ପ୍ରମୁଖ ଖବର
  • ଖଣ୍ଡପଡ଼ା: ପୋଖରୀରେ ବୁଡ଼ି ପଞ୍ଚମ ଶ୍ରେଣୀର ଛାତ୍ରଙ୍କ ମୃତ
  • ||
  • ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି, ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି
  • ||
  • ଶନିବାରଠୁ ପିଜି ନାମଲେଖା ଆବେଦନ, ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ: ଜୁନ୍‌ ୨୨ରେ ଆଡମିଟ୍‌ କାର୍ଡ, ଜୁଲାଇ ୩ରୁ ୧୪ ପ୍ରବେଶିକା ପରୀକ୍ଷା
  • ||
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଏହି ରାଶିର ବ୍ୟକ୍ତିଙ୍କ ଉପରେ ରହିବ ଲକ୍ଷ୍ମୀଙ୍କ କୃପା

ମେଷ : ଦଶମ ଚନ୍ଦ୍ର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ଦେବେ । କର୍ମ ପ୍ରତି ଏକାଗ୍ରତା ଓ ଧ୍ୟାନ ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ବୃଷ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ଧାର୍ମିକ କର୍ମରେ ବିଘ୍ନ ଓ ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ ଅଯଥା ଖର୍ଚ୍ଚ ଅଧିକ ହେବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ ।

 ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ଅଷ୍ଟମ ଚନ୍ଦ୍ର, ସକାଳ ୫ଟା ୪୬ ମିନିଟ୍‌ ପରେ ଘାତତିଥି ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ପୁନର୍ବସୁ ମିଥୁନ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ:  ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଘାତବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଏବଂ ପରିବାର ପ୍ରତି ଅଧିକ ଯତ୍ନବାନ ହେବେ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ଦାମ୍ପତ୍ୟ ଜୀବନ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ ।

 ଶୁଭରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ ଏବଂ ଅନ୍ୟ ସହ କଥାବାର୍ତ୍ତା ବେଳେ ସତର୍କ ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ । ସ୍ୱାସ୍ଥ୍ୟରେ ଅବନତି, ଆର୍ଥିକ କ୍ଷତି ଏବଂ ଋଣ ଓ ଶତ୍ରୁ ବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ଅଯଥା ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା, ମାନ ସମ୍ମାନ ହାନି ଏବଂ ବହୁବିଧ ସମସ୍ୟା ଦେଖାଦେବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ ।

 ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର, ଘାତ ନକ୍ଷତ୍ର ଏବଂ ସକାଳ ୫ଟା ୪୮ ମିନିଟ୍‌ ପରେ ଘାତତିଥି ହେତୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ସ୍ୱାସ୍ଥ୍ୟ, ଚାଲିଚଳନ, କର୍ମ ଓ କଥାବାର୍ତ୍ତାକୁ ନେଇ ଚିନ୍ତିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ବୁଧବାର, ଚତୁର୍ଥ ଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ ଏବଂ ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ । ଆର୍ଥିକ ଅବସ୍ଥାରେ ଉନ୍ନତି, ବ୍ୟବସାୟରେ ପ୍ରଗତି, ପରିବାରରେ ସୁଖଶାନ୍ତି ଏବଂ ଦେହ ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଅସମ୍ଭବ ସଫଳତା ଏବଂ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଚିତ୍ରା ଓ ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ବିଛା : ତୃତୀୟ ଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ସଫଳତା ଓ କର୍ମ ପ୍ରତି ଏକାଗ୍ରତା ଅଧିକ ରହିବ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ଲାଲ୍‌, ଶୁଭ ସଂଖ୍ୟା : ୩, ଆରାଧନା : ପ୍ରଭୁ ସ୍କନ୍ଦ । 

ଧନୁ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ଧନକୁ ନେଇ ବିବାଦ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ହଳଦିଆ, ଶୁଭ ସଂଖ୍ୟା : ୨, ଆରାଧନା : ପ୍ରଭୁ ଗଜାନନ । 

ମକର : ଶ୍ରୀଚନ୍ଦ୍ର, ବୁଧବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ ଏବଂ ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ରହିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର ମାର୍ଜିତ ଓ ସର୍ବଜନ ଆଦୃତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ମକର, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ମାଟିଆ, ଶୁଭ ସଂଖ୍ୟା : ୧୧, ଆରାଧାନା : ମା ଦୁର୍ଗା ।

କୁମ୍ଭ : ଦ୍ୱାଦଶ ଚନ୍ଦ୍ର, ବୁଧବାର ଯୋଗୁ ଆୟ ତୁଳନାରେ ବ୍ୟୟ ବହୁତ କମ୍‌ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ ଏବଂ କୁସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗ କରିବେ । ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ଲୋପ ପାଇବ ଏବଂ ଅପବ୍ୟୟ, ଅପବାଦ, ଅପଯଶ, ଦୁଃଖ, କ୍ଳେଶ ଓ ଦୁଶ୍ଚିନ୍ତା ମୁକ୍ତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ଅସମ୍ଭବ ସଫଳତା ଏବଂ ସମସ୍ତ କଷ୍ଟସାଧ୍ୟ କାମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଧନିଷ୍ଠା ଓ ଶତଭିଷା କୁମ୍ଭ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ  : ଇନ୍ଦ୍ରନୀଳ, ଶୁଭ ସଂଖ୍ୟା : ୩, ଆରାଧନା : ମା’ ଭୈରବୀ । 

ମୀନ : ଏକାଦଶ ଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ ଆୟର ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ହୃତଧନ, ବକେୟା ଧନ ଫେରିପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ସୁଯୋଗ ଜୁଟିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଲାଲ୍‌, ଶୁଭ ସଂଖ୍ୟା : ୫, ଆରାଧନା : ମା’ ତାରା ।    

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.