ପ୍ରମୂଖ ଖବର
  • ଭୁବନେଶ୍ୱର : ସହି ପାରିଲେନି ଘର ମାଲିକଙ୍କ ନିର୍ଯାତନା, ଟ୍ରେନ୍‌ ଆଗକୁ ଡେଇଁ ଜୀବନ ହାରିଲେ ଯୁବକ
  • ||
  • ମୟୂରଭଞ୍ଜ : ସୋନ ଡ୍ୟାମ୍‌ରୁ ମହିଳାଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ପୁରୀରେ କାଳବୈଶାଖୀ ପ୍ରଭାବ: ଭୁଶୁଡ଼ି ପଡ଼ିଲା କମାରଶାଳ
  • ||
  • ପ୍ରକାଶ ପାଇଲା ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳାଫଳ, ଜାଣନ୍ତୁ କେମିତି ଚେକ୍‌ କରିବେ ରେଜଲ୍ଟ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ସୋନ ଡ୍ୟାମ୍‌ରୁ ମହିଳାଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

Published By : Harapriya Sethi | April 30, 2025 1:37 PM

ଭୁବନେଶ୍ୱର, ୩୦/୦୪: ସୋନ ଡ୍ୟାମ୍‌ରେ ଭାସୁଛି ମୃତଦେହ । ମୃତଦେହଟି ଜଣେ ମହିଳାଙ୍କର ହୋଇଥିବା ବେଳେ ତାଙ୍କ ପରିଚୟ ମିଳି ପାରିନାହିଁ । ମହିଳାଙ୍କ ମୃତ୍ୟୁ ୪ ରୁ ୫ ଦିନ ପୂର୍ବରୁ ହୋଇଥିବା ନେଇ ପୋଲିସ ଅନୁମାନ କରୁଛି । ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ସୋନ ଡ୍ୟାମରୁ ମୃତଦେହଟି ଉଦ୍ଧାର ହୋଇଛି । 

ସୂଚନା ମୁତାବକ, ସୋନ ଡ୍ୟାମରେ ଏକ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଖବର ପାଇ କପ୍ତିପଦା ପୋଲିସ ଅଗ୍ନିଶମ ବାହିନୀ ସହାୟତାରେ ଡ୍ୟାମରୁ ମୃତଦେହକୁ ଉଦ୍ଧାର କରିଛି । ମୃତଦେହଟି ଜଣେ ମହିଳାଙ୍କର ହୋଇଥିବା ବେଳେ ପରିଚୟ ମିଳି ପାରିନାହିଁ। ଉଦ୍ଧାର ହୋଇଥିବା ମହିଳାଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ୪ ରୁ ୫ ଦିନ ପୂର୍ବରୁ ମହିଳାଙ୍କ ମୃତ୍ୟୁ ହୋଇଥିବା ପୋଲିସ ଅନୁମାନ କରୁଛି। ସେପଟେ ମୃତକଙ୍କ ପରିଚୟ ମିଳିବା ପରେ ପୁରା ଘଟଣା ଉପରୁ ପରଦା ହଟିବ ବୋଲି ପୋଲିସ କହିଛି। ଉଦ୍ଧାର ମୃତଦେହ ରେ ଅନେକ କ୍ଷତ ଚିହ୍ନ ରହିଥିବା ବେଳେ ତଦନ୍ତ ପରେ ପୁରା ଘଟଣା ସ୍ପଷ୍ଟ ହେବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.