ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

କେସିଙ୍ଗାରେ ଅବାଧରେ ଚାଲିଛି ଦେଶୀ ଓ ନକଲି ବିଦେଶୀ ମଦ କାରବାର

Published By : Suraj Kumar | June 28, 2025 9:36 PM

କେସିଙ୍ଗା,୨୮|୬(ଆପ୍ର): କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅଞ୍ଚଳରେ ଏବେ ଚୋରା ଦେଶୀ ଓ ବିଦେଶୀ ମଦ ବିକ୍ରି ସୀମା ଟପିଲାଣି । ବର୍ତ୍ତମାନ ଉଭୟ ଦେଶୀ ଓ ବିଦେଶୀ ମଦ ଚୋରାଚାଲାଣ ବିକ୍ରି ବଢ଼ିଛି ।‌ କେସିଙ୍ଗା ସହରର ବିଭିନ୍ନ ଓ୍ବାର୍ଡ, ଗଳିକନ୍ଦି ସମେତ ଗ୍ରାମାଞ୍ଚଳର ବିଭିନ୍ନ ସ୍ଥାନରେ ଖୋଲାଖୋଲି ମଦ ବିକ୍ରି ହେଉଛି । ସ୍ଥାନୀୟ ପୁଲିସ ଓ ଅବକାରୀ ବିଭାଗର ଅବହେଳା ଯୋଗୁଁ କ ମଦ ବେପାର କ୍ରମଶଃ ବଢିବାରେ ଲାଗିଛି ସିନା କମିବାର ନାଁ ନେଉନାହିଁ । କେବଳ ଲୋକଦେଖାଣିଆ ଭାବେ ଉଭୟ ବିଭାଗ ପକ୍ଷରୁ ଚଢାଉ କରାଯାଉଛି ହେଲେ ଯେଉଁ ଭଳି କାର୍ଯ୍ୟାନୁଷ୍ଠାନ ହେବା କଥା ତାହା ହେଉନଥିବା ଅଭିଯୋଗ ହେଉଛି ।‌ ଗତ କିଛି ଦିନ ତଳେ ହୋଇଥିବା କେସିଙ୍ଗା ସିଟି ଜେନ ଫୋରମ୍ ର ମାସିକ ସାଧାରଣ ବୈଠକରେ ବେନିୟମ ମଦ ବିକ୍ରି ହେଉଥିବା ବିଷୟ ଉପରେ ପୁଲିସ ବିଭାଗର କାର୍ଯ୍ୟ ଶୈଳୀ ଉପରେ ଉଦବେଗ ପ୍ରକାଶ ପାଇଥିଲା ।‌

କେସିଙ୍ଗା ସହରରେ ଥିବା ବିଦେଶୀ ମଦ ଦୋକାନ ମାନଙ୍କରୁ ବାଇକ୍ ଯୋଗେ ଖୋଲାଖୋଲି ଗାଁ ମାନଙ୍କୁ ସପ୍ଲାଏ ହେଉଛି ।‌ ଏଥିରେ ସରକାରଙ୍କ ରାଜସ୍ବ ମଧ୍ୟ ହାନି ହେଉଛି ।  ପୁଲିସ ଓ ଅବକାରୀ ବିଭାଗ ଏସବୁ ଜାଣି ଅଜଣା ପରି ରହୁଛି । ଏହା ଉପରେ ରୋକ୍ ଲଗାଇବାରେ ପୁଲିସ ଓ ଅବକାରୀ ବିଭାଗ ବିଫଳ ହେଉଛି । ଏଥିପ୍ରତି ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନେବାକୁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି ।‌

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.