ନିର୍ବାଚନ ଖବର
  • ବୁଥରେ ଇଭିଏମ୍ ଭାଙ୍ଗିବା ମାମଲା: ପ୍ରଶାନ୍ତ ଜଗଦ୍ଦେବଙ୍କୁ ଅନ୍ତରୀଣ ଜାମିନ
  • ||
  • ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ଦିଲ୍ଲୀ ଡାକରା, CWC ବୈଠକ ହେବେ ସାମିଲ୍
  • ||
  • ବାଲେଶ୍ଵର; ଲଗାତାର ଦୁଇ ଦିନ ହେବ ବାଲେଶ୍ଵର ଜିଲ୍ଲାରେ ଶୁଭୁଛି ପ୍ରଚଣ୍ଡ ଶବ୍ଦ, ଲୋକ ଭୟଭିତ
  • ||
  • ବିସିସିଆଇ ଘରୋଇ କ୍ରୀଡ଼ାସୂଚୀ ଘୋଷଣା: ଏଥର ଦୁଇଟି ପର୍ଯ୍ୟାୟରେ ଖେଳାଯିବ ରଣଜୀ ଟ୍ରଫି
  • ||
  • ପୁରୀ ବାଣ ଦୁର୍ଘଟଣାଗ୍ରସ୍ତ ମୃତକଙ୍କ ପରିଚୟ ଅସ୍ପଷ୍ଟ: ଆସିଲେନି ସମ୍ପର୍କୀୟ, ଆଜି ହେବ ସଂସ୍କାର
  • ||
  • ଶୁକ୍ରବାର ନାସାଉରେ ମୁହାଁମୁହିଁ ହେବେ କାନାଡ଼ା- ଆୟର୍ଲାଣ୍ଡ, ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍
  • ||
  • ଶୁକ୍ରବାର ବସିବ ଏନ୍‌ଡିଏର ସଂସଦୀୟ ଦଳ ବୈଠକ, ନୂଆ କ୍ୟାବିନେଟରେ ପୁରୁଣାଙ୍କୁ ମିଳିପାରେ ସ୍ଥାନ
  • ||
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ୨୦୨୪: ବିପର୍ଯ୍ୟୟ ଘଟାଇଲା ୟୁଏସଏ, ସୁପର ଓଭରରେ ପାକିସ୍ତାନକୁ ହରାଇଲା
  • ||
  • ରାଜ୍ୟରେ ଏବେ ଭୀଷଣ ତାତି, ୧୦ ସୁଦ୍ଧା ଛୁଇଁପାରେ ମୌସୁମୀ: ଦକ୍ଷିଣରେ କାଳବୈଶାଖୀ ସମ୍ଭାବନା
  • ||

ବିରୋଧି ଦଳର ନେତାମାନେ ମିଛ କଥା କହୁଛନ୍ତି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭/୫ :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ୱଲପୁରଠାରେ ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଏବଂ ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି ।  ସମ୍ୱଲପୁର ପି.ଏଚ୍‍.ଡି. ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, ବିଜୁ ଜନତା ଦଳ ସରକାର ଜୁଲାଇ ମାସରୁ ବିଜୁଳି ମାଗଣା ଦେବ । ଆପଣମାନଙ୍କ ପାଖକୁ ଆଉ ବିଜୁଳି ବିଲ୍‍ ଆସିବ ନାହିଁ । ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନତାଙ୍କଠାରୁ ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବି.ଏସ୍‍.କେ.