ପ୍ରମୂଖ ଖବର
  • ପୁରୀ : ଅର୍ବାନ ହାଟର ବିକାଶ ମେଳା ଚଳଚଞ୍ଚଳ, ମେଳାରେ ଲାଗିଛି ବିଭିନ୍ନ ବିଭାଗର ୭୦ ଟି ଷ୍ଟଲ
  • ||
  • ଲଗାଣ ବର୍ଷାରେ ବେହାଲ ଯାଜପୁର ସହର; ଅଫିସ ପରିସରରେ ଜମିରହିଚି ପାଣି, ଭାଙ୍ଗିଲା ଦୋକାନ
  • ||
  • ୨୨ରେ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାରିପଦାସ୍ଥ ଛଉ ପଡ଼ିଆରେ ଉଦ୍‌ଘାଟନ କରିବେ ବିକାଶ ମେଳ
  • ||
  • ଚଣ୍ଡିଖୋଲ : ଖୁଦୁରୁକୁଣୀ ମୂର୍ତ୍ତି ବିସର୍ଜନ ସମୟରେ ଅଘଟଣ, ପୋଖରୀରେ ବୁଡ଼ି ଛାତ୍ରଙ୍କ ମୃତ୍ୟୁ
  • ||
  • ଆନନ୍ଦପୁର : ପାରିବାରିକ କଳହର କରୁଣ ପରିଣତି, ବିଷ ପିଇ ଜୀବନ ହାରିଲେ ଦମ୍ପତି
  • ||
  • ବୌଦ୍ଧରେ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ପ୍ରଥମ ରୋଗୀ ଚିହ୍ନଟ, ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଲେ ଯୁବକ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତର ଦ୍ୱିତୀୟ ଦିନ, ଚାଏ ପେ ଚର୍ଚ୍ଚାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
  • ||
  • କୋରାପୁଟ : ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଚଢାଉ; ୨୫ କିଲୋ ଗଞ୍ଜେଇ ଜବତ, ୨ ମହିଳା ଗିରଫ
  • ||
  • ସମ୍ବଲପୁର: ମେଜିକ୍ ନମ୍ବର ଛୁଇଁଲା ହୀରାକୁଦ ଜଳସ୍ତର, ସକାଳ ୯ଟା ସୁଦ୍ଧା ୬୩୦ ଫୁଟ୍ ଜଳସ୍ତର
  • ||
  • କଟକ : ରାତ୍ରିକାଳୀନ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ; ୧୦ ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ, ଡ୍ରାଇଭର ଗୁରୁତର
  • ||
  • ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣା: ଆଜି ରାଜଭବନ ଆଗରେ ଧାରଣା ଦେବେ ବିଜୁ ମହିଳା ଜନତ ଦଳ
  • ||
  • ଶ୍ରୀମନ୍ଦିର ରତ୍ନଭଣ୍ଡାର ଗୁପ୍ତ ସୁଡ଼ଙ୍ଗ ଖୋଜିବ ଏଏସ୍‌ଆଇ ଟିମ୍, ରାଡାର୍‌ ପେନିଟ୍ରେଟିଂ ସିଷ୍ଟମ୍‌ ସର୍ଭେ ହେବ
  • ||
  • ଉତ୍ତର ଆଣ୍ଡାମାନ ସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ: ୨୩ରେ ଲଘୁଚାପ,୨୪ରେ ପ୍ରବଳ ବର୍ଷା ସମ୍ଭାବନା
  • ||

ତିରୁପତି ପ୍ରସାଦକୁ ନେଇ ବିବାଦ, ସିବିଆଇ ତଦନ୍ତ ଦାବି କଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୨୧/୦୯: ତିରୁପତି ବାଲାଜୀ ମନ୍ଦିର ପ୍ରସାଦକୁ ନେଇ ବଡୁଛି ବିବାଦ । ମନ୍ଦିର ପ୍ରସାଦ ଲଡୁରେ ପଶୁ ଚର୍ବି ବ୍ୟବହାର କରାଯାଉଥିବା ହୋଇଛି ଅଭିଯୋଗ। ଏହାରି ମଧ୍ୟରେ ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ଶୋଭା କରନ୍ଦଲାଜେ ଏହି ମାମଲାର ସିବିଆଇ ତଦନ୍ତ ଦାବି କରିଛନ୍ତି। ତେବେ ତିରୁପତି ଲଡ଼ୁ ସହ ଜଡିତ ବିବାଦ ସମ୍ପର୍କରେ ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ କଡା ତଥା ନିରପେକ୍ଷ ତଦନ୍ତ ଦାବି କରିଛନ୍ତି ବିଜେପି ନେତା ତଥା କେନ୍ଦ୍ର ମନ୍ତ୍ରୀ ଶୋଭା କରନ୍ଦଲାଜେ। 

ଏନେଇ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସେ କହିଛନ୍ତି ଯେ, ଏହି ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ସ୍ୱତନ୍ତ୍ର ଦଳ ଗଠନ କରିବା ଉଚିତ । ଏଥିସହ ଏହି ମାମଲା ସିବିଆଇକୁ ହସ୍ତାନ୍ତର କରିବା ଉଚିତ। ସେ କହିଛନ୍ତି ଯେ ' ହିନ୍ଦୁମାନଙ୍କ ବିଶ୍ୱାସ ଏବଂ ଆସ୍ଥା ଉପରେ ସିଧାସଳଖ ଆକ୍ରମଣ ହୋଇଛି, ଏହାକୁ ବରଦାସ୍ତ କରାଯିବ ନାହିଁ।' କେବଳ ସେତିକି ନୁହେଁ ଗତ ୪ ବର୍ଷ ଭିତରେ ତିରୁପତି ଲଡ଼ୁ ପାଇଁ ଘିଅ ଯୋଗାଉଥିବା ଯୋଗାଣକାରୀଙ୍କ ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ଶୋଭା କରନ୍ଦଲାଜେ ମଧ୍ୟ ଦାବି କରିଛନ୍ତି। କିଏ ଟେଣ୍ଡର ପାଇଛନ୍ତି ଏବଂ କେଉଁଠାରୁ ଘିଅ ଯୋଗାଇ ଦିଆଯାଉଛି ତାହା ସ୍ପଷ୍ଟ ହେବା ଉଚିତ ବୋଲି ସେ କହିଛନ୍ତି। ସେହିପରି ଆନ୍ଧ୍ରପ୍ରଦେଶ ସରକାରଙ୍କ ତରଫରୁ ଏହି ମାମଲାରେ କରନ୍ଦଲାଜେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ଦାବି କରି କହିଛନ୍ତି ଯେ ଏବେ ଆଉ କୌଣସି ଗୋପନୀୟତା ରହିବା ଉଚିତ ନୁହିଁ, ପୂରା ସତକୁ ସାମ୍ନାକୁ ଆଣିବାର ସମୟ ଆସିଛି। ହିନ୍ଦୁ ବିଶ୍ୱାସ ସହ ଜଡିତ ଏହି ପ୍ରସଙ୍ଗରେ ବିଜେପି ନେତାଙ୍କ ଏହି କଠୋର ଦାବି ରାଜନୈତିକ ତଥା ଧାର୍ମିକ ସ୍ତରରେ ହଇଚଇ ସୃଷ୍ଟି କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.