ପ୍ରମୂଖ ଖବର
  • ଭୁବନେଶ୍ୱରରେ ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି, ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର୍‌
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
  • ||
  • ରାଜଧାନୀରେ ନକଲି ସିମେଣ୍ଟ୍ ଫ୍ୟାକ୍ଟ୍ରି ଠାବ, ପାଉଁଶ ମିଶାଇ ଲୋକଙ୍କୁ କରୁଥିଲେ ବିକ୍ରି
  • ||
  • କରଞ୍ଜିଆ : ସ୍କୁଟିକୁ ଧକ୍କା ଦେଲା ଲୁହା ପଥର ବୋଝେଇ ଟ୍ରକ୍, ମାଆ ଆଗରେ ଚାଲିଗଲା ପୁଅର ଜୀବନ
  • ||
  • ଆନନ୍ଦପୁର : ଜଙ୍ଗଲରୁ ୨ ଶିକାରୀ ଗିରଫ, ମାରଣାସ୍ତ୍ର ସହ ଫାସ ଜବତ
  • ||
  • ବୋରିଗୁୁମ୍ମା : ନୂଆବର୍ଷରେ ଭୋଜି କରି ଯୁବକଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ବୌଦ୍ଧ : ୨୧୬ ଲିଟର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଅପରାହ୍ନରେ ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ‘ଦୁଲ୍‌ଦୁଲି' କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଳାହାଣ୍ଡି : ଟ୍ୟାଙ୍କର ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣା, କ୍ଷତି ପୂରଣ ଦାବିରେ ଶବ ରଖି ରାସ୍ତା ଅବରୋଧ
  • ||
  • ଜଗା ଦର୍ଶନ ପାଇଁ ପୁରୀରେ ପ୍ରବଳ ଭିଡ଼, ବଡ଼ଦାଣ୍ଡରେ ଲାଗିଛି ଲମ୍ବା ଲାଇନ୍
  • ||
  • ସମ୍ୱଲପୁରରେ ଜବରଦଖଲ ଉଚ୍ଛେଦ, ୧୬୩ ଧାରା ଲାଗୁ
  • ||
  • ଘଟଗାଁରେ ଉଦ୍‌ଘାଟନ ହେବ ଅଟେଇ ଜଙ୍ଗଲ ସଫାରୀ, ବନ୍ୟଜନ୍ତୁ ଦେଖିବାର ମଜା ନେବେ ପର୍ଯ୍ୟଟକ
  • ||
  • ଆଜି ଓଡ଼ିଶାରେ ପହଞ୍ଚିବେ ନୂଆ ରାଜ୍ୟପାଳ, ପୁରୀ ଯାଇ ଶ୍ରୀଜିଉଙ୍କୁ କରିବେ ଦର୍ଶନ
  • ||
  • ସାଲେପୁର : ବାଇକ୍‌କୁ ପଛପଟୁ ଧକ୍କା ଦେଲା ବାଇକ୍: ଜଣେ ସଙ୍କଟାପନ୍ନ, ଦୁଇ ଗୁରୁତର
  • ||
  • ସୋର : ଇଶାନ ଗାଁରେ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ଜାନୁଆରୀରେ ଶୀତ କମ୍‌, ମାର୍ଚ୍ଚ ଯାଏଁ ଅଧିକ ବର୍ଷା, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ
  • ||

ମଙ୍ଗଳବାର ରାଶିଫଳ : ଏହି ରାଶିରେ ସପ୍ତମ ଚନ୍ଦ୍ର ଯୋଗୁ ମୂଲ୍ୟବାନ ଧାତୁ, ବସନଭୂଷଣ କ୍ରୟ କରିବେ

Published By : Prameya | December 30, 2024 10:53 PM

ମେଷ : ଶୁକ୍ଳପକ୍ଷର ନବମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ। ପରୋପକାର, ସମାଜସେବା ଓ ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ ଏବଂ ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ। ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ। ଶୁଭରଙ୍ଗ: ଗୋଲାପି, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଗଜାନନ।

ବୃଷ : ଅଷ୍ଟମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ। ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ। ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ। ଯେଉଁମାନଙ୍କର ମୃଗଶିରା ବୃଷ, ସେମାନେ ସତର୍କ ହେବେ। ଶୁଭ ରଙ୍ଗ: କଫି, ସଂଖ୍ୟା: ୪, ଆରାଧନା: ଭଗବାନ ବିଷ୍ଣୁ।

