ପ୍ରମୁଖ ଖବର
  • ଶଙ୍ଖ ଛାଡି ପଦ୍ମ ଧରିଲେ ସମୀର ରଞ୍ଜନ ଦାଶ, ସ୍ବାଗତ କଲେ ବିଜେପି ସଭାପତି ମନମୋହନ ସାମଲ
  • ||
  • ମେ'୨୦ ରେ ବନ୍ଦ ରହିବ ସେୟାର ବଜାର, ଲୋକସଭା ମତଦାନ ପାଇଁ ଏନ୍‌ଏସ୍ଇ ପକ୍ଷରୁ ଛୁଟି ଘୋଷଣା
  • ||
  • ଜୁଲାଇ ୧୫ରେ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଖୁବ୍‌ଶୀଘ୍ର ପ୍ରକାଶ ପାଇବ ପରୀକ୍ଷା କାର୍ଯ୍ୟସୂଚୀ
  • ||
  • ରଥଖଳା ହାଲ୍‌ଚାଲ୍‌...ତୁମ୍ବରେ ଚାଲିଛି ବିନ୍ଧ ଖୋଦେଇ, ନୃସିଂହ ଚତୁର୍ଦ୍ଦଶୀରେ ଖୋଳା ଯିବ ଜନ୍ତା ଗାଡ଼
  • ||
  • ସୋମବାର ପଞ୍ଚମ ପର୍ଯ୍ୟାୟ ନିର୍ବାଚନ: ୪୯ ଆସନରେ ହେବ ମତଦାନ, ୬୯୫ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା
  • ||
  • 8. ସନ୍ଡେ’ରେ ଡବଲ୍ ଫାଇଟ୍, ହାଇଦ୍ରାବାଦକୁ ଭେଟିବ ପଞ୍ଜାବ, ସନ୍ଧ୍ୟାରେ ରାଜସ୍ଥାନ-କୋଲକାତା ଟକ୍କର
  • ||
  • ଦାନା ବାନ୍ଧୁଛି ଲଘୁଚାପ: କମ୍‌ ପବନ, ବେଶି ବର୍ଷା ହୋଇପାରେ, ତୃତୀୟ ପର୍ଯ୍ୟାୟ ଭୋଟ ଦିନ ବଡ଼ ବର୍ଷା ଆଶଙ୍କା
  • ||
  • ବିଜେଡିରୁ ଇସ୍ତଫା ଦେଲେ ସମୀର ରଞ୍ଜନ ଦାଶ, ସୁପ୍ରିମୋଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର
  • ||

ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି, ୬ ଲେକାସଭା, ୪୨ବିଧାନସଭା ଆସନରେ ଆଜିଠୁ ନାମାଙ୍କନ

ଭୁବନେଶ୍ୱର ୦୭/୦୫: ରାଜ୍ୟର ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ୬ ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ। ଆଜିଠୁ ଏ ସମସ୍ତ ଆସନ ପାଇଁ ନାମାଙ୍କନ ଭରିପାରିବେ ପ୍ରାର୍ଥୀ। ମେ ୧୪ ତାରିଖ ଯାଏଁ ଚାଲିବ ଏହି ପ୍ରକିୟା। ମେ ୧୫ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ମେ ୧୭ରେ ପ୍ରାର୍ଥିପତ୍ର ପ୍ରତ୍ୟାହର କରିପାରିବେ ପ୍ରାର୍ଥୀ। ଜୁନ୍‌ ୧ରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ମତଦାନ ଅନୁଷ୍ଠିତ ହେବ। ଜୁନ୍ ୪ରେ ଫଳ ପ୍ରକାଶ ପାଇବ।

ସୂଚନା ମୁତାବିକ, ଜୁନ ୧ ତାରିଖରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ‌ଲୋକସଭା ଆସନର ୪୨ ବିଧାନସଭା ଆସନ ଯଥା ଯଶୀପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବଡ଼ସାହି, ବାରିପଦା, ମୋରଡ଼ା, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରୀପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡ଼ଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ନିଆଳୀ, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର, ମହାକାଳପଡ଼ା, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା ଏରସମା, ଜଗତସିଂହପୁର, କାକଟପୁର, ନିମାପଡ଼ା ମତଦାନ ଅନୁଷ୍ଠିତ ହେବ।


  • PrameyaOdia
  • prameya
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.