ପ୍ରମୂଖ ଖବର
  • ଗଞ୍ଜାମ: ଛତ୍ରପୁର ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଭିନ୍ନ ଦାବି ନେଇ ଗଞ୍ଜାମ ବ୍ଲକ ଘେରାଉ
  • ||
  • ରାଉଲକେଲା: ଦଶାହ କର୍ମ ପାଇଁ ଆସିଥିବା ଯୁବକଙ୍କୁ ତୀର ମାଡ଼,ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି, ଅଭିଯୁକ୍ତ ଫେରାର
  • ||
  • ବୁଧବାର ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • 'ଏ ଜୋକର ଭାରତ ସହ ଲଢିବେ', ଜାଣନ୍ତୁ କେଉଁ ଫଟୋକୁ ନେଇ ପାକିସ୍ତାନ ଉପରେ ବର୍ଷିଲେ ୱୱେସୀ
  • ||
  • ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେଶ ତଥା ରାଜ୍ୟର ସୁରକ୍ଷା ସମ୍ପର୍କିତ ବିଭିନ୍ନ ଦିଗକୁ ନେଇ କଲେ ଆଲୋଚନା
  • ||
  • ଭଦ୍ରକ ଅଲଟ୍ରା ସାଉଣ୍ଡର ତ୍ରୁଟି ପୂର୍ଣ୍ଣ ରିପୋର୍ଟ ଅଭିଯୋ, ମୃତ ଶିଶୁକୁ ଧରି ରାସ୍ତାରୋକ, ଗାଡ଼ି ଚଳାଚଳ ଠପ୍‌
  • ||
  • ଗଞ୍ଜାମ: ବଡ଼ ଆର୍ଜିପଲ୍ଲୀରେ ଡେଙ୍ଗୁ ଆତଙ୍କ: ୧୩ବର୍ଷର ନାବାଳକର ମୃତ୍ୟୁ ଅଭିଯୋଗ, ୮ଜଣ ଆକ୍ରାନ୍ତ
  • ||
  • ନାକଟିଦେଉଳ : ବିଦ୍ୟୁତ୍ ଆଘାତରେ ସ୍ତ୍ରୀ ମୃତ, ସ୍ଵାମୀ ଗୁରୁତର
  • ||
  • ମୁଣ୍ଡ ନୁଆଁଇଲା ପାକିସ୍ତାନ; ଭାରତ ସହ ଶାନ୍ତି ଆଲୋଚନା ଚାହୁଁ କହିଲେ ଶହବାଜ୍ ସରିଫ୍
  • ||
  • ଗଞ୍ଜାମ: ଘର ଆଗରେ ଗଣ୍ଡଗୋଳ କରିବାକୁ ମନା କରିବାରୁ ଯୁବକଙ୍କୁ ଛୁରାମାଡ଼
  • ||
  • ଢ଼େଙ୍କାନାଳ: ବାଇକ୍‌କୁ ଧକ୍କା ଦେଲା ତେଲ ବୋଝେଇ ଟ୍ୟାଙ୍କର , ପତ୍ନୀ ମୃତ, ସ୍ୱାମୀ ଓ ଶିଶୁପୁତ୍ର ଆହତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସକୁ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ଟେବୁଲ୍‌ ଟପ୍ପର ଲକ୍ଷ୍ୟରେ ରଜତ ବାହିନୀ
  • ||
  • ଚାଞ୍ଚଲ୍ୟ; ପ୍ରବଚନ ଶୁଣି ଫେରୁଥିଲେ, କାର୍‌ରୁ ମିଳିଲା ପରିବାରର ୭ ଜଣଙ୍କ ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ରଥ ଖଳା ହାଲ୍‌ଚାଲ୍...ରଥ ବ୍ରେକ୍‌ ଅଖ ନିର୍ମାଣ ଆରମ୍ଭ, ଚକରେ ଲାଗୁଛି ପନ୍ଦାରି ଚାବି
  • ||
  • ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା,୨୯ ତାରିଖ ବେଳକୁ ମୌସୁମୀ ପହଞ୍ଚିପାରେ
  • ||

ଅନ୍ଧାରରେ ୧,୧୮୫ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ! ଫଳ ପ୍ରକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ନିରଞ୍ଜନ ବିଶି