ମିଥୁନ : ସପ୍ତମ ଚନ୍ଦ୍ର ଯୋଗୁ ମୂଲ୍ୟବାନ ଧାତୁ, ବସନଭୂଷଣ ଓ ସୌଖୀନ ଘରୋଇ ଉପକରଣ କ୍ରୟ କରିବେ । ମନରେ ପ୍ରସନ୍ନତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ମିଳିବ। ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ: ଚକୋଲେଟ୍‌, ସଂଖ୍ୟା: ୮, ଆରାଧନା: ମା’ ତ୍ରିପୁର ସୁନ୍ଦରୀ।

କର୍କଟ : ଷଷ୍ଠ ଚନ୍ଦ୍ର, ମଙ୍ଗଳବାର ଯୋଗୁ ରୋଗ, ଋଣ, ଦୁଃଖ, କ୍ଳେଶ ଏବଂ ମାନସିକ ଅବସାଦରୁ ମୁକ୍ତି ମିଳିବ। ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମରେ ଆଶାଠାରୁ ଅଧିକ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଓ ପ୍ରତିବନ୍ଧକ ଦୂର ହେବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସୁଫଳ ପାଇବେ। ଶୁଭ ରଙ୍ଗ: ସିଲ୍‌ଭର, ସଂଖ୍ୟା : ୫, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ପଞ୍ଚମ ଚନ୍ଦ୍ର, ମଙ୍ଗଳବାର ଯୋଗୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି ଏବଂ ଦୂରଦୃଷ୍ଟିର ବିକାଶ ଘଟିବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ପିତାମାତାଙ୍କ କୃପା ଲାଭ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲ୍‌ଗୁନୀ ସିଂହ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ: ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ମାତଙ୍ଗୀ ।

କନ୍ୟା : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଚିତ୍ରା କନ୍ୟା, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା : ୧, ଆରାଧନା : ମା’ ଛିନ୍ନମସ୍ତା ।

ତୁଳା : ଘାତଚନ୍ଦ୍ର ଯୋଗୁ ମନରେ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଭାଇ, ଭଉଣୀଙ୍କ ସହ ବିବାଦ ଉଗ୍ରରୂପ ଧାରଣ କରିବ। ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ ଏବଂ ପଡ଼ୋଶୀଙ୍କ ସହ ମତାନ୍ତର ଘଟିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ବହୁବିଧ ସମସ୍ୟା ଦେଖାଦେବ। ଯେଉଁମାନଙ୍କର ଚିତ୍ରା ତୁଳା, ସେମାନେ ସତର୍କ ହେବେ। ଶୁଭ ରଙ୍ଗ : ଚକୋଲେଟ୍‌, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତ ଧନ ଫେରି ପାଇବେ । ଧନ ପ୍ରତି ମନରେ ଅହେତୁକ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ମିଳିବ ନାହିଁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ। ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଶ୍ରୀଚନ୍ଦ୍ର, ମଙ୍ଗଳବାର ଯୋଗୁ ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ । ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ମାଣିକେଶ୍ୱରୀ ।

ମକର : ଶୁକ୍ଳପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଓ ଅପଯଶର ଶିକାର ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସଙ୍କଟ ଉପୁଜିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଧନିଷ୍ଠା ମକର, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ଘାତଚନ୍ଦ୍ର ଯୋଗୁ ଧନ କ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ଓ ପରିବାରର ଖର୍ଚ୍ଚ ଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ଧନିଷ୍ଠା କୁମ୍ଭ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ : ଧୂସର, ସଂଖ୍ୟା : ୬, ଆରାଧନା : ମା’ କାଳୀ ।

ମୀନ : ଦଶମ ଚନ୍ଦ୍ର, ମଙ୍ଗଳବାର ଯୋଗୁ କର୍ମରେ ଉନ୍ନତି ଏବଂ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ, ସଂଖ୍ୟା : ୯, ଆରାଧନା : ମା’ ତାରା ।

ଜ୍ୟୋତିର୍ବିଦ୍‌: କୈଳାସ ଦାଶ,

ମୋବାଇଲ : ୯୪୩୭୧୩୩୪୭୩

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.