ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ

ଜଳେଶ୍ବର,୧୬/୦୯: ବଢୁଛି ଜଳକା ନଦୀର ବନ୍ୟାପାଣି । ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାରୁ ମଥାନୀଠାରେ ବିପଦ ୬.୫୦ ମିଟର ଥିବା ବେଳେ ସୋମବାର ସକାଳ ୬ଟା ସୁଦ୍ଧା ୬.୬୭ ମିଟର ଉପରେ ପ୍ରବାହିତ ହେଉଛି ପାଣି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ଅଞ୍ଚଳରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ।

ସୂଚନା ମୁତାବକ, ବିଗତ ଦିନରେ ମୟୁରଭଞ୍ଜ ଜିଲ୍ଲାରେ ଲାଗି ରହିଛି ବର୍ଷା । ଏହି କାରଣରୁ ବଢିବାରେ ଲାଗିଛି ଜଳକା ନଦୀର ଜଳସ୍ତର । ମଥାନୀଠାରେ ବିପଦ ସଙ୍କେତ ୬.୫୦ ମିଟର ରହିଥିବା ବେଳେ ସୋମବାର ସକାଳ ୬ଟା ସୁଦ୍ଧା ୬.୬୭ ମିଟର ଉପରେ ବନ୍ୟାଜଳ ପ୍ରବାହିତ ହେଉଛି । ଫଳରେ ତଳିଆ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଦିନ କାଟୁଛନ୍ତି ।  

ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ୩ ଦିନ ଧରି ଜଳକା ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାର  ରାସଗୋବିନ୍ଦପୁର, ଶୁଳିଆପଦା, ମୋରଡା, ତିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି । ବସ୍ତା ଅଞ୍ଚଳରେ ମଧ୍ୟ ଦୁଇ ଦିନ ଧରି ପ୍ରବଳ ବର୍ଷା ହୋଇଛି । ଯାହା ଫଳରେ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇଛି । ଜଳସ୍ତର ବୃଦ୍ଧି ପାଉଥିବାରୁ ବନ୍ୟା ଆଶଙ୍କା ଦେଖା ଦେଇଛି । ଯଦି ବନ୍ୟା ହୁଏ, ତାହେଲେ ବସ୍ତା ବ୍ଲକର ୧୦ଟି ପଞ୍ଚାୟତର କୁଢିଆ, ରାଉତପଢା, ଗଡପଦା, ମଥାନି, ବାହାର୍ଦା, ଚକୁରି ଏବଂ ସଦର ବ୍ଲକର ୨ ଟି ପଞ୍ଚାୟତ ରସଲପୁର, ଶ୍ରୀରାମପୁର ପ୍ରଭାବିତ ହେବାର ସମ୍ଭାବନା ରହିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.