ୱାଇ., ମିଶନ ଶକ୍ତି, ମମତା, ଲକ୍ଷ୍ମୀ ବସ୍‍, ୫ଟି ସ୍କୁଲ ରୂପାନ୍ତରଣ, ଛାତ୍ରବୃତ୍ତି, କାଳିଆ, ମଧୁବାବୁ ପେନ୍‍ସନ, ଚାଉଳ କାର୍ଡ ଇତ୍ୟାଦିର ସୁଫଳ ବିଷୟରେ ମତାମତ ଗ୍ରହଣ କରିଥିଲେ । ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ପଚାରିଥିଲେ ଯେ, ମା ସମଲେଇଙ୍କ ପ୍ରକଳ୍ପ କାମ କିପରି ହୋଇଛି ? ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ କିପରି ହୋଇଛି ? ସମସ୍ତ ଉପସ୍ଥିତ ଜନତା ଉଚ୍ଛ୍ୱସିତ ସ୍ୱରରେ ବହୁତ ଭଲ ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକ ଭଲ କି ପ୍ରଶ୍ନର ଉତ୍ତରରେ ଭାବବିହ୍ୱଳ ହୋଇଯାଇଥିଲେ ଉପସ୍ଥିତ ଜନତା । କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ ପ୍ୟାକେଜ୍‍ ଆସିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ବିରୋଧି ଦଳର ନେତାମାନେ ମିଛ କଥା କହୁଛନ୍ତି । କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ଆପଣମାନେ ବିଜୁ ଜନତା ଦଳର ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ଆଶୀର୍ବାଦ କରନ୍ତୁ ବୋଲି ସେ ଉପସ୍ଥିତ ଜନତାଙ୍କୁ ଅନୁରୋଧ କରିଥିଲେ । କାର୍ଯ୍ୟକ୍ରମରେ ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ କେନ୍ଦ୍ରମନ୍ତ୍ରୀ ତଥା ସମ୍ୱଲପୁରର ସାଂସଦ ପ୍ରାର୍ଥୀଙ୍କୁ ଶାଣିତ ପ୍ରଶ୍ନ ମାଧ୍ୟମରେ ପଚାରିଥିଲେ ଯେ ଆପଣ ଏ ଅଞ୍ଚଳ ପାଇଁ, ମହାନଦୀ ପାଇଁ ମା’ସମଲେଇଙ୍କ ପାଇଁ କ’ଣ କରିଛନ୍ତି, ଏହାର ଉତ୍ତର ରଖିବେ ।

ଶ୍ରୀ ପାଣ୍ଡିଆନ କହିଥିଲେ ଯେ ଏ ଅଞ୍ଚଳର ପରିଚୟ ହେଉଛି ସମ୍ୱଲପୁରୀ କୋଶଳୀ ଭାଷା । ସମ୍ୱିଧାନର ଅଷ୍ଟମ ପରିଚ୍ଛେଦରେ ଏହାକୁ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପାଞ୍ଚ ଥର କେନ୍ଦ୍ରକୁ ପ୍ରସ୍ତାବ ପଠାଇଥିଲେ । କେନ୍ଦ୍ରମନ୍ତ୍ରୀ ଉତ୍ତର ଦେଇପାରିବେ କି ? କାହିଁକି ଅନ୍ତର୍ଭୁକ୍ତ ହେଲା ନାହିଁ ? ସେ ଆହୁରି ମଧ୍ୟ ପଚାରିଥିଲେ, ସମ୍ୱଲପୁରୀ ଶାଢ଼ୀ ଏ ଅଞ୍ଚଳର ମୁଖ୍ୟ ପରିଚୟ । ସମ୍ୱଲପୁରୀ ଶାଢ଼ୀର ପ୍ରଚାର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର କଳାଭୂମିଠାରେ ମ୍ୟୁଜିୟମ୍‍ କରିଛନ୍ତି । ସେ କ’ଣ କରିଛନ୍ତି ? ସମ୍ୱଲପୁରୀ ଶାଢ଼ୀ ଡିଜାଇନରେ ଭୁବନେଶ୍ୱର ଠାରେ କୃଷିଭବନ ମୁଖ୍ୟମନ୍ତ୍ରୀ ତିଆରି କରିଛନ୍ତି । ଏହି ଭବନ ସାରା ବିଶ୍ୱରେ ଏକ ନମ୍ୱର ହୋଇ ଆୱାର୍ଡ ପାଇଛି, ଏହା ହେଉଛି ମୁଖ୍ୟମନ୍ତ୍ରୀଙ୍କ ଅବଦାନ ସମ୍ୱଲପୁରୀ ଶାଢ଼ୀ ପାଇଁ । ମୁଖ୍ୟମନ୍ତ୍ରୀ ବୁଣାକାରମାନଙ୍କ ଉନ୍ନତି ପାଇଁ ଗୁଡ଼ାଏ ପ୍ୟାକେଜ କରିଛନ୍ତି । କେନ୍ଦ୍ରମନ୍ତ୍ରୀ କଣ କରିଛନ୍ତି ? ଚାହିଁଥିଲେ ଟେକ୍‍ସଟାଇଲ ପାର୍କ କରିପାରିଥାନ୍ତେ ? ରପ୍ତାନୀ ପାଇଁ ଉଦ୍ୟମ କରିପାରିଥାନ୍ତେ । କିଛି କଲେ ନାହିଁ । ଏ ଅଞ୍ଚଳର ବୀର ସୁରେନ୍ଦ୍ର ସାଏ, ଭୀମ ଭୋଇ, ଗଂଗାଧର ମେହେର, ପାର୍ବତୀ ଗିରିଙ୍କ ପରି ବରପୁତ୍ରମାନଙ୍କର ସ୍ମୃତି ଉଦ୍ଦେଶ୍ୟରେ ବିଜେପି ସରକାର କ’ଣ କରିଛି ? ଆମ ସରକାର ଏହି ବରପୁତ୍ରମାନଙ୍କ ସ୍ମୃତି ପୀଠର ଉନ୍ନତି କରୁଛନ୍ତି । ସେମାନଙ୍କ ସମ୍ମାନାର୍ଥେ ବହୁ ଯୋଜନା ମଧ୍ୟ ନାମିତ କରିଛନ୍ତି ।  

ମହାନଦୀ ଆମ ଓଡ଼ିଆଙ୍କ ଅସ୍ମିତା । ଓଡ଼ିଶାର ମହାନଦୀ ଆନ୍ଦୋଳନବେଳେ ବିଜେପି ସରକାର ଛତିଶ୍‍ଗଡ଼ ସହିତ ଠିଆ ହେଲା, ଅଥଚ ଓଡ଼ିଶାକୁ ଭୁଲିଗଲା । ମହାନଦୀ ଟ୍ରିବୁନାଲ ଗଠନକୁ ବିରୋଧ କଲା । ଓଡ଼ିଶାବାସୀ ଓ ଓଡ଼ିଶାର ଚାଷିକୁଳଙ୍କୁ ସେ ସମୟରେ ବିଜେପି ସରକାର ଭୁଲିଗଲା ।  ସେ ଆହୁରି ମଧ୍ୟ କହିଲେ ଯେ, ମା’ସମଲେଇ ପ୍ରକଳ୍ପ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀ ସ୍ୱପ୍ନର କାର୍ଯ୍ୟକ୍ରମ ଥିଲା । ସେତେବେଳେ ମଧ୍ୟ ଏହାକୁ ବିରୋଧ କଲେ । ବିରୋଧ କରି ସୁପ୍ରିମ୍‍ କୋର୍ଟ ପର୍ଯନ୍ତ ଗଲେ । ମା ସମଲେଇଙ୍କ କୃପାରୁ ସେମାନେ ଏଥିରେ ସଫଳ ହେଲେ ନାହିଁ । ସୁରୁଖୁରୁରେ ସମଲେଇ ପ୍ରକଳ୍ପ କାର୍ଯ୍ୟ ସମ୍ପନ୍ନ ହେଲା । ଏହି ପ୍ରକଳ୍ପ ପାଇଁ ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ବହୁ ପରିଶ୍ରମ କରିଛନ୍ତି । 

ସମ୍ୱଲପୁର ଅଞ୍ଚଳର ବହୁ ଗରିବ ଲୋକ କେନ୍ଦୁପତ୍ର ଉପରେ ନିର୍ଭର କରିଥାନ୍ତି । କେନ୍ଦୁପତ୍ର ତୋଳାଳୀ ଉପରେ କେନ୍ଦ୍ରସରକାର ଜି.ଏସ୍‍.ଟି. ଲାଗୁ କଲେ । ବଡ଼ ବଡ଼ କମ୍ପାନୀ ଓ ପୁଞ୍ଜୀନିବେଶକାରୀଙ୍କ ଠାରୁ ସିନା ଜି.ଏସ୍‍.ଟି. ନେବେ, ଜଙ୍ଗଲ ଉପରେ ନିର୍ଭର କରୁଥିବା ଗରିବ ଲୋକଙ୍କ ଠାରୁ ଜି.ଏସ୍‍.ଟି. ନେବା ଉଚିତ କି ବୋଲି ସେ ପ୍ରଶ୍ନ କରିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରୁ ରାଜ୍ୟ ଜି.ଏସ୍‍.