ପ୍ରମୁଖ ଖବର
  • ରାଏବରେଲିରୁ ପ୍ରାର୍ଥୀପତ୍ର ଦାଖଲ କଲେ ରାହୁଲ ଗାନ୍ଧୀ, ୨୦ ବର୍ଷ ହେବ ସାଂସଦ ଥିଲେ ମା’ ସୋନିଆ
  • ||
  • ଭିଜିଲାନ୍ସ ପଞ୍ଝାରେ କନିଷ୍ଠ କିରାଣୀ ଜିତେନ୍ଦ୍ର ସେନାପତି, ୧୦ ହଜାର ଲାଞ୍ଚ ନେ​‌ବା ବେଳେ ମାଡ଼ି ବସିଲା ଟିମ୍
  • ||
  • ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ରାଜ୍ୟସଭା ସାଂସଦ ରବିନାରାୟଣ ମହାପାତ୍ର
  • ||
  • ମେ'୧୦ରେ ପବିତ୍ର ଅକ୍ଷୟ ତୃତୀୟା: କପଡ଼ା କାର୍ଯ୍ୟ ଶୁଭାରମ୍ଭ କଲେ ଦର୍ଜି ସେବକ, ଛତି, ଓଲାର, ଖଣ୍ଡା, ଛୁରି, ତରାସ ପ୍ରସ୍ତୁତ ହେବ
  • ||
  • ଶୁକ୍ରବାର ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ନାମାଙ୍କନ ଭରିବେ ବିଜେପିର ବାବୁ ସିଂ ଓ ବିଜେଡିର ଆଶୋକ ପଣ୍ଡା
  • ||
  • ମେ' ୧୨ରେ ସିବିଏସ୍‌ଇ ରେଜଲ୍ଟ ପ୍ରକାଶ ପାଇବା ସମ୍ଭାବନା
  • ||
  • ରାହୁଲ ଗାନ୍ଧିଙ୍କ ରାୟଗଡ଼ା ଗସ୍ତ ବାତିଲ୍, ସୂଚନା ଦେଲେ କଂଗ୍ରେସ ଇସ୍ତାହାର କମିଟି ମୁଖ୍ୟ ପ୍ରସାଦ ହରିଶ୍ଚନ୍ଦନ
  • ||
  • ଆମେଥି, ରାଏବରେଲି ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ରାଏବରେଲିରୁ ଲଢ଼ିବେ ରାହୁଲ ଗାନ୍ଧି
  • ||
  • IPL 2024: ୱାଙ୍ଖଡ଼େରେ ମୁମ୍ବାଇକୁ ଭେଟିବ କୋଲକାତା, ୧୨ ବର୍ଷର ପରାଜୟଧାରା ଭାଙ୍ଗିବ ନାଇଟ ରାଇଡର୍ସ
  • ||
  • ହାଇଭୋଲଟେଜ୍‌ ପ୍ରଚାରରେ କମ୍ପିବ ରାଜ୍ୟ: ଆଜି ରାୟଗଡ଼ା ଆସୁଛନ୍ତି ରାହୁଲ, କାଲି ନବୀନ, ୬ରେ ମୋଦିଙ୍କ ପ୍ରଚାର
  • ||
  • ତାତିରେ ଲାଗିବ ବ୍ରେକ୍: ୪ରୁ ଉପକୂଳରେ ଖସିବ ପାଦର, ୬ରେ ସବୁ ସ୍ଥାନରେ ଗ୍ରୀଷ୍ମପ୍ରବାହରୁ ମିଳିବ ଆଶ୍ୱସ୍ତି
  • ||

ବିଜେଡିକୁ ବାଏ ବାଏ କଲେ ରାସେଶ୍ଵରୀ ପାଣିଗ୍ରାହୀ, ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା

ସମ୍ବଲପୁର, ୨୩/୦୪ : ସମ୍ବଲପୁର ବିଜେଡିକୁ ବଡ଼ ଝଟ୍‌କା। ବିଜେଡିରୁ ଇସ୍ତଫା ଦେଲେ ରାସେଶ୍ବରୀ ପାଣିଗ୍ରାହୀ। ସେ ବିଜେଡିର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ବିଜେଡି ସୁପ୍ରିମୋଙ୍କୁ ତାଙ୍କ ଇସ୍ତଫା ପତ୍ର ପଠାଇଛନ୍ତି। 

ସୂଚନାନୁଯାୟୀ, ସମ୍ବଲପୁରର ପୂର୍ବତନ ବିଧାୟିକା ଥିଲେ ରାସେଶ୍ବରୀ ପାଣିଗ୍ରାହୀ। ଏଥର ନିର୍ବାଚନ ରେ  ବିଜେଡିରୁ ଟିକଟ ମିଳିବା ନେଇ ଆଶାୟୀ ଥିଲେ। ହେଲେ ବିଜେଡି ରୋହିତ ପୂଜାରୀଙ୍କୁ ପ୍ରାର୍ଥୀ କରିଥିଲା। ଟିକଟ ନମିଳିବା ପରେ ସେ ଅସନ୍ତୁଷ୍ଟ ଥିଲେ। ଯାହାଫଳରେ ଆଜି ଦଳ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ସେ କେଉଁ ଦଳକୁ ଯିବେ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ। 

ବିଜେପିରେ ମିଶିଲେ ଦୁଇ ଚର୍ଚ୍ଚିତ ଯା' ନେହା ଓ ରଶ୍ମିତା ପାଣିଗ୍ରାହୀ

ରାସେଶ୍ୱରୀ ପାଣିଗ୍ରାହୀ ଓଡ଼ିଶା ରାଜନୀତିରେ ବିଜେଡିର ଜଣେ ସକ୍ରିୟ ସଦସ୍ୟ ଥିଲେ । ଭାଇ ଶ୍ରୀ ବଲ୍ଲଭ ପାଣିଗ୍ରାହୀ କଂଗ୍ରେସ ଦଳର ଜଣେ ବରିଷ୍ଠ ନେତା ଥିଲେ । ହେଲେ ରାସେଶ୍ୱରୀ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶନରେ ଅନୁପ୍ରାଣିତ ହୋଇ ବିଜୁ ଜନତା ଦଳରେ ସାମିଲ ହୋଇଥିଲେ ।  ଏହାପରେ ସେ ୨୦୧୪ ନିର୍ବାଚନରେ ସମ୍ବଲପୁର ବିଧାନସଭା ଆସନରୁ ନିର୍ବାଚନ ଲଢିଥିଲେ ।

ବିଜେଡିରେ ମିଶିଲେ ବରିଷ୍ଠ ନେତା ବିଜୟ କେତନ ସ୍ୱାଇଁ


  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.