ପ୍ରମୁଖ ଖବର
  • ଖଣ୍ଡପଡ଼ା: ପୋଖରୀରେ ବୁଡ଼ି ପଞ୍ଚମ ଶ୍ରେଣୀର ଛାତ୍ରଙ୍କ ମୃତ
  • ||
  • ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି, ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି
  • ||
  • ଶନିବାରଠୁ ପିଜି ନାମଲେଖା ଆବେଦନ, ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ: ଜୁନ୍‌ ୨୨ରେ ଆଡମିଟ୍‌ କାର୍ଡ, ଜୁଲାଇ ୩ରୁ ୧୪ ପ୍ରବେଶିକା ପରୀକ୍ଷା
  • ||
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ରବିବାର ଓଡିଶା ଆସିବେ ପ୍ରଧାନମନ୍ତ୍ରୀ, ସୋମବାର ବ୍ରହ୍ମପୁର ଓ ନବରଙ୍ଗପୁରରେ କରିବେ ହାଇଭେଲଟେଜ୍ ପ୍ରଚାର

ଭୁବନେଶ୍ୱର ୦୪/୦୫ : ୨୦୨୪ ରଣକ୍ଷେତ୍ର ସରିଛି ସମରସଜ୍ଜା। ମହାଲଢ଼େଇରେ ବିଜେପିର ପ୍ରଚାର ମଙ୍ଗ ଧରିବେ ପ୍ରାଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୫ ତାରିଖ ଅର୍ଥାତ ରବିବାର ଓଡ଼ିଶା ଆସିବେ ମୋଦି। ସୋମବାର ଦିନ ଦୁଇଟି ସଂସଦୀୟ କ୍ଷେତ୍ରରେ ହାଇଭେଲଟେଜ୍ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ। ଏଥିପାଇଁ ବ୍ରହ୍ମପୁର ଉପକଣ୍ଠରେ କନିଷିଠାରେ ଜନସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ସୂଚନା ମୁତାବକ, ସୋମବାର ଅର୍ଥାତ ମେ ୬ ତାରିଖ ଦିନ ପ୍ରଧାନମନ୍ତ୍ରୀଙ୍କ ଜନସଭା କାର୍ଯ୍ୟକ୍ରମ ରହିଛି । ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ପ୍ରଧାନମନ୍ତ୍ରୀଙ୍କ ଜନସଭା କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ରବିବାର ଦିନ ରାତି  ସାଢେ ୯ଟାରେ ଭୁବନେଶ୍ୱରରେ ଆସି ପହଞ୍ଚିବେ ପ୍ରଧାନମନ୍ତ୍ରୀ । ରବିବାର ରାତିରେ ରାତ୍ରିଯାପନ କରିବା ପରେ ସୋମବାର ଅପରାହ୍ନ ୧୦ଟା ବେଳେ ବ୍ରହ୍ମପୁର ଉପକଣ୍ଠରେ କନିଷିଠାରେ  ଜନସଭା କାର୍ଯ୍ୟକ୍ରମରେ ଯୋଗଦେବେ । ଏହା ପରେ ମଧ୍ୟାହ୍ନରେ ନବରଙ୍ଗପୁର ପ୍ରଚାର କରିବେ ପ୍ରଧାନମନ୍ତ୍ରୀ।  ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରଶାସନ ଏବଂ ଏସ୍‌ପିଜି ମଧ୍ୟରେ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଅବସରରେ କିପରି ସୁରକ୍ଷା ବ୍ୟବସ୍ଥା ରହିଛି ଏବଂ ଆଗକୁ ରହିବ । ସେସବୁ ବିଷୟ ଉପରେ ଆଲୋଚନା ହୋଇଛି ।ଏହି ବୈଠକରେ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.