ପ୍ରମୂଖ ଖବର
  • ସମ୍ବଲପୁର ହନୁମାନ ଜୟନ୍ତୀ ଶୋଭାଯାତ୍ରା : ଫ୍ଲାଗମାର୍ଚ୍ଚରେ ପୁଲିସ୍‌ର ଶକ୍ତି ପ୍ରଦର୍ଶନ, ୩୦ ପ୍ଲାଟୁନ ପୁଲିସଙ୍କୁ ନେଇ ସହର ପରିକ୍ରମା
  • ||
  • ମିଆଁମାରରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୫ ରେକର୍ଡ଼
  • ||
  • IPL 2025: ଆଜି ରାଜସ୍ଥାନ ରୟାଲ୍ସ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ସଂଘର୍ଷପୂର୍ଣ୍ଣ ହେବ ମ୍ୟାଚ୍
  • ||
  • ସମ୍ବଲପୁରରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ପରାଧି ସୀତାରାମ ଷଡ଼ଙ୍ଗୀର ଗୋଡ଼ରେ ବାଜିଲା ଗୁଳି
  • ||
  • ବିଧେୟକକୁ ରାଜ୍ୟପାଳଙ୍କ ସ୍ୱୀକୃତି, ଓଡ଼ିଶାରେ ଲାଗୁହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ
  • ||
  • ଏଥର ରାଜ୍ୟରେ ଠିକ୍‌ ସମୟରେ ପହଞ୍ଚିବ ମୌସୁମୀ ବାୟୁ: ଜୁନ୍‌ରେ ସ୍ୱାଭାବିକ ବର୍ଷା, ଜୁଲାଇ ଅଧାରୁ ଅଗଷ୍ଟ ଅଧା ଯାଏ ବର୍ଷା କମିବ
  • ||
  • ଭୁବନେଶ୍ୱର : ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ, ଅଳ୍ପକେ ବର୍ତ୍ତିଲେ ସାଙ୍ଗ
  • ||
  • ବ୍ରହ୍ମପୁର : ଟ୍ରେ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

କବାଡ଼ିଆ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପୁରୁଣା ଗାଡ଼ି ସହ ଅନ୍ୟାନ୍ୟ ସାମଗ୍ରୀ

Published By : Harapriya Sethi | April 9, 2025 11:04 AM

ଭୁବନେଶ୍ୱର, ୦୯/୦୪: କବାଡ଼ିଆ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ । ପଲସାଗୋରା ହାଇସ୍କୁଲ ଛକ ନିକଟରେ ଥିବା କବାଡ଼ିଆ ଗୋଦାମରେ ଲାଗିଲା ନିଆଁ । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ଏହି ଅଗ୍ନିକାଣ୍ଡରେ ଗୋଦାମର ପ୍ଲାଷ୍ଟିକ, ପୁରୁଣା ଗାଡ଼ି ଓ ଅନ୍ୟାନ୍ୟ ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଯାଇଛି । ଘଟଣା ସ୍ଥଳରେ କଣ୍ଟାମାଳ ଅଗ୍ନିଶମ ବାହିନୀ ପହଞ୍ଚି ଦୀର୍ଘ ଏକ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିଛି। 

ସୂଚନା ମୁତାବକ, କଣ୍ଟାମାଳ ବ୍ଲକ ପଲସାଗୋରା ହାଇସ୍କୁଲ ଛକ ନିକଟରେ ଦିଲ୍ଲୀପ ସାହୁଙ୍କ କବାଡ଼ିଆ ଗୋଦାମରେ ଥିବା ପ୍ଲାଷ୍ଟିକ ଗଦାରୁ ଅଚାନକ ଧୁଆଁ ବାହାରୁଥିବା ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ସଙ୍ଗେ ସଙ୍ଗେ କଣ୍ଟାମାଳ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଦୀର୍ଘ ଏକ ଘଣ୍ଟା ପରେ ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛି । ଗୋଦାମରେ ନିଆଁ ଲାଗିବାରୁ ପୁରୁଣା ଗାଡ଼ି, ପ୍ଲାଷ୍ଟିକ ସାମଗ୍ରୀ ସମେତ ଅନ୍ୟାନ୍ୟ ସାମଗ୍ରୀରେ ନିଆଁ ଲାଗି ପୋଡ଼ି ଯାଇଥିବା ସୂଚନା ମିଳିଛି । ତେବେ କେଉଁ କାରଣରୁ କବାଡି ଗୋଦାମରେ ନିଆଁ ଲାଗିଛି ତାହା ଜଣାପଡ଼ିନାହିଁ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.