ପ୍ରମୂଖ ଖବର
  • ଖାନ୍‌ନଗରରେ ଭୁଷୁଡ଼ିଲା ଦଶହରା ଲାଇଟ୍‌ ଗେଟ୍‌, ଗେଟ୍‌ ତଳେ ଚାପି ହୋଇଗଲା ଗାଡ଼ି
  • ||
  • ବାଲିଗୁଡାରେ ଚାଞ୍ଚଲ୍ୟ, କିଡ୍‌ନୀ ଚୋରି ଅଭିଯୋଗ ପରେ କବର ଖୋଳି ଶବ କାଢିଲା ପୋଲିସ
  • ||
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ବାଲିଗୁଡାରେ ଚାଞ୍ଚଲ୍ୟ, କିଡ୍‌ନୀ ଚୋରି ଅଭିଯୋଗ ପରେ କବର ଖୋଳି ଶବ କାଢିଲା ପୋଲିସ

ବାଲିଗୁଡା, ୧୮/୧୦: କିଡ୍‌ନୀ ଚେରି ଅଭିଯୋଗ ପରେ ଗାଁ ମଶାଣିରୁ କବର ଖୋଳି କଢାହେଲା ମୃତଦେହ । କଫିନରୁ ବାହାରିଲା ମୃତ ଦେହ । ପୋଲିସ,ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଗ୍ରାମବାସୀ ଖୋଳିଲେ ଶବ । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ଗ୍ରାମ ପଞ୍ଚାୟତର ଟିକରପାଜୁ ଗାଁରେ ଏଭଳି ଘଟଣା ଦେଖିବାକୁ ମିଳିଛି । 

ସୂଚନା ମୁତାବକ, ଚଳିତ ମାସ ୧୩ ତାରିଖରେ ବାବୁଲା ଡିଗାଲ ତୁମୁଡିବନ୍ଧ ନିକଟସ୍ଥ ଡଡ଼ଙ୍ଗ ଘାଟିରେ ସଡ଼କ ଦୁର୍ଘଟଣାରେ ଗୁରତର ହୋଇ ପ୍ରଥମେ ବାଲିଗୁଡା ମେଡିକାଲ ପରେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟ ରେ ଚିକିତ୍ସାପାଇଁ ଭର୍ତ୍ତି ହୋଇଥିଲେ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଡାକ୍ତର ଭୁବନେଶ୍ୱର ସ୍ଥିତ ଏମ୍‌ସ ମେଡିକାଲକୁ ରେଫର୍‌ କରିଥିଲେ । ମେଡିକାଲରେ ଷ୍ଟ୍ରାଇକ ଯୋଗୁଁ ଭୁବନେଶ୍ୱରର ଏକ ବ୍ରୋକର୍‌ ଭୁବନେଶ୍ୱରର ରୁଦ୍ର ନାମକ ଏକ ଘରୋଇ ମେଡିକାଲରେ ଚିକିତ୍ସା ପାଇଁ ପରିବାର ଲୋକଙ୍କୁ ନେଇ ଯାଇଥିଲେ । ଅପରେସନ ହେବ କହି ରୋଗୀଙ୍କ ସମ୍ପର୍କୀୟଙ୍କୁ ଏକ ଲକ୍ଷ ଟଙ୍କା ଦାବି କରିଥିଲେ । ତେବେ ବାବୁଲା ଡିଗାଲଙ୍କ ମୃତ୍ୟୁ ଘଟିଥିବା ବେଳେ ଅପରେସନ୍‌ ସଫଳ ହୋଇଥିବା କଥା ମେଡିକାଲ ପକ୍ଷରୁ କୁହାଯାଇଥିଲା । 

ପରେ ପରିବାର ଲୋକେ ପେଟ ନିକଟରେ କଟା ହୋଇଥିବା ଦେଖି କିଡ୍‌ନୀ ଚୋରି ହୋଇଥିବା ସନ୍ଦେହ କରି ବାଲିଗୁଡା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏହି ଘଟଣାରେ ବାଲିଗୁଡା ଥାନା ପୋଲିସ ଏକ ମାମଲା ରୁଜୁ କରିଛି । ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ, ଏଏସଆଇ ଯୁଗଳ ନାୟକ ଟିକରପାଜୁ ଗାଁକୁ ଯାଇ ମାଜିଷ୍ଟ୍ରେଟ ହରେକୃଷ୍ଣ ରାଉତଙ୍କ ଉପସ୍ଥିତିରେ ମଶାଣିରୁ ଶବଖୋଳି ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବାଲିଗୁଡା ଉପଖଣ୍ଡ ମେଡିକାଲକୁ ପଠାଇଛି । ଏହା ସହ ଘଟଣାର ତଦନ୍ତ ମଧ୍ୟ ଜାରି ରଖିଛନ୍ତି । ଏହିଭଳି ଅମାନବୀୟ କାମ କରିଥିବା ରୁଦ୍ର ମେଡିକାଲ ବିରୋଧରେ କଡା କାର୍ଯାନୁଷ୍ଠାନ ନେବା ସହିତ କ୍ଷତି ପୂରଣ ଦେବାକୁ ପରିବାର ଲୋକ ସମେତ ଗ୍ରାମବାସୀ ଦାବି କରିଛନ୍ତି ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.