ପ୍ରମୂଖ ଖବର
  • ଅପରେସନ ‘ସିନ୍ଦୂର’କୁ ନେଇ ଆସିପାରେ ବଡ଼ ସୂଚନା, ଅପରାହ୍ନ ୫ଟା ୩୦ରେ MEA ପ୍ରେସ୍‌ବ୍ରିଫ୍
  • ||
  • ମହଜୁଦ ଅଛି ଆବଶ୍ୟକୀୟ ଇନ୍ଧନ, ଆତଙ୍କିତ ନହେବାକୁ IOCLର ପରାମର୍ଶ
  • ||
  • ସୀମାବର୍ତ୍ତୀ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ, ଗୁଜୁରାଟ, ପଞ୍ଜାବ, ରାଜସ୍ଥାନ ସିଏମ୍‌ଙ୍କ ସହ ଆଲୋଚନା
  • ||
  • ଆଇପିଏଲ୍‌କୁ ନେଇ ବିସିସିଆଇ ବଡ଼ ନିଷ୍ପତ୍ତି..ଭାରତ- ପାକ୍ ଯୁଦ୍ଧ ସ୍ଥିତି ପରେ ଅଧାରୁ IPL ଟୁର୍ଣ୍ଣାମେଣ୍ଟ ସ୍ଥଗିତ
  • ||
  • ଶିମିଳିପାଳ ପାଦ ଦେଶରୁ ତିନି ଶିକାରୀ ଗିରଫ, ୩ ବନ୍ଧୁକ ଜବତ
  • ||
  • ବଢୁଛି ଭାରତ-ପାକିସ୍ତାନ ଉତ୍ତେଜନା, ସ୍ଥଳପଥ ପରେ ଜଳପଥରେ ବି ହାଇଆଲର୍ଟ ଜାରି
  • ||
  • ବଢିଲା ଭାରତ - ପାକିସ୍ତାନ ଯୁଦ୍ଧ ଭୟ, ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇଆଲର୍ଟ ଜାରି
  • ||
  • ଚଣ୍ଡୀଗଡ଼ରେ ବାଜିଲା ଯୁଦ୍ଧ ସାଇରନ୍, ଲୋକଙ୍କୁ ଘର ଭିତରେ ରହିବାକୁ ଅନୁରୋଧ
  • ||
  • ସ୍ୱଦେଶ ବାହୁଡ଼ି ଯିବେ ବିଦେଶୀ ଖେଳାଳି, ଖୁବ୍‌ଶୀଘ୍ର ବଡ଼ ନିଷ୍ପତ୍ତି ନେଇପାରେ ବିସିସିଆଇ
  • ||
  • ଚଣ୍ଡୀଗଡ଼​‌ରେ ବାଜିଲା ସାଇରନ୍‌, ଏୟାରଫୋର୍ସ ଷ୍ଟେସନ୍‌କୁ ଓ୍ବାର୍ଣ୍ଣିଂ, ଲୋକଙ୍କୁ ଘରୁ ନବାହାରିବାକୁ ନିର୍ଦ୍ଦେଶ
  • ||
  • LOC ଏବଂ IBରେ କଡ଼ା ଜବାବ, ପାକିସ୍ତାନର ୫୦ରୁ ଉର୍ଦ୍ଧ୍ଵ ଡ୍ରୋନ୍ ଖସାଇଲା ଭାରତ
  • ||
  • ଶ୍ରୀକ୍ଷେତ୍ରରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା, ପୋଲିସ ଛାଉଣୀରେ ବଡ଼ଦେଉଳ
  • ||
  • ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ମୟୂରଭଞ୍ଜ : ବରଯାତ୍ରୀ ବସ୍‌ - କଣ୍ଟେନର ଟ୍ରକ୍‌ ମୁହାଁମୁହିଁ ଧକ୍କା: ହେଲପର୍‌ ଗୁରୁତର, ୧୦ ରୁ ଉର୍ଦ୍ଧ୍ୱ ଆହତ
  • ||
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ଓଡ଼ିଶା ବଜେଟ୍ ୨୦୨୫ -୨୬ : ଅନ୍ତୋଦୟ ଗୃହ ଯୋଜନାରେ ଗରିବଙ୍କୁ ମିଳିବ ପକ୍କା ଘର

Published By : Prameya | February 17, 2025 5:22 PM

ଭୁବନେଶ୍ୱର : ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଆଜି ( ସୋମବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ୍ ଉପସ୍ଥାପିତ କରିଛନ୍ତି। ଚଳିତ ଥର ରାଜ୍ୟ ବଜେଟର ଆକାର ୨ ଲକ୍ଷ ୯୦ ହଜାର କୋଟି ଟଙ୍କା ରହିଛି। ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ହେଉଛି ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍। ଏହି ରାଜ୍ୟ ବଜେଟରେ ସରକାର ଗରିବଙ୍କୁ ପକ୍କା ବାସଗୃହ ଦେବା ପାଇଁ ବଡ଼ ଲକ୍ଷ୍ୟ ରଖିଛନ୍ତି। 

