ପ୍ରମୂଖ ଖବର
  • ଜାଡେଜା-ସୁନ୍ଦରଙ୍କ ଅପରାଜିତ ଶତକ, ମାଞ୍ଚେଷ୍ଟର ଟେଷ୍ଟ ଡ୍ର
  • ||
  • SIR ରେଜଲ୍ଟ: ବିହାର ଭୋଟର ତାଲିକାରୁ କଟିଲା ୬୫ ଲକ୍ଷ ନାଁ, ମୋଟ ୭.୨୪ କୋଟି ମତଦାତା
  • ||
  • ବିହାରରେ ବଢ଼ୁଛି ଅପରାଧ, ରାଜ୍ୟର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ହତ୍ୟା ଧମକ
  • ||
  • ନାବାଳିକା ଦୁଷ୍କର୍ମ ମାମଲାରେ କର୍ପୋରେଟର ଅମରେଶ ଜେନା ଗିରଫ, ଶନିବାର ଗିରଫ ହୋଇଥିଲେ ୫ ସହଯୋଗୀ
  • ||
  • ରାୟଗଡ଼ା : ଗ୍ୟାରେଜ୍‌ରେ ଲାଗିଲା ନିଆଁ, ଜଳିଗଲା ୩ ଗାଡ଼ି; ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ଉତ୍ତରାଖଣ୍ଡ ହରିଦ୍ୱାର ଦେବୀ ମନ୍ଦିରରେ ଦଳଚକଟା, ୬ମୃତ ଅନେକ ଆହତ
  • ||
  • ଫିଡେ ମହିଳା ଚେସ୍‌ ବିଶ୍ୱକପ୍‌ ଫାଇନାଲ୍‌: ଦିବ୍ୟା-ହମ୍ପି ପ୍ରଥମ ଗେମ୍‌ ଡ୍ର’, ଆଜି ଖେଳିବେ ଦ୍ୱିତୀୟ କ୍ଲାସିକାଲ ଗେମ୍
  • ||
  • ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ସନ୍ଧ୍ୟାରେ ୪ ଘଣ୍ଟା ଦର୍ଶନ ମନା
  • ||
  • ଭଦ୍ରକ: ହଳଦୀଡିହ ଛକ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ, ୨ ଗୁରୁତର
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା, ଉଛୁଳିଲା ବୈତରଣୀ, ଜଳକା, ଜମ୍ଭୀରା ନଦୀ,ପାଣିଘେରରେ ୩୦ରୁ ଅଧିକ ଗାଁ
  • ||
  • ଏଫ୍‌ଏମ୍‌ କଲେଜ ପୁଣି ଚର୍ଚ୍ଚାରେ, ପ୍ରାଧ୍ୟାପକଙ୍କ ପତ୍ନୀଙ୍କୁ ଗ୍ୟାସ୍‌ ଡେଲିଭରୀ ବୟର ଦୁଷ୍କର୍ମ ଉଦ୍ୟମ,ଅଭିଯୁକ୍ତ ଗିରଫ
  • ||
  • ଏବେ ବଡ଼ ବର୍ଷା ନାହିଁ, ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା: ଆଜି ୧୫ ଜିଲ୍ଲାକୁ ଆଲର୍ଟ
  • ||

କାମରେ ଆସୁନି ଉଠା ଜଳସେଚନ ପ୍ରକଳ୍ପ; ଏନଏଚ୍-୨୬ ଅବରୋଧ କରି ଚାଷୀଙ୍କ ଆନ୍ଦୋଳନ

Published By : Harapriya Sethi | July 24, 2025 11:18 AM

ସଇଁତଳା,୨୪/୦୭: ଚାଷୀଙ୍କ ଜମିକୁ ମାଡ଼ୁନି ପାଣି, ଭେଦୁନି ମାଟି । ବୃହତ ଉଠାଜଳସେଚନ ପ୍ରକଳ୍ପ ଅଚଳ । ଦିଗହରା ହୋଇଛି କୃଷି କଲ୍ୟାଣ ଯୋଜନା । ବାରମ୍ବାର ଅଭିଯୋଗ ସତ୍ତ୍ବେ ସମସ୍ୟାର ସମାଧାନ ହେଉନଥିବାରୁ ରାସ୍ତାକୁ ଓହ୍ଲାଇଛନ୍ତି ଲୋକେ । ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ୍‌ ୭ଟି ପଞ୍ଚାୟତର ଚାଷୀ ରାସ୍ତା ଅବରୋଧ କରି ପ୍ରତିବାଦ କରିଛନ୍ତି । ଚାଷୀଙ୍କ ସୁବିଧା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ ବୃହତ ଉଠାଜଳସେଚନ ପ୍ରକଳ୍ପ ନିର୍ମାଣ ହୋଇଥିଲା । ହେଲେ ଏହି ଯୋଜନା ଏବେ ଅଚଳ । ୬ ମାସ ହେଲା ଗ୍ରୀଡ୍ ଓ ପମ୍ପ ହାଉସକୁ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ହୋଇଛି । ପ୍ରକଳ୍ପରେ ନିୟୋଜିତ କର୍ମଚାରୀଙ୍କୁ ୬ ମାସର ଦରମା ମଧ୍ୟ ମିଳିନାହିଁ । ଯାହା ଫଳରେ କର୍ମଚାରୀମାନେ କାମ ଛାଡି ଚାଲିଯାଇଛନ୍ତି । ବର୍ତ୍ତମାନ ପ୍ରକଳ୍ପରେ ଝୁଲୁଛି ତାଲା । ଆଉ ଏବେପଟେ ଚାଷୀ ମରୁଡ଼ି ଚିନ୍ତାରେ ଜୁଝି ହେଉଛନ୍ତି । ଚଳିତ ଖରିଫ୍ ଋତୁରେ ନିଅଣ୍ଟ ବର୍ଷା ଏବଂ ଶ୍ରାବଣର ଦ୍ୱିତୀୟ ସପ୍ତାହରେ ପାଣିର ଅଭାବ ସେମାନଙ୍କ ଦୁଃଖକୁ ଦ୍ବିଗୁଣିତ କରିଛି । ଜମି ଶୁଖିଲା ପଡ଼ିଥିବାରୁ ବେଉଷଣ ହେଇପାରୁନାହିଁ । କିଛି ସ୍ଥାନରେ ମାଟି ଫାଟି ଆଁ କଲାଣି ।

ଏନେଇ ଚାଷୀମାନେ ପ୍ରଶାସନ ପାଖରେ ଉଠାଜଳସେଚନକୁ ଚଲାଇବା ପାଇଁ ଅନେକ ଥର ଅଭିଯୋଗ କରିଥିଲେ । ହେଲେ କୌଣସି ସୁଫଳ ନମିଳିବାରୁ ଚାଷୀମାନେ ସ୍ଥାନୀୟ ବିଧାୟକ, ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦୁଃଖ ଜଣାଇଥିଲେ । ସମସ୍ୟା ସମାଧାନ ନହେବାରୁ ଆଜି ବଲାଙ୍ଗୀର-ଭବାନୀପାଟଣା ୨୬ନଂ ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.