ପ୍ରମୂଖ ଖବର
  • କାମାକ୍ଷାନଗର : ସ୍ତ୍ରୀ ସମ୍ମୁଖରେ ସ୍ୱାମୀକୁ ପଥରରେ ଛେଚି ହତ୍ୟା, ୩ ଅଭିଯୁକ୍ତ ଫେରାର
  • ||
  • ଗଞ୍ଜାମ ଏସପି ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ପାତ୍ର, ଅପରାଧ ନିୟନ୍ତ୍ରଣ ଏବଂ ଅପରାଧୀ ଦମନ ରହିବ ଲକ୍ଷ
  • ||
  • ବଦଳିଲେ ଭଦ୍ରକ ଏସପି; କାର୍ଯ୍ୟଭାର ଗ୍ରହଣ କଲେ ସନ୍ଦୀପ ସମ୍ପଦ, ନୂତନ ଏସପିଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସ୍ୱାଗତ
  • ||
  • ଟ୍ୱିନ୍‌ସିଟି ଅତିରିକ୍ତ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଉମାଶଙ୍କର ଦାସ
  • ||
  • ଭୋଗରାଇ : ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ପଡିଲା ତାଲା, ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ
  • ||
  • ବାଲିଗୁଡା : ଦୁର୍ଗାପାଙ୍ଗାରେ ମହାମାରୀ ରୂପ ନେଉଛି ଝାଡାବାନ୍ତି; ୬ ମୃତ,୧୫ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
  • ||
  • ହିନ୍ଦୋଳ : ପୋଖରୀରେ ବୁଡି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଭୁବନ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ
  • ||
  • ସାଲେପୁର : ଅନଲାଇନ୍ ଗେମ୍ ଖେଳିବା ପଡ଼ିଲା ମହଙ୍ଗା, ଲକ୍ଷାଧିକ ଟଙ୍କା ହାରି ଜୀବନ ହାରିଲେ ଯୁବକ
  • ||
  • ନୟାଗଡ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡି ଘରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ସହ ଟଙ୍କା ଏବଂ ମୋବାଇଲ୍ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଜଳେଶ୍ବର : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ ଅରବିନ୍ଦ କେଜରିୱାଲ, ଆପ୍‌ ମୁଖ୍ୟାଳୟ ନିକଟରେ ଚୂଡ଼ାନ୍ତ ହୋଇଛି ଘର
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା, ଆଜି ୫ ପୁଲିସ ଅଧିକାରୀଙ୍କ ପଲିଗ୍ରାଫ୍‌ ପରୀକ୍ଷା
  • ||
  • କାମାକ୍ଷାନଗର : ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼
  • ||
  • ବାଲେଶ୍ୱର : ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
  • ||
  • UAEରେ ବାଜିବ ମହିଳା ଟି-ଟ୍ୱେଣ୍ଟି ୨୦୨୪ ବିଶ୍ୱକପ୍ ବିଗୁଲ, ୧୦ ଦଳ, ୨୩ ମ୍ୟାଚ୍‌, ୨ ଭେନ୍ୟୁରେ ଖେଳାଯିବ
  • ||
  • ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟ, ୪ରେ ସୁଦ୍ଧା ଲଘୁଚାପ: ଆଇଏମ୍‌ଡି ଡିଜି
  • ||

ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ପଡିଲା ତାଲା, ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ

ଭୋଗରାଇ,୦୩/୧୦: ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଟାଣ ଖରାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବା ବେଳେ ହାଠତ ଜଣେ ଶିକ୍ଷୟତ୍ରୀଙ୍କ ବଦଳି କରାଯାଇଥିବାରୁ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଏଭଳି ପ୍ରତିବାଦ କରିଛନ୍ତି । ବାଲେଶ୍ୱର ଭୋଗରାଇ ଶ୍ରଦ୍ଧାପୂର ସରକାରୀ ନୋଡ଼ାଲ ଉପ୍ରା ବିଦ୍ୟାଳୟରେ  ଏଭଳି ଘଟଣା ଦେଖିବାକୁ ମିଳିଛି । 

ସୂଚନା ମୁତାବକ, ଶ୍ରଦ୍ଧାପୂର ସରକାରୀ ନୋଡ଼ାଲ ଉପ୍ରା ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଥିବା ବେଳେ ୧୭୨ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି । ଏହି ବିଦ୍ୟାଳୟକୁ ୭ ଜଣ ଶିକ୍ଷକ ଆବଶ୍ୟକ ଥିବା ବେଳେ ୪ ଶିକ୍ଷକରେ ପାଠପଢ଼ା ଚାଲିଥିଲା । ହଠାତ ଗତକାଲି ଶିକ୍ଷୟତ୍ରୀ ଶ୍ରମିଷ୍ଟା ସୁରଙ୍କ ଅନ୍ୟ ଏକ ବିଦ୍ୟାଳୟକୁ ବଦଳି ହୋଇଥିଲା । ଫଳରେ ବିଦ୍ୟାଳୟର ପରିଚାଳନା କମିଟି ଏବଂ ଅଭିଭାବକମାନେ ଗୁରୁବାର ସକାଳେ ବିଦ୍ୟାଳୟ ଗେଟରେ ତାଲା ପକାଇବା ସହିତ ଛାତ୍ରଛାତ୍ରୀଙ୍କୁ ଟାଣ ଖରାରେ ବସାଇ ପ୍ରତିବାଦ କରିଥିଲେ । ବିଦ୍ୟାଳୟ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ବିଦ୍ୟାଳୟ ଭିତରକୁ ପ୍ରବେଶ କରାଇ ଦେଇନଥିଲେ । ଦୀର୍ଘ ସମୟ ଧରି ଏଭଳି ପ୍ରତିବାଦ ହେବା ପରେ ଖବର ପାଇ ଭୋଗରାଇ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ବୁଝାସୁଝା ଆରମ୍ଭ କରିଛନ୍ତି ।

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.