ପ୍ରମୂଖ ଖବର
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ବାଇକ୍ ଦୁର୍ଘଟଣାରେ ୧୭ବର୍ଷୀୟ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ

କୋରାପୁଟ,୦୨/୧୦:ବାଇକ୍‌ ଦୁର୍ଘଟଣାରେ ପ୍ରାଣ ହରାଇଲେ ୧୭ବର୍ଷୀୟ ଯୁବକ । ଯୁବକ ଜଣକ ନନ୍ଦପୁର ବ୍ଳକ ଲାମାନ୍ଦା ଗ୍ରାମର ମୃତକ ବିଶ୍ଵ ରଞ୍ଜନ ମଣ୍ଡଳ ନାୟକ ବୋଲି ଜଣାପଡ଼ିଛି । କୋରାପୁଟ ଜିଲ୍ଲା ସେମିଳିଗୁଡା ସହରର ଦାମନଯୋଡି ଛକ ପେଟ୍ରୋଲ ପମ୍ପ ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ବୁଧବାର ବିଶ୍ଵ ରଞ୍ଜନ ନିଜ ବାଇକ ଯୋଗେ ଦାମନଯୋଡି ଛକ ପେଟ୍ରୋଲ ପମ୍ପ ଦେଇ ଯାତ୍ରା କରୁଥିଲେ । ଏହି ସମୟରେ ବାଇକ୍‌ ଏବଂ ଟ୍ରକ୍‌ ମଧ୍ୟରେ ଦୁର୍ଘଟଣା ଘଟିଥିଲା । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ ବାଇକ୍‌ ଚାଳକ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ସେମିଳିଗୁଡା ପୋଲିସ ପହଞ୍ଚି ମୃତଦେହ ଜବତ କରିଛି । ଏହା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ନିକଟସ୍ଥ ମେଡିକାଲକୁ ପଠାଇଛି ପୋଲିସ । ଏଥି ସହିତ ଘଟଣାସ୍ଥଳରେ ଉପସ୍ଥିତ ରହି ଘଟଣାର ତଦନ୍ତ ଚଳାଇଛି ପୋଲିସ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.