ପ୍ରମୂଖ ଖବର
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଜିଲ୍ଲାଭିତ୍ତିକ ନିଯୁକ୍ତି ଦାବି : ୪ରେ ମାଲକାନଗିରି ବନ୍ଦ ଡାକରା, ଜିଲ୍ଲାପାଳଙ୍କୁ ସ୍ମାରକ ପତ୍ର ଦେଲା ମିଳିତ କ୍ରିୟାନୁଷ୍ଠାନ କମିଟି

ମାଲକାନଗିରି, ୩୦/୯(ଆପ୍ର ) : ଜିଲ୍ଲାଭିତ୍ତିକ ନିଯୁକ୍ତି ଦାବି କରି ୪ ତାରିଖରେ ଜିଲ୍ଲା ବନ୍ଦ ଡାକରା ଦେଇଛନ୍ତି ସ୍ଥାନୀୟ ଶିକ୍ଷିତ ଯୁବଗୋଷ୍ଠୀ । ଏହାକୁ ସମର୍ଥନ ଜଣାଇଛନ୍ତି ଅନୁସୂଚିତଜାତି /ଜନଜାତି ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି। ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ସ୍ମାରକ ପତ୍ର ଦେଇଛନ୍ତି ମିଳିତ କ୍ରିୟାନୁଷ୍ଠାନ କମିଟି।

ମାଲକାନଗିରି ସଦର ସ୍ଥିତ ବୁଟିଗୁଡା ପ୍ରାଇମେରୀ ସ୍କୁଲରେ ଚୟନ କରାଯାଇଥିବା କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ ପାଇଁ ଚୁକ୍ତିନାମା ସ୍ବାକ୍ଷର କରାଯାଉଥିଲା। ଏଥିପାଇଁ  ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଯୁବକ ଯୁବତୀ ଆସିଥିଲେ। ଏ ଖବର ପାଇ ଜିଲ୍ଲାର ଅନେକ ଲୋକ ପ୍ରତିନିଧି, ବୁଦ୍ଧିଜୀବୀ ଓ ଶତାଧିକ ଲୋକ ସେ ସ୍ଥାନକୁ ଯାଇ ବାହାର ଜିଲ୍ଲାରୁ ଆସିଥିବା ପିଲାଙ୍କୁ ନିଯୁକ୍ତି ଦେବାକୁ ବିରୋଧ କରିଥିଲେ। ଆଜି ସନ୍ଧ୍ୟାରେ ମାଲକାନଗିରି ଜିଲ୍ଲା ଏସସି/ଏସଟି ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟିର କର୍ମକର୍ତ୍ତାମାନେ ଜିଲ୍ଳାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ। 

ଉପାନ୍ତ ଆଦିବାସୀ ଅଧ୍ୟୁଷିତ ଅଂଚଳ ମାଲକାନଗିରି ଜିଲ୍ଲାର ଅଧିକାଂଶ ପିଲାମାନେ ଅଗ୍ରଣୀ ଜିଲ୍ଲାର ପିଲାମାନଙ୍କୁ ଶିକ୍ଷା କ୍ଷେତ୍ରରେ ଟକ୍କର ଦେବା ସମ୍ଭବପର ନୁହଁ। ତୃତୀୟ ଓ ଚତୁର୍ଥ ଶ୍ରେଣୀ ଚାକିରି ନିଯୁକ୍ତିରେ ରାଜ୍ୟଭିତ୍ତିକ ନକରି ଜିଲ୍ଳା ଭିତ୍ତିକ କରିବା ମୁଖ୍ୟ ଦାବିଥିଲା। ଦାବି ପୂରଣ ନହେଲେ ଚାରି ଅକ୍ଟୋବର ଅବିଭକ୍ତ କୋରାପୁଟ ଜିଲ୍ଲା ବନ୍ଦ ଡାକରାକୁ ମିଳିତ କ୍ରିୟାନୁଷ୍ଠାନ କମିଟି ସମର୍ଥନ କରିବ ବୋଲି ନିଷ୍ପତ୍ତି ନେଇଛି। ଦାବିପତ୍ର ପ୍ରଦାନ ସମୟରେ କ୍ରିୟାନୁଷ୍ଠାନ କମିଟିର ମୁଖ୍ୟ ଉପଦେଷ୍ଟା ପ୍ରଭାକର ହନ୍ତାଳ, ସଭାପତି ଜାରାଶବର ମାଡି, କାର୍ଯ୍ୟକାରୀ ସଭାପତି ସୋନୁ ଅନୁଗୁ, ସଂଯୋଜକ ଡମ୍ବରୁ ବାଘ, ସାଧାରଣ ସମ୍ପାଦକ ହରି ଗୋଲୋରୀ, ଉପ ସଭାପତି ଘେନୁ ମୁଦୁଲି ଓ ସନିଆ କବାସୀ, ଲଳିତ ନାରାୟଣ ମାଡକାମି ପ୍ରମୁଖ ଉପସ୍ଥିତ ଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.