ପ୍ରମୁଖ ଖବର
  • ଶନିବାରଠୁ ପିଜି ନାମଲେଖା ଆବେଦନ, ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ: ଜୁନ୍‌ ୨୨ରେ ଆଡମିଟ୍‌ କାର୍ଡ, ଜୁଲାଇ ୩ରୁ ୧୪ ପ୍ରବେଶିକା ପରୀକ୍ଷା
  • ||
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ସୋମବାର ରାଶିଫଳ: ସପ୍ତମ ଚନ୍ଦ୍ର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ରହିବ

ମେଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର, ସକାଳ ୭ଟା ୫୮ ମିନିଟ୍‌ ପରେ ଘାତତିଥି ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଓ ଧାର୍ମିକ କର୍ମରେ ବିଘ୍ନ ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ଅପବ୍ୟୟ ଅଧିକ ହେବ । 

ଶୁଭରଙ୍ଗ : ଧଳା, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ବୃଷ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରହିବ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ମିଥୁନ : ସପ୍ତମ ଚନ୍ଦ୍ର, ସୋମବାର ଏବଂ ଶୁକ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ କରିବେ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ ଓ ଶତ୍ରୁ ଏଥିରୁ ସାମୟିକ ମୁକ୍ତି ମିଳିବ । ପରୋପକାର, ସମାଜସେବା ଏବଂ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ସମସ୍ତଙ୍କର ସ୍ନେହ, ଶ୍ରଦ୍ଧାର ପବଜ୍ଞକ୍ଟ୍ରଟ୍ଟାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । 

ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା: ୧, ଆରାଧନା : ମା’ ଭୁବନେଶ୍ୱରୀ

ସିଂହ : ପଞ୍ଚମ ଚନ୍ଦ୍ର ଯୋଗୁ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁପବନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣଶକ୍ତି ହ୍ରାସ ପାଇବ। ସନ୍ତାନମାନେ ଶିକ୍ଷା, ଦୀକ୍ଷା, ଚାଲିଚଳନକୁ ନେଇ ଚିନ୍ତିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପବଜ୍ଞକ୍ଟ୍ରଟ୍ଟରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ମାନ ସମ୍ମାନ ହାନି ହେବ । 

 

ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ସନ୍ତାନସନ୍ତତିଙ୍କ ମାଙ୍ଗଳିକ କର୍ମର ଆୟୋଜନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ

ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । 

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ

ତୁଳା : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଭାଇଭଉଣୀଙ୍କ ସହ ତିକ୍ତତା ବୃଦ୍ଧି ପାଇବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍‌ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ମା’ ସମଲେଶ୍ୱରୀ ।

ବିଛା : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଧନକୁ ଦେଇ ବିବାଦ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଏବଂ ବାଧାବିଘ୍ନ ଲାଗି ରହିବ । 

ଶୁଭ ରଙ୍ଗ : ଲାଲ, ଶୁଭ ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ

ଧନୁ : ଶ୍ରୀଚନ୍ଦ୍ର, ସୋମବାର, ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସାହାଯ୍ୟ ସହଯୋଗ ପ୍ରାପ୍ତ କରିବେ । ପରିବାରର କୌଣସି ସଦସ୍ୟଙ୍କ ମାଙ୍ଗଳିକ କର୍ମର ଆୟୋଜନ କରିବେ କିମ୍ବା କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ସ୍ନେହ ଶ୍ରଦ୍ଧାର ପାତ୍ର ହେବେ । 

ଶୁଭ ରଙ୍ଗ : ହଳଦିଆ, ଶୁଭ ସଂଖ୍ୟା : ୨, ଆରାଧନା : ଶ୍ରୀଜଗନ୍ନାଥ

ମକର : ଦ୍ୱାଦଶ ଚନ୍ଦ୍ର ଏବଂ ଶୁକ୍ରଙ୍କ କ୍ଷେତ୍ର ଭୋଗ ହେଉଥିବାରୁ ଆୟ ଠାରୁ ବ୍ୟୟ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ମନରୁ ଦୁଃଶ୍ଚିନ୍ତା,ଦୁର୍ଭାବନା, ହତୋତ୍ସାହ ଭାବ ଅପସରିଯିବ ଏବଂ ସମସ୍ତ କର୍ମରେ ତତ୍ପରତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଓ ସଫଳତା ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ   

ଶୁଭ ରଙ୍ଗ : କଳା, ଶୁଭ ସଂଖ୍ୟା : ୧୧, ଆରାଧାନା : ମା କାଳୀ

କୁମ୍ଭ : ଘାତଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିପର୍ଯ୍ୟୟ ଘଟିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ ।

ଶୁଭ ରଙ୍ଗ : ଧୂସର, ଶୁଭ ସଂଖ୍ୟା : ୩, ଆରାଧନା : ମା ଭୈରବୀ ।

ମୀନ : ଦଶମ ଚନ୍ଦ୍ର, ସୋମବାର ଯୋଗୁ ଆଜି ଯେକୌଣସି କର୍ମ ଆରମ୍ଭ କରିବେ ସେଥିରେ ଶତ ପ୍ରତିଶତ ସଫଳତା ପାଇବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ରହିବ। ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଧଳା, ଶୁଭ ସଂଖ୍ୟା : ୯, ଆରାଧାନା : ମା ଧୂମାବତୀ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.