Published By : Manash Sahoo | May 25, 2025 5:20 PM

ବରଗଡ଼,୨୪/୫: ବରଗଡ଼ ଜିଲ୍ଲା ପଦ୍ମପୁର ପବ୍ଲିକ୍ ସ୍କୁଲରେ ଏଯାଏ ବାହାରିନି ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳ । ସିବିଏସଏଇ ରେଜଲ୍ଟ ପ୍ରକାଶ ପାଇଥିଲେ ମଧ୍ୟ ପଦ୍ମପୁର ପବ୍ଲିକ୍ ସ୍କୁଲର ପରୀକ୍ଷା ଫଳ ଆସିନାହିଁ । ଯାହାକୁ ନେଇ ଚିନ୍ତାରେ ରହିଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ । ଏନେଇ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସିବିଏସଏଇ ପରୀକ୍ଷା ନିୟନ୍ତ୍ରକଙ୍କୁ ଚିଠି ଲେଖିଛନ୍ତି । ଦ୍ବାଦଶ ଓ ଯୁକ୍ତ ୩ରେ ଆଡମିଶନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଶୀଘ୍ର ରେଜଲ୍ଟ ପ୍ରକାଶ କରିବାକୁ ସେ ଦାବି କରିଛନ୍ତି ।  

ଚଳିତ ବର୍ଷ ପଦ୍ମପୁର ପବ୍ଲିକ୍ ସ୍କୁଲ୍ ପରୀକ୍ଷା କେନ୍ଦ୍ରରେ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ୧,୧୮୫ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ହେଲେ ଏମାନଙ୍କର ରେଜଲ୍ଟ ଏଯାଏ ପ୍ରକାଶ ପାଇ ନାହିଁ । ଯେଉଁଥିରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୪ଟି ବ୍ରାଞ୍ଚ୍ ଯଥା ଫିରୋଜପୁର, ବାନ୍ଦୁପାଲି, ଗାଇସିଲାଟ୍ ଓ ସୋହେଲା ସହିତ ଜେନି୍ଥ ଗୁରୁକୂଳ ଓ ପଦ୍ମପୁର ପବ୍ଲିକ୍ ସ୍କୁଲ ସାମିଲ ରହିଛି । ଏଥିରେ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ୬୦ଜଣ ଅନ୍ୱେଷା ଛାତ୍ରଛାତ୍ରୀ ମଧ୍ୟ ସାମିଲ ଅଛନ୍ତି । ମେ’ ୧୩ ତାରିଖରେ ସିବିଏସଇ ରେଜଲ୍ଟ ପ୍ରକାଶ ପାଇଥିବା ବେଳେ ଉପରୋକ୍ତ ୬ ସ୍କୁଲର ୧,୧୮୫ ଛାତ୍ରଛାତ୍ରୀ ଏଥିରୁ ବଞ୍ଚିତ ହୋଇଛନ୍ତି । ଏହା ଉପରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି ଲେଖିଛନ୍ତି । 

ଅନ୍ୟପଟେ ଆଡମିନିଷ୍ଟ୍ରେଟିଭ୍ ଇସ୍ୟୁ ଥିବାରୁ ଏହାର ତଦନ୍ତ ଓ ସମାଧାନ ପାଇଁ ଏକ କମିଟି ଗଠନ କରାଯାଇ ଯାଞ୍ଚ ଚାଲିଛି ବୋଲି ଭୁବନେଶ୍ୱର ସିବିଏସଇ ଅଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମାତ୍ର ଏହି ପରୀକ୍ଷା ଫଳ ୧,୧୮୫ ପିଲାଙ୍କ ଭବିଷ୍ୟତ ସହିତ ଜଡ଼ିତ ଥିବାରୁ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ଗ୍ରହଣ କରିବାକୁ ନିରଞ୍ଜନ ବିଶି, କେନ୍ଦ୍ରମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି । ସେହିପରି ସିବିଏସଇର ନୂଆଦିଲ୍ଲୀ ସ୍ଥିତ ମୁଖ୍ୟାଳୟର ପରୀକ୍ଷା ନିୟନ୍ତ୍ରକ  ଡ. ସନ୍ୟମ ଭରଦ୍ୱାଜଙ୍କୁ ସମାଧାନ ପାଇଁ ମଧ୍ୟ ଚିଠି ଲେଖିଛନ୍ତି ରାଜ୍ୟସଭା ସାଂସଦ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.