ବଜେଟରେ ରାଜ୍ୟ ଗରିବଙ୍କ ପକ୍କା ବାସ ଗୃହ ଦେବା ପାଇଁ ବଡ଼ ଲକ୍ଷ୍ୟ ରଖିଛନ୍ତି । ମୋହନ ସରକାର ବଜେଟ୍‌ରେ ଅନ୍ତୋଦୟ ଯୋଜନା ଲାଗି ୭୭୫୦ କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି । ଦାରିଦ୍ର୍ୟ ସୀମାରେଖା ତଳେ ଥ‌ିବା ପରିବାରକୁ ପକ୍କା ଘର ଯୋଗାଇବାକୁ `ଅନ୍ତୋଦୟ ଗୃହ ଯୋଜନା' ରାଜ୍ୟ ସରକାରଙ୍କ ଏକ ମହତ୍ୱାକାଂକ୍ଷୀ ଯୋଜନା ରହିଛି । ଏହା ଅଧିନରେ ଆସନ୍ତା ୩ ବର୍ଷରେ ଅତି କମ୍‌ରେ ୨ ଲକ୍ଷ ୨୫ ହଜାର ନୂତନ ପକ୍କା ଘର ମଞ୍ଜୁର କରାଯିବ । ୨୦୨୫-୨୬ରେ ୭୫ ହଜାର ଗୃହ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ଚଳିତ ବଜେଟରେ ଏଥିପାଇଁ ୨ ହଜାର ୬୦୩ କୋଟି ବ୍ୟୟ ବରାଦ ହୋଇଛି ।

ମୁଖ୍ୟମନ୍ତ୍ରୀ ମାଝୀ ବଜେଟ୍ ଉପସ୍ଥାପନ କରି କହିଛନ୍ତି, 'ଆମ ସରକାର ସମୃଦ୍ଧ ଓଡ଼ିଶା ୨୦୩୬ର ଯାତ୍ରା ଆରମ୍ଭ କରିଛନ୍ତି। ଯେଉଁ ସମୟରେ ଆମେ ୫୦୦ ବିଲିୟନ ଆମେରିକୀୟ ଡଲାରର ଅର୍ଥନୀତି ହେବା ନେଇ ଆଶା ରଖିଛୁ । ବିକଶିତ ଓଡ଼ିଶା ପାଇଁ ଆମର ଦୃଷ୍ଟିକୋଣ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପୂର୍ବୋଦୟ ରଣନୀତି ଉପରେ ଆଧାରିତ । ଆମେ ଓଡ଼ିଶାକୁ ବିକଶିତ ଭାରତ ୨୦୪୭ ଅଭିବୃଦ୍ଧି ପାଇଁ ଏକ ଇଞ୍ଜିନ ଭାବେ ପରିକଳ୍ପନା କରିଛୁ। ଆମେ ୨୦୪୭ ସୁଦ୍ଧା ୧.୫ ଟ୍ରିଲିୟନ ଅର୍ଥନୀତି ହେବାକୁ ଆଶା ରଖିଛୁ । ସରକାର ଏହି ଦୃଷ୍ଟିକୋଣକୁ ବାସ୍ତବରେ ପରିଣତ କରିବା ପାଇଁ ଏକ ସମାଗ୍ରିକ ରଣନୀତି ପ୍ରସ୍ତୁତ କରିଛନ୍ତି ।'

ମୁଖ୍ୟମନ୍ତ୍ରୀ କହିଛନ୍ତି, 'ଓଡ଼ିଶାର ବିକାଶ ସହ ସହରୀକରଣ ଯୋଜନା କରିବୁ, ଯାହା ଅଭିବୃଦ୍ଧିର ଇଞ୍ଜିନ ଭାବେ କାମ କରିବ । କୃଷି ଆୟ ବୃଦ୍ଧି ପାଇଁ ସର୍ବାଧିକ ଚାଷ ଜମିରେ ଜଳସେଚନ ପାଇଁ ଗୁରୁତ୍ୱ ଦିଆଯିବ । ଭାରତ ସରକାରଙ୍କ ସହାୟତାରେ ରାଜ୍ୟରେ ସଡ଼କ, ବିମାନ ବନ୍ଦର, ରେଳପଥର ବିଶ୍ୱସ୍ତରୀୟ ଭିତ୍ତିଭୂମି ନିର୍ମାଣ କରାଯିବ । ସୁଦୀର୍ଘ ଉପକୂଳ ପାଇଁ ଏକ ସୁଯୋଗ । ଏହି ସୁଯୋଗର ଉପଯୋଗ ଦ୍ୱାରା ଏକ ସ୍ୱତନ୍ତ୍ର ଅର୍ଥନୈତିକ ଜୋନ୍ ପ୍ରତିଷ୍ଠା କରି ଆମେ ବନ୍ଦର ଭିତ୍ତିକ ବିକାଶ ଉପରେ ଗୁରୁତ୍ୱ ଦେବୁ । ୧୬ ଲକ୍ଷ ୭୩ ହଜାର କୋଟିର ପୁଞ୍ଜି ଆସିବା ଲକ୍ଷ୍ୟ ରହିଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.