିଳିବ । ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ସନ୍ତାନସନ୍ତତିଙ୍କ ମାଙ୍ଗଳିକ କର୍ମର ଆୟୋଜନ କରିବେ କିମ୍ବା କୌଣସି ମାଙ୍ଗଳିକ କର୍ମରେ ଯୋଗ ଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଦ୍ୱିଜାମେଷ ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁସ୍କନ୍ଦ ।

ବୃଷ : ଷଷ୍ଠଚନ୍ଦ୍ର ଯୋଗୁ ପୁରାତନ ରୋଗରୁ ଆରୋଗ୍ୟ ହେବାର ସହଜ ବାଟ ମିଳିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଏବଂ ଜନ ସମ୍ପର୍କ ବୃଦ୍ଧି ପାଇବ । ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବେ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାପ୍ରାପ୍ତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, କର୍ମ ସ୍ଥାନର ସମସ୍ତ ବାଧା ବିଘ୍ନ ଦୂର ହେବ ।ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ ।

ମିଥୁନ : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ରଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତରଜନଠାରୁ ଅପମାନ ପାଇବେ । ମନ ଅସ୍ଥିର ଓ ବିଷାଦ ଗ୍ରସ୍ତ ରହିବ ଏବଂ ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ପୁନର୍ବସୁ ମିଥୁନ ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କର୍କଟ :  କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର, ଗୁରୁବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ଦୁଃଖ, କ୍ଳେଶ, ରୋଗ, ଋଣରୁ ସାମୟିକ ମୁକ୍ତି ମିଳିବ ଏବଂ ଧନ, ସମ୍ପଦ ବୃଦ୍ଧିପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବହାସାର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଳେଷା କର୍କଟ ସେମାନେ ଉପକୃତ ହେବେ । 

ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ତୃତୀୟ ଚନ୍ଦ୍ର, ଗୁରୁବାର ଯୋଗୁ ମନରେ ଦୃଢ଼ ଇଚ୍ଛାଶକ୍ତି ଏବଂ ଆତ୍ମ ବିଶ୍ୱାସ ବୃଦ୍ଧି ପାଇବ । ପରିସ୍ଥିତି, ପରିବେଶ ଓ ସମୟ ଓ ଭାଗ୍ୟ ଆପଣଙ୍କ ପ୍ରତି ଅନୁକୂଳ ରହିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମ କୁଶଳତା ଓ କାର୍ଯ୍ୟ ଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ପ୍ରଭୁଶ୍ରୀଜଗନ୍ନାଥ ।

କନ୍ୟା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର, ମୂଲ୍ୟବାନ ପଦାର୍ଥ ନଷ୍ଟ, ଶାରୀରିକ ପୀଡ଼ା ଏବଂ ଆର୍ଥିକ ଠକାମିରେ ପଡ଼ି ପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟତୁଳନାରେ ବଦ୍‌ ଖର୍ଚ୍ଚ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଚିତ୍ରା କନ୍ୟା ସେମାନେ ସତର୍କ ହେବେ । ଶୁଭରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୨, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଘାତବାର ଏବଂ ଶ୍ରୀ ଚନ୍ଦ୍ର ଯୋଗୁ ଘାତ ବାରର ପ୍ରଭାବ ରହିବ ନାହିଁ । ମନରେ ପ୍ରସନ୍ନତା, ପରିବାରରେ ସୁଖ ଶାନ୍ତି ଏବଂ ସ୍ୱଜନ, ପରିଜନ, ବନ୍ଧୁ ବାନ୍ଧବଙ୍କ ସହ ସମ୍ପର୍କ ନିବିଡ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ରହିବ ଏବଂ କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ । ପରିବାର ପ୍ରତି ଅଧିକ ଯତ୍ନବାନ ହେବେ ଏବଂ କୌଣସି ମାଙ୍ଗଳିକ କର୍ମରେ ପରିବାର ସହଯୋଗ ଦେବେ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସୁଫଳ ପାଇବେ । 

ଶୁଭରଙ୍ଗ : ସିଲ୍‌ଭର, ସଂଖ୍ୟା : ୮, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଅଯଥା ଖର୍ଚ୍ଚ, ବଦ୍‌ ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ ପ୍ରତି ଅନାଗ୍ରହ ଓ ସଞ୍ଚୟ ପ୍ରତି ଆଗ୍ରହ ପ୍ରକାଶ ପାଇବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କଷ୍ଟ ସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଏକାଦଶଚନ୍ଦ୍ର, ଗୁରୁବାର ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ଆକସ୍ମିକ ଧନଲାଭ ଏବଂ ହୃତ ଧନ ଫେରିପାଇବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ ।କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ପୂର୍ବା ଷାଢ଼ା ଧନୁ ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ମା’ ମାଣିକେଶ୍ୱରୀ ।

ମକର : ଦଶମଚନ୍ଦ୍ର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ । ଆଜି ଯେ କୌଣସି କର୍ମ ଆରମ୍ଭ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କଷ୍ଟ ସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ । ଯେଉଁମାନଙ୍କର ଶ୍ରବଣାମକର ସେମାନେ ଉପକୃତ ହେବେ । 

ଶୁଭରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୬, ଆରାଧନା : ମା’ ବିମଳା ।

କୁମ୍ଭ : ଘାତବାର ଏବଂ କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭ ଦୃଷ୍ଟିରେ ରହିବେ । ଧାର୍ମିକ କର୍ମରେ ବିଘ୍ନ ଓ ଉନ୍ନତିମୂଳକ କର୍ମରେ ପ୍ରତି ବନ୍ଧକ ଦେଖା ଦେବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ପହଞ୍ଚିବ ଓ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ସତର୍କ ହେବେ । 

ଶୁଭରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

ମୀନ : ଅଷ୍ଟମଚନ୍ଦ୍ର ଯୋଗୁ ଚାଲି ଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବଦ୍‌ ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ପୂର୍ବ ଭାଦ୍ରମୀନ ସେମାନେ ସତର୍କ ହେବେ । 

ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା :  ମା’ ଧୂମାବତୀ ।

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯେଗ : ୯୪୩୭୧୩୩୪୭୩

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.