ପ୍ରମୂଖ ଖବର
  • କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତୃ ବିୟୋଗ, ୮୧ ବର୍ଷ ବୟସରେ ଦାଉଲାଲ ବୈଷ୍ଣବଙ୍କ ପରଲୋକ
  • ||
  • ମନମୋହନଙ୍କ କାନ୍ଧରେ ପୁଣି ରାଜ୍ୟ ବିଜେପି କମାଣ, ସଭାପତି ଭାବେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ
  • ||
  • ଗୁରୁବାର ତୃତୀୟ ଟେଷ୍ଟ: ଇଂଲଣ୍ଡ ଏକାଦଶକୁ ଫେରିବେ ଆର୍ଚର, ଭାରତୀୟ ସ୍କ୍ୱାଡରେ ହେବ ପରିବର୍ତ୍ତନ
  • ||
  • ଷ୍ଟିଅରିଂ ଛାଡ଼ ଆନ୍ଦୋଳନ : ବାଲିକୁଦା ନିକଟରେ କର୍ମକର୍ତ୍ତାଙ୍କ ପିକେଟିଂ, ଅଖ ଚକ ଜାମ୍, ଯାତ୍ରୀ ହନ୍ତସନ୍ତ
  • ||
  • ୧୪ଟି ଦେଶ ଉପରେ ନୂଆ ଟାରିଫ୍ ଘୋଷଣା କଲେ ଡୋନାଲ୍ଡ ଟ୍ରମ୍ପ, ଅଗଷ୍ଟ ପହିଲାରୁ ହେବ ଲାଗୁ
  • ||
  • ମଝିଘରିଆଣୀଙ୍କ ୯ ହୁଣ୍ଡି ମିଳିଲା ନଗଦ କୋଟିଏ ଟଙ୍କା, ୧୨ ବିଦେଶୀ ନୋଟ୍‌, ୩୮ ଗ୍ରାମ୍‌ ସୁନା
  • ||
  • ରାଜଧାନୀରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ପାର୍‌, ସ୍କୁଲ୍‌ରେ ସଚେତନ କଲା ବିଏମ୍‌ସି
  • ||
  • ସରିଲା ଅଧରପଣା, ଆଜି ନୀଳକନ୍ଦରକୁ ବାହୁଡ଼ିବେ ନିଳାଦ୍ରୀନାଥ, ରସଗୋଲା ଦେଇ ମାହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ
  • ||
  • ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ, ୬ ଦଫା ଦାବି ନେଇ ଜିଦ୍‌ରେ ଅଟଳ ଡ୍ରାଇଭର ମହାସଂଘ
  • ||
  • ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ଆଜି ୩ ଜିଲ୍ଲାକୁ ଅରେଞ୍ଜ, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

କୋଣାର୍କ ବସ୍‌ ଷ୍ଟାଣ୍ଡରେ ଜଳିଗଲା ୨ଦୋକାନ, କାରଣ ଅସ୍ପଷ୍ଟ

Published By : Harapriya Sethi | April 26, 2025 7:31 AM

କୋଣାର୍କ,୨୬/୦୪: କୋଣାର୍କ ବସ୍‌ ଷ୍ଟାଣ୍ଡ ନିକଟରେ ଥିବା ଉଠା ଦୋକାନରେ ଲାଗିଲା ନିଆଁ । ଏହି ଅଗ୍ନିକାଣ୍ଡରେ ୨ଟି ଦୋକାନ ଜଳି ପାଉଁଶ ହୋଇଥିବା ହୋଇଯାଇଛି । ଏଥିରେ ପ୍ରାୟ ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡି ପାଉଁଶ ହୋଇଥିବାବେଳେ ଜଣେ ବ୍ୟବସାୟୀଙ୍କ ପ୍ରାୟ ୨୦ହଜାର ଟଙ୍କା ଅଧା ପୋଡିଯାଇଛି । କୋଣାର୍କ ଚମ୍ପାହାର ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।  ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବା ବେଳେ ବିଦ୍ୟୁତ ସଟ୍‌ ସର୍କିଟ ଅଥବା କେହି ଦୁର୍ବୃତ ଏଭଳି କରିଥିବା ଅନୁମାନ କରାଯାଉଛି ।

ସୂଚନା ମୁତାବକ, କୋଣାର୍କ ବସ୍‌ ଷ୍ଟାଣ୍ଡ ନିକଟରେ ରାତି ୪ଟାରେ ରାସ୍ତା ପାର୍ଶ୍ୱ ଉଠା ଦୋକାନରେ କୌଣସି କାରଣରୁ ନିଆଁ ଲାଗି ଯାଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ କୋଣାର୍କ ଚମ୍ପାହାର ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ହେଲେ ଏହାରି ଭିତରେ ୨ ଟି ଦୋକାନର ପ୍ରାୟ ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡି ପାଉଁଶ ହୋଇଯାଇଥିବାବେଳେ ଜଣେ ବ୍ୟବସାୟୀଙ୍କ ପ୍ରାୟ ୨୦ହଜାର ଟଙ୍କା ଅଧା ପୋଡିଯାଇଛି । ସର୍ବସ୍ୱାନ୍ତ ହୋଇପଡିଛନ୍ତି ୨ଜଣ ଉଠା ବ୍ୟବସାୟୀ । ତେବେ ଏହି ଅଗ୍ନିକାଣ୍ଡର ପ୍ରକୃତ କାର ଅସ୍ପଷ୍ଟ ରହିଥିବା ବେଳେ ବିଦ୍ୟୁତ ସଟ୍‌ ସର୍କିଟ ଅଥବା କେହି ଦୁର୍ବୃତ ଏଭଳି କରିଥିବା ଅନୁମାନ କରାଯାଉଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.