ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ହୋଲ୍ଡର ସଜାଡ଼ୁଥିବା ବେଳେ ଲାଗିଲା ଇଲେକ୍ଟ୍ରିକ୍ ସକ୍; ଆଖି ବୁଜିଲେ ନଟବର

Published By : Swapna Ray | July 9, 2025 12:52 PM

ଅନୁଗୁଳ, ୯।୭: ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ରଞ୍ଜାସିଂହା ଗ୍ରାମର ଜଣେ ବ୍ୟକ୍ତିଙ୍କର ବିଦ୍ୟୁତ୍ ଆଘାତ ଜୀବନ ଯାଇଛି । ମୃତ ବ୍ୟକ୍ତି ହେଲେ ରଞ୍ଜାସିଂହା ଗ୍ରାମର କାର୍ତ୍ତିକ ପରିଡ଼ାଙ୍କ ପୁଅ ୪୫ ବର୍ଷୀୟ ନଟବର ପରିଡ଼ା । 

ସୂଚନାନୁଯାୟୀ, ନଟବର ସକାଳ ପ୍ରାୟ ୯ଟା ବେଳେ ଘରେ ବିଦ୍ୟୁତ୍ ହୋଲ୍ଡର ସଜାଡ଼ୁଥିବା ବେଳେ ତାଙ୍କୁ ବିଦ୍ୟୁତ୍ ଆଘାତ ଲାଗିଥିଲା । ପରିବାର ଲୋକ ନଟବରଙ୍କୁ ଉଦ୍ଧାର କରି ତୁରନ୍ତ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । କିନ୍ତୁ, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ମୋଟଙ୍ଗା ଥାନା ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.