ପ୍ରମୁଖ ଖବର
  • ରାଜଧାନୀରେ ମୋଦି ସୋ, ଦିନ ୨ଟାରୁ ଜନପଥ ସିଲ୍
  • ||
  • ଜେଲରୁ ବାହାରିବେ ଅରବିନ୍ଦ କେଜ୍ରିୱାଲ, ୨୩ ଦିନର ନିର୍ବାଚନୀ ମହଲତ: ସୁପ୍ରିମକୋର୍ଟଙ୍କ ବଡ଼ ରାୟ
  • ||
  • ପିକଅପ୍ ଭ୍ୟାନ୍ ଧକ୍କାରେ ବୃଦ୍ଧ ମୃତ, ଗାଡ଼ି ଛାଡ଼ି ଡ୍ରାଇଭର ଫେରାର
  • ||
  • ମେ'୨୦ ପରେ ସିବିଏସ୍‌ଇ ପରୀକ୍ଷା ଫଳ, ୱେବ୍‌ସାଇଟ୍‌ରେ ସୂଚନା ଦେଲା ବୋର୍ଡ
  • ||
  • ପବିତ୍ର ଅକ୍ଷୟ ତୃତୀୟା: ଆଜିଠୁ ଶ୍ରୀଜିଉଙ୍କ ୪୨ ଦିନିଆ ଚନ୍ଦନ ଯାତ୍ରା, ନରେନ୍ଦ୍ର ଜଳରେ ଜଳକ୍ରୀଡ଼ା କରିବେ ଦଶ ଦିଅଁ
  • ||
  • IPL 2024: ଅହମ୍ମଦାବାଦରେ ଟାଇଟନ୍ସକୁ ଭେଟିବ ସୁପରକିଙ୍ଗ୍‌ସ, ଗୁଜରାଟ ପାଇଁ ଶେଷ ସୁଯୋଗ
  • ||
  • ଶୁକ୍ରବାର ରାଜଧାନୀରେ ମୋଦିଙ୍କ ସୋ’, ସନ୍ଧ୍ୟାରେ ରାମମନ୍ଦିରରୁ ବାଣୀବିହାର ମେଗା ରୋଡ୍‌ ସୋ
  • ||
  • ଗରମ ନୁହେଁ ନରମ ରହିବ ପାଗ: ଖରା କମ୍‌, କାଳବୈଶାଖୀ ଦେବ ଆଶ୍ୱସ୍ତି, ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||

ରବିବାର ରାଶିଫଳ; ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର, ନିଜର ପ୍ରିୟବନ୍ଧୁଙ୍କ ସହ ବିବାଦ ହେବ...

ମେଷ : ଦଶମ ଓ ଏକାଦଶ ଚନ୍ଦ୍ର ଏବଂ ମଙ୍ଗଳଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଏବଂ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ । ମୂଲ୍ୟବାନ ଧାତୁ, ଭୂମି ଏବଂ ଯାନବାହନ କ୍ରୟ କରିବେ ଓ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ। କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁ ମାନଙ୍କର ଦ୍ୱିଜାମେଷ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ଧଳା, ସଂଖ୍ୟା : ୩, ଆରାଧନା : ପ୍ରଭୁସ୍କନ୍ଦ ।

ବୃଷ : ସକାଳ ୭ଟା ୧୨ ମିନିଟ୍‌ ପରେ ଦଶମଚନ୍ଦ୍ର, ଶୁକ୍ରବାର ଯୋଗୁ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତକର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ବ୍ୟବସାୟ କର୍ମରେ ଦୂରସ୍ଥାନର ଯାତ୍ରା କରିବେ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ମା’ କମଳା ।

ମିଥୁନ : ସକାଳ ୭ଟା ୧୨ ମିନିଟ୍‌ ପର୍ଯ୍ୟନ୍ତ ଅଷ୍ଟମଚନ୍ଦ୍ର ଓ ପରେ ଘାତଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର, ନିଜର ପ୍ରିୟବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କଠାରୁ ଅପମାନ ପାଇପାରନ୍ତି । ମନରେ ବ୍ୟସ୍ତତା, ବ୍ୟଗ୍ରତା ବୃଦ୍ଧି ପାଇବ ଏବଂ ପରିବାରର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗିରହିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁ ମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୪, ଆରାଧନା : ମା’ ଷୋଡ଼ଶୀ ।

କର୍କଟ : ସକାଳ ୭ଟା ୧୨ ମିନିଟ୍‌ ପରେ ଅଷ୍ଟମଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ବ୍ୟଗ୍ରତା ବୃଦ୍ଧି ପାଇବ ଏବଂ ବିରକ୍ତି ଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତାର ପଶ୍ଚାତ୍‌ଧାବନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗିରହିବ । ଯେଉଁ ମାନଙ୍କର ପୁଷ୍ୟାକର୍କଟ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ସିଲ୍‌ଭର, ସଂଖ୍ୟା : ୧, ଆରାଧନା : ମା’ ଭୁବନେଶ୍ୱରୀ ।

