ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

କୋଣାର୍କ ରାସ୍ତା କଡ଼ରୁ ମିଳିଲା ମହିଳାଙ୍କ ମୃତଦେହ, ହତ୍ୟା ସନ୍ଦେହ

କୋଣାର୍କ, ୧୫/୦୯: ରାସ୍ତା କଡ଼ରୁ ଅଜଣା ମହିଳାଙ୍କ ମୃତଦେହ ଠାବ ହୋଇଛି । ମହିଳାଙ୍କୁ ହତ୍ୟା କରି କେହି ରାସ୍ତାକଡ଼ରେ ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି । କୋଣାର୍କ ବନାଖଣ୍ଡି ରାସ୍ତାରେ ଏଭଳି ଘଟଣା ଘଟିଛି । 

ସୂଚନା ଅନୁସାରେ, କୋଣାର୍କ ବନଖଣ୍ଡି ରାସ୍ତା କଡରେ ଏକ ଅଚିହ୍ନା ମହିଳାଙ୍କ ମୃତଦେହ ପଡ଼ିଥିବାର ସ୍ଥାନୀୟ ଲୋକେ ଦେଖିଥିଲେ । ଶନିବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବାହେତୁ ଗଳିତ ମହିଳାଙ୍କ ମୃତଦେହ ପଡ଼ିରହିଥିବା ବେଳେ ଶରୀରରେ ଖଣ୍ଡିଆଖାବରା ହୋଇଥିଲା ଓ ପାଟିରେ ରକ୍ତ ଲାଗିଥିବା ଦେଖିବାକୁ ମିଳିଛି । ମହିଳାଙ୍କ ବୟସ ପାଖାପାଖି ୩୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ଏହା ଦେଖି ସ୍ଥାନୀୟଲୋକେ କୋଣାର୍କ ପୋଲିସକୁ ଖବର ଦେଇଥିଲେ । 

ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏଥିସହିତ ଘଟଣାର ତଦନ୍ତ ଚଳାଇଛି ପୋଲିସ । ତେବେ ମହିଳାଙ୍କୁ କିଏ ହତ୍ୟା କରି ଫୋପାଡ଼ି ଦେଇଥିବା ସନ୍ଦେହ କରଯାଉଛି । ଏ ପର୍ଯ୍ୟନ୍ତ ମହିଳାଙ୍କ ପରିଚୟ ମିଳିପାରିନାହିଁ । ପୋଲିସ ପାଟ୍ରୋଲିଙ୍ଗ ଅଭାବରୁ ଏଭଳି ଘଟଣା କୋଣାର୍କ ଏବଂ ଏହାର ଆଖପାଖ ଅଞ୍ଚଳରେ ଘଟୁଥିବା କହିଛନ୍ତି ସ୍ଥାନୀୟଲୋକେ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.