ଟି. ଫେରାଇ ନେଇଛନ୍ତି । ସେମାନଙ୍କ ପାଇଁ ବହୁତ ବଡ଼ ବଡ଼ ପ୍ୟାକେଜ କରିଛନ୍ତି । ଏ ବାବଦରେ କେବେ ସ୍ୱର ଉତ୍ତୋଳନ କରିଛନ୍ତି କି, କେନ୍ଦ୍ରମନ୍ତ୍ରୀ ତଥା ସାଂସଦ ପ୍ରାର୍ଥୀ ।  କହିଥିଲେ ଏମ୍‍.ଏସ୍‍.ପି. ଦୁଇଗୁଣ ହେବ, ହେଲା କି ? ଏବେ ଇଲେକ୍‍ସନ ୧୦ ଦିନ ଅଛି, ପୁଣି ମନେ ପଡ଼ୁଛି, ୧୦ ବର୍ଷ ହେଲା କ’ଣ କରୁଥିଲେ ବୋଲି ସେ ପ୍ରଶ୍ନ କରିଥିଲେ । ମୁଖ୍ୟମନ୍ତ୍ରୀ ସମ୍ୱଲପୁରର ସବୁ ହାଇସ୍କୁଲକୁ ୫ଟି ରୂପାନ୍ତରଣ କରିଛନ୍ତି । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଗୋଟିଏ ସ୍କୁଲ କରିଛନ୍ତି କି ? ଅଞ୍ଚଳ ପାଇଁ କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଆଣିଛନ୍ତି କି ? ଦକ୍ଷତା ବିକାଶ ମନ୍ତ୍ରୀ ଭାବେ ସମ୍ୱଲପୁର କିମ୍ୱା ଦେଗଗଡ଼ରେ ଦକ୍ଷତା ବିକାଶ କେନ୍ଦ୍ର ଗୋଟିଏ ଖୋଲିଲେ କି ? ଏ ଅଞ୍ଚଳକୁ କାହିଁକି ଅବହେଳା କଲେ ? ତୈଳମନ୍ତ୍ରୀ ଥିବା ବେଳେ ୨ ମାସକୁ ଥରେ ତାଙ୍କ ଦସ୍ତଖତରେ ପେଟ୍ରୋଲ, ଡିଜେଲ ଓ ଏଲ୍‍.ପି.ଜି. ଦର ବଢ଼ୁଥିଲା । ସାଧାରଣ ଖାଉଟିର କଷ୍ଟକୁ ସେତେବେଳେ ସେ କ’ଣ ଅନୁଭବ କରିପାରୁନଥିଲେ । କେନ୍ଦ୍ରମନ୍ତ୍ରୀ ଆତ୍ମସମୀକ୍ଷା କରନ୍ତୁ, ଲୋକଙ୍କ ପାଖରେ ଉତ୍ତରଦାୟୀ ହୁଅନ୍ତୁ ।

ମୁଖ୍ୟମନ୍ତ୍ରୀ ୩ବର୍ଷ ମଧ୍ୟରେ ବିଜୁ ଏକ୍ସପ୍ରେସ୍‍ ୱେ କାର୍ଯ୍ୟ ସମ୍ପୂର୍ଣ୍ଣ କଲେ । ଅଥଚ କଟକ-ସମ୍ୱଲପୁର ରାସ୍ତା ୧୦ ବର୍ଷ ହେଲା ହୋଇପାରୁନାହିଁ । ଲୋକଙ୍କ ଯିବାଆସିବା ଅସୁବିଧାଠାରୁ ଆରମ୍ଭ କରି ବହୁ ଧନଜୀବନ ଏଥିପାଇଁ କ୍ଷୟକ୍ଷତି ଘଟୁଛି । କେନ୍ଦ୍ରସରକାରଙ୍କୁ ଟାର୍ଗେଟ କରି ସେ ପୁଣି କହିଥିଲେ ଯେ, ଏମ୍‍.ସି.ଏଲ୍‍. ପ୍ରତିବର୍ଷ କୋଇଲା ବାବଦକୁ ଓଡ଼ିଶାରୁ ୨୭ ହଜାର କୋଟି ଟଙ୍କା ପାଉଛି । କିନ୍ତୁ ଓଡ଼ିଶାବାସୀ ପାଉଛନ୍ତି ପ୍ରଦୂଷଣ । ଏବଂ ଓଡ଼ିଶା ପାଉଛି ମାତ୍ର ୪ ହଜାର କୋଟି ଟଙ୍କା । ଏଇଟା କ’ଣ ଉଚିତ ହେଉଛି କି ?  ସମ୍ୱଲପୁର ଓ ରେଙ୍ଗାଲୀର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କର ବହୁତ ବଡ଼ ମାଷ୍ଟର ପ୍ଲାନ ରହିଛି ବୋଲି ସେ ସୂଚନା ଦେଇ ବିଜୁ ଜନତା ଦଳର ଉଭୟ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜିତାଇବାକୁ ଶ୍ରୀ ପାଣ୍ଡିଆନ ଅନୁରୋଧ କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.