ସିଂହ : ସକାଳ ୭ଟା ୧୨ ମିନିଟ୍‌ ପରେ ସପ୍ତମ ଚନ୍ଦ୍ର ଯୋଗୁ ନୂତନ ଗୃହାରମ୍ଭ, ଭୂମିପୂଜା, ଗୃହପ୍ରତିଷ୍ଠା କରିପାରନ୍ତି କିମ୍ବା ମୂଲ୍ୟବାନ ଧାତୁ, ଭୂମି ଏବଂ ଯାନବାହନ କ୍ରୟ କରିପାରନ୍ତି । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ସକାଳ ୭ଟା ୧୨ ମିନିଟ୍‌ ପରେ ଷଷ୍ଠଚନ୍ଦ୍ର, ଶୁକ୍ରବାର, ଏକାଦଶୀତିଥି ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ବଦନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଏବଂ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ହସ୍ତାକନ୍ୟା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ମେରୁନ୍‌, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

ତୁଳା : ସକାଳ ୭ଟା ୧୨ ମିନିଟ୍‌ ପରେ ପଞ୍ଚମ ଚନ୍ଦ୍ର ଏବଂ ଅପରାହ୍ଣ ୧ଟା ୨୯ ମିନିଟ୍‌ ପରେ ଘାତତିଥି ଯୋଗୁ ମାନ ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତରଜନ ଠାରୁ ଅପମାନ ପାଇବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମମ୍ୟା ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ଚିତ୍ରାତୁଳା, ସେମାନେ ସତର୍କହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୨, ଆରାଧନା : ପ୍ରଭୁଶ୍ରୀରାମ ।

ବିଛା : ଘାତବାର ଏବଂ ତୃତୀୟ ଓ ଚତୁର୍ଥ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଧନ, ସମ୍ପଦ ବୃଦ୍ଧିପାଇବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସାହାଯ୍ୟ, ସହଯୋଗ ମିଳିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ଉଚ୍ଚ ସମ୍ମାନ, ଉଚ୍ଚ ପଦବୀପ୍ରାପ୍ତ ହେବ । ଯେଉଁ ମାନଙ୍କର ବିଶାଖା ଓ ଜ୍ୟେଷ୍ଠାବିଛା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଘାତବାର ଏବଂ ସକାଳ ୭ଟା ୧୨ ମିନିଟ୍‌ ପରେ ତୃତୀୟ ଚନ୍ଦ୍ର ଯୋଗୁ କର୍ମରେ, ଆର୍ଥିକ ଅବସ୍ଥାରେ ଓ  ବ୍ୟବସାୟରେ ଉନ୍ନତି କରିବା ପାଇଁ ଯୋଜନା କରିବେ ଏବଂ ସେଥିରେ ସଫଳତା ପାଇବା ପାଇଁ ଯୋଜନା କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତି ସୁଧୁରିଯିବ । କର୍ମରେ ସଫଳତା ଓ ସମସ୍ତକର୍ମରେ ଆପଣଙ୍କର କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁ ମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ମାତଙ୍ଗୀ ।

ମକର : ସକାଳ ୭ଟା ୧୨ ମିନିଟ୍‌ ପରେ ଦ୍ୱିତୀୟ ଚନ୍ଦ୍ର ଯୋଗୁ ଏବଂ ଅପରାହ୍ଣ ୧ଟା ୨୯ ମିନିଟ୍‌ ପରେ ଘାତତିଥି ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଆଳସ୍ୟତାଭାବ ପ୍ରକାଶ ପାଇବ । ଯେଉଁ ମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠାମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଳା, ସଂଖ୍ୟା : ୩, ଆରାଧନା : ମା’ କାଳୀ ।

କୁମ୍ଭ : ଦ୍ୱାଦଶ ଚନ୍ଦ୍ର ଏବଂ ଶ୍ରୀଚନ୍ଦ୍ର ଓ ଘାତତିଥି ଯୋଗୁ ଘାତତିଥିର ପ୍ରଭାବ କମ୍‌ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ବହୁତ କମ୍‌ ରହିବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଖର୍ଚ୍ଚ ଅପେକ୍ଷା ସଞ୍ଚୟରେ ଅଧିକ ଆଗ୍ରହ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ତତ୍ପରତା ପ୍ରକାଶ ପାଇବ । ଯେଉଁ ମାନଙ୍କର ଶତଭିଷା ଓ ପୂର୍ବଭାଦ୍ରକୁମ୍ଭ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

ମୀନ : ସକାଳ ୭ଟା ୧୨ ମିନିଟ୍‌ ପରେ ଘାତଚନ୍ଦ୍ର ଏବଂ ଘାତବାର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହଭାବ ପ୍ରକାଶ ପାଇବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟବହୁତ ଅଧିକ ରହିବ ଏବଂ କର୍ମରେ ବିଫଳତା ଓ ଅଯଥା ବିଳମ୍ବ ଦେଖାଦେବ । ଯେଉଁ ମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା :  ମା’ ତାରା ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.