ପ୍ରମୁଖ ଖବର
  • ବଡ଼ବିଲ : ବାଇକରୁ ୭ ଲକ୍ଷ ଟଙ୍କା ଜବତ, ଜଣକୁ ଅଟକ ରଖିଛି ପୋଲିସ
  • ||
  • ଜି ଉଦୟଗିରି ଅଞ୍ଚଳରେ ହାତୀପଲ,ଫସଲ ନଷ୍ଟ ଭୟରେ ଚାଷୀ ଆଗୁଆ ଧାନ କାଟିଲେ
  • ||
  • ଗଞ୍ଜାମରେ ପୋଲିସ ହେପାଜତରୁ ହତ୍ୟାକାଣ୍ଡର ଆସାମୀକୁ ଖସାଇ ନେବାକୁ ଉଦ୍ୟମ, ପୋଲିସ ସହ ଧସ୍ତାଧସ୍ତି
  • ||
  • ଲାଞ୍ଚ ନେବା ଅଭିଯୋଗରେ ଅବସରପ୍ରାପ୍ତ ASO ରେଣୁକା ଦେବୀଙ୍କୁ ୨ ବର୍ଷ କାରାଦଣ୍ଡାଦେଶ
  • ||
  • ବାରିପଦାରେ ବୁଲୁଥିଲା ଶିମିଳିପାଳର ବାଘ; କାବୁ କରିନେଲା ବନ ବିଭାଗ
  • ||
  • ଭୁବନେଶ୍ୱରରେ ପହଞ୍ଚିଲେ ଡ୍ରିମ୍‌ଗାର୍ଲ, ସାଲିଆ ସାହିରେ ଜନସଭା କରିବେ ହେମାମାଳିନୀ
  • ||
  • ଭାରସାମ୍ୟ ହରାଇ ଡିଭାଇଡରକୁ ପିଟିଲା ବୋଲେରୋ: ୨ ମୃତ, ୮ ଗୁରୁତର
  • ||
  • ସୁନା ଦର ୭୪ ହଜାର ଟଙ୍କା ପାର୍, ବର୍ଷକରେ ୮୫,୦୦୦କୁ ଯିବ
  • ||
  • ରାଜଧାନୀରେ ରାଜନୈତିକ ହିଂସା, ବିଜେଡି କାର୍ଯାଳୟ ଉପରେ ବୋମା ମାଡ଼
  • ||
  • ମେ’ ୨୦ରେ ବଡ଼ଦାଣ୍ଡରେ ମୋଦିଙ୍କ ମେଗା ରୋଡ୍‌ ସୋ’, ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||
  • ରଥଖଳା ହାଲ୍‌ଚାଲ୍‌..ତୁମ୍ବରେ ସୁତା ବାଡ଼ିଆ ପରେ ବିନ୍ଧ ଅନୁକୂଳ, ଖଳାରେ ପହଞ୍ଚିଲା ତୁମ୍ବ ଖୋଦେଇ ଯନ୍ତ୍ର
  • ||
  • ଆଇପିଏଲ୍ ମହାସମର ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ, ସମ୍ମାନ ପାଇଁ ଶେଷ ଲଢ଼େଇ
  • ||
  • ଶୁକ୍ରବାର ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ
  • ||
  • ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ
  • ||

ସବୁ କଳ୍ପନାର ଅନ୍ତ: ଅନୁଭବ ନିରାଶ, ବାରବାଟୀ-କଟକରୁ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ମିଳିଲା ବିଜେପି ଟିକେଟ୍‌

କଟକ: ଓଡ଼ିଶାର ଆଉ ୬ଟି ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି ବିଜେପି । ସେଥିମଧ୍ୟରୁ ବାରବାଟୀ-କଟକ ଆସନର ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ଏଠାରୁ ବିଜେପି ଡାକ୍ତର ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ଟିକେଟ ଦେଇଛି । ରୋଗୀ ସେବା ପାଇଁ ଜଣେ ଚର୍ଚ୍ଚିତ ଡାକ୍ତର ଆଜି ଜନ ସେବା ପାଇଁ ରାଜନୀତି ମୈଦାନରେ ଲଢ଼ିବାକୁ ପ୍ରସ୍ତୁତ । ଡାକ୍ତରରୁ ବିଜେପିର ବିଧାନସଭା ପ୍ରାର୍ଥୀ ହୋଇଛନ୍ତି ପୂର୍ଣ୍ଣଚନ୍ଦ୍ର ମହାପାତ୍ର ।

ସେପଟେ ଗତ କିଛି ଦିନ ହେଲା ବିଜେପି ଏହି ଆସନରୁ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ସସପେନ୍ସ ଲାଗି ରହିଥିଲା ।  ଏହି ଆସନରୁ ନିକଟରେ ବିଜେଡି ଛାଡ଼ି ପଦ୍ମ ଧରିଥିବା ଓଲିଉଡ ଅଭିନେତା ଏବଂ ସାଂସଦ ଅନୁଭବ ମହାନ୍ତିଙ୍କୁ ଟିକେଟ ମିଳିବ ବୋଲି ଚର୍ଚ୍ଚା ହେଉଥିଲା । ଅନ୍ୟପଟେ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ବିଜେପି ଲୋକସଭା ପ୍ରାର୍ଥୀ କରିପାରେ ବୋଲି ରାଜନୈତିକ ସମୀକ୍ଷକ ଆକଳନ କରିଥିଲେ । କିନ୍ତୁ ଭର୍ତ୍ତୃହରି ମହତାବ ବିଜେଡି ଛାଡି ବିଜେପିରେ ସାମିଲ ହେବା ପରେ ତାଙ୍କୁ ବିଜେପି ଲୋକସଭା ପ୍ରାର୍ଥୀ କରିଥିଲା । ଆଉ ଏବେ ସବୁ କଳ୍ପନାର ଅନ୍ତ ଘଟାଇ ବିଜେପି ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ କଟକ ବାରବାଟୀ ବିଧାନସଭା ଆସନରୁ ଟିକେଟ୍‌ ଦେଇଛି ।

ଏହି ଆସନରେ ବିଜେପିର ଗ୍ରାଫ ଦେଖିଲେ,  ୧୯୯୫ରୁ ୨୦୦୪ ଯାଏଁ ଏହି ଆସନ ଦଳର କବଜାରେ ଥିଲା । ସମୀର ଦେ ବିଜେପି ଟିକେଟରୁ ଲଢ଼ି ୩ ଥର ବିଧାୟକ ହୋଇଥିଲେ । ପରେ ୨୦୦୯ ଓ ୨୦୧୪ରେ ବିଜେଡି ଏବଂ ୨୦୧୯ରେ କଂଗ୍ରେସ ଏଠାରେ ବାଜିମାତ କରିଥିଲା । ସେହିଭଳି ୨୦୨୪ ନିର୍ବାଚନରେ ବାରବାଟୀ ଆସନରେ ବଡ଼ ଫାଇଟ୍‌ ଦେଖିବାକୁ ମିଳିପାରେ । କାରଣ କଂଗ୍ରେସରୁ ଏଥର ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋଶଙ୍କୁ ଟିକେଟ ମିଳିଥିବା ବେଳେ ବିଜେଡି ପ୍ରକାଶ ବେହେରାଙ୍କୁ ପ୍ରାର୍ଥୀ କରିଛି ।

 

 

 

 

  • BJP
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.