ପ୍ରମୂଖ ଖବର
  • ବାଜିଲା ବିଗୁଲ; ଜୁନ୍ ୧୯ରେ ୪ ରାଜ୍ୟର ୫ ବିଧାନସଭା ଆସନରେ ଉପନିର୍ବାଚନ, ଏହି ଦିନ ରେଜଲ୍ଟ
  • ||
  • Mann ki Baat; ସାହସ ଓ ସଂକଳ୍ପର ପ୍ରତୀକ 'ଅପରେସନ୍ ସିନ୍ଦୂର, ଆତଙ୍କବାଦ ଶେଷ ଭାରତର ସଂକଳ୍ପ କହିଲେ ପ୍ରଧାନମନ୍ତ୍ରୀ
  • ||
  • ରଥଯାତ୍ରା ପ୍ରସ୍ତୁତି: ରଥଖଳାରେ ପହଞ୍ଚିଲା ୩୨ଟି ୪୦ ଫୁଟିଆ କାଠ
  • ||
  • ଭଦ୍ରକ : ନିଆଁ ଲାଗି ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ
  • ||
  • ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ଭାରତ, ଜାପାନକୁ ଟପିଲା
  • ||
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ଅମୃତସରରେ ଅକାଳୀ ଦଳର ନେତାଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ, ପୁଲିସର ତନାଘନା ଜାରି

Published By : Tapas Panda | May 25, 2025 8:58 PM

Image Courtesy: indiatv

ନୂଆଦିଲ୍ଲୀ: ଶିରୋମଣୀ ଅକାଳୀ ଦଳର କାଉନସିଲରଙ୍କୁ ଗୁଳି କରି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ରବିବାର ଅମୃତସରରେ ସ୍ପଷ୍ଟ ଦିବାଲୋକରେ ହରଜିନ୍ଦର ସିଂହଙ୍କୁ ଗୁଳି କରି ହତ୍ୟା କରାଯାଇଛି । ପୋଲିସର ସୂଚନା ଅନୁଯାୟୀ, ଦୁର୍ବୃତ୍ତମାନେ କାଉନସିଲରଙ୍କ ଉପରକୁ ପାଞ୍ଚ-ଛଅ ରାଉଣ୍ଡ ଗୁଳି ଚଳାଇଥିଲେ। ଏହାପରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତାଙ୍କୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା। ହେଲେ ସେଠାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।

 ଏଡିସିପି ହରପାଲ ସିଂହ ରନ୍ଧୱା ପିଟିଆଇକୁ ସୂଚନା ଦେଇ କହିଛନ୍ତି ଯେ, ହରଜିନ୍ଦର ସିଂହ କୌଣସି କାମରେ ଯାଉଥିବା ବେଳେ ୩ରୁ ୪ ଜଣ ବ୍ୟକ୍ତି ଏକ ମୋଟର ସାଇକେଲ୍‌ରେ ଆସି ତାଙ୍କୁ ଗୁଳି କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ହରଜିନ୍ଦରଙ୍କ ଭାଇ ଏବଂ ଭିଣୋଇଙ୍କ ସୂଚନା ଅନୁଯାୟୀ, ଯେଉଁମାନେ ପୂର୍ବରୁ ତାଙ୍କ ବାସଭବନରେ ଗୁଳି ଚଳାଇଥିଲେ ଏବଂ ତାଙ୍କୁ ଧମକ ଦେଇଥିଲେ ସେମାନେ ହିଁ ଏହି କାଣ୍ଡ ଘଟାଇଛନ୍ତି । 

 ଏହା ପୂର୍ବରୁ ମେ ୧୨ ଏବଂ ୧୩ ମଧ୍ୟରାତିରେ, କିଛି ଅଜଣା ଲୋକ ହରଜିନ୍ଦର ସିଂହଙ୍କ ଘର ଉପରକୁ ଗୁଳି ମାଡ଼ କରିଥିଲେ । ଏ ନେଇ ଥାନାରେ ଅଭିଯୋଗ ମଧ୍ୟ କରିଥିଲେ ହରଜିନ୍ଦର । ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ମୁହଁ ଘୋଡ଼ାଇ ଦୁର୍ବୃତ୍ତମାନେ ଏକ ମୋଟର ସାଇକେଲରେ ଆସି ହରଜିନ୍ଦରଙ୍କ ନିକଟରେ ଅଟକିଥିଲେ। ସେମାନଙ୍କ ମଧ୍ୟରୁ ଜଣେ ମୋଟର ସାଇକେଲରୁ ଓହ୍ଲାଇ କାଉନସିଲରଙ୍କ ଉପରେ ଗୁଳି ଚଳାଇଥିଲେ। ଦେହରେ ଗୁଳିର ଆଘାତ ଲାଗିବାରୁ ହରଜିନ୍ଦର ତଳେ ପଡ଼ିଯାଇଥିଲେ। ଏହାପରେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ । ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.