ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଘୋଷଯାତ୍ରାରେ ମହାପ୍ରଭଙ୍କୁ ଦର୍ଶନ କରିବେ ମହାମହିମ, ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି

ପୁରୀ ୦୭/୦୭: ଚାରି ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ସାମିଲ ହୋଇ ରଥାରୂଢ଼ ଦାରୁବ୍ରହ୍ମଙ୍କୁ ଦର୍ଶନ କରିବେ ମହାମହିମ। ଏଥିପାଇଁ ବ୍ଲୁ ବୁକ୍‌ ଆଧାରରେ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡ଼ି କରାଯାଇଛି। ସେ ପୁରୀ ରାଜଭବନରେ ରହିବାର କାର୍ଯ୍ୟକ୍ରମ ରହିଛି । ସୋମବାର ପୁଣି ଭୁବନେଶ୍ୱର ଫେରି ଉଦୟଗିରି ଗୁମ୍ଫା ପରିଦର୍ଶନ  କରିବେ । ତା’ପରେ ବିଭୂତି କାନୁନଗୋ ହସ୍ତଶିଳ୍ପ ମହାବିଦ୍ୟାଳୟ  ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ  ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ  କରିବେ । ସେହିଦିନ ହରିଡାମଡା  ଗାଁରେ ପ୍ରଜାପିତା ବ୍ରହ୍ମାକୁମାରୀଙ୍କ ଦିବ୍ୟ  ରିଟ୍ରିଟ୍‌ କେନ୍ଦ୍ର ଉଦ୍‌ଘାଟନ କରିବା ସହ  ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନ ଶୁଭାରମ୍ଭ କରିବେ । ମଙ୍ଗଳବରେ ନାଇଜର ଦୀକ୍ଷାନ୍ତ ସମାରୋହରେ  ଯୋଗଦେଇ ଦିଲ୍ଲୀ ଫେରିଯିବେ ।

ସୂଚନା ମୁତାବକ, ଶନିବାର ସନ୍ଧ୍ୟା ପ୍ରାୟ ସାଢ଼େ ୫ଟା ବେଳେ ବାୟୁ ସେନାର ସ୍ୱତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରରରେ ଅବତରଣ କରିଥିଲେ ରାଷ୍ଟ୍ରପତି ।  ପ୍ରୋଟୋକଲ୍‌ ଅନୁସାରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,  ମେୟର ଓ ଅନ୍ୟ ବରିଷ୍ଠ ପ୍ରଶାସନିକ  ଅଧିକାରୀ ତାଙ୍କୁ ସ୍ୱାଗତ କରିଥିଲେ ।  ବିମାନ ବନ୍ଦରରୁ ସିଧା ଜୟଦେବ  ଭବନରେ ଆୟୋଜିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ  ଶ୍ରାଦେ୍ଧାତ୍ସବରେ ଯୋଗଦେଇଥିଲେ ।  କାର୍ଯ୍ୟକ୍ରମ ସରିବା ପରେ ରାଜଭବନରେ ରାତ୍ରୀ ଯାପନ କରିଥିଲେ ।

  • PrameyaOdia
  • prameya
  • Ratha Yatra 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.