ପ୍ରମୂଖ ଖବର
  • ବାଲେଶ୍ୱର : ଯାତ୍ରା ଦେଖିବାକୁ ଯାଇ ଫେରିଲେନି ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଖସିଲା ସୁନା ଦର, ୨୪ କ୍ୟାରେଟ୍ ୧୦ ଗ୍ରାମ ପିଛା ୮୮, ୪୦୧ ଟଙ୍କାକୁ ହ୍ରାସ , ରୂପା ଦର କିଲେ ପିଛି ୮୮, ୩୭୫ ଟଙ୍କାକୁ ଖସିଲା
  • ||
  • ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତରପଶ୍ଚିମ ଦିଗରେ ଗତି କରିବ
  • ||
  • କଟକ : ବସ୍-ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର
  • ||
  • ପୁରୀ : ସର୍ଟ ସର୍କିଟରୁ ଆମ୍ୱୁଲାନ୍ସରେ ଲାଗିଲା ନିଆଁ, ଅଳ୍ପରେ ବର୍ତ୍ତିଲେ ରୋଗୀ
  • ||
  • ବୌଦ୍ଧ : ୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ, ୩ ଗିରଫ
  • ||
  • ଖୋର୍ଦ୍ଧା : ଷଢେଇଗଡ ଗାଁରେ ବୋମା ବିସ୍ଫୋରଣ: ଜଣେ ମୃତ, ଜଣେ ଗୁରୁତର
  • ||
  • ହାଇଦ୍ରାବାଦର ଚତୁର୍ଥ ପରାଜୟ, ୭ ୱିକେଟ୍‌ରେ ଜିତିଲା ଗୁଜରାଟ, ଆଜି ମୁମ୍ବାଇକୁ ଭେଟିବ ବେଙ୍ଗାଲୁରୁ
  • ||
  • ଓଡ଼ିଆ ନୂଆବର୍ଷ ପୂର୍ବରୁ ବିଜେଡି ସାଙ୍ଗଠନିକ ନିର୍ବାଚନ, ଆଜି ଶଙ୍ଖ ଭବନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ଗଞ୍ଜାମ : ବିଷ ପିଇ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ, ଛାନଭିନ୍‌ କରୁଛି ପୋଲିସ
  • ||

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ; ବାରଣାସୀ ଓ ଅଯୋଧ୍ୟା ପରିଦର୍ଶନରେ ଗଲେ ୭୭ ବରିଷ୍ଠ ନାଗରିକ

Published By : Prameya | April 7, 2025 8:18 PM

ମାଲକାନଗିରି : ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆଜି ( ସୋମବାର) ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ଅଧୀନରେ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ ନେବା ପାଇଁ ମାଲକାନଗିରି ଜିଲ୍ଲାରୁ ତୀର୍ଥଯାତ୍ରୀଙ୍କୁ ନେଇ ଦୁଇଟି ବସ୍ ରାୟଗଡ଼ା ଅଭିମୁଖେ ଯାତ୍ରା କରିଛି। ଏହି ତୀର୍ଥଯାତ୍ରୀ ବସକୁ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ପତାକା ଦେଖାଇ ଉଦଘାଟନ କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ ଓ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ସସ୍ମିତା ସ୍ବାଇଁ ଉପସ୍ଥିତ ରହିଥିଲେ ଏବଂ ସବୁ ତୀର୍ଥଯାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। 

ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ବରିଷ୍ଠ ନାଗରିକଙ୍କ ସୁଖଦ ଯାତ୍ରା ନିମନ୍ତେ ଶୁଭେଚ୍ଛା ଜଣାଇଛନ୍ତି। କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାର ତୀର୍ଥଯାତ୍ରୀ ରାୟଗଡା ରେଳ ଷ୍ଟେସନରୁ ବାରାଣାସୀ ଓ ଅଯୋଧ୍ୟା ଅଭିମୁଖେ ଯାତ୍ରା କରିବେ। ଆଜି ସମସ୍ତ ୭୫ ଜଣ ତୀର୍ଥଯାତ୍ରୀ ଓ ୨ ଜଣ ସହଯୋଗୀ ଅଧିକାରୀ ରାୟଗଡ଼ା ପହଞ୍ଚିବେ ଏବଂ ଆସନ୍ତାକାଲି ବାରାଣସୀ- ଅଯୋଧ୍ୟା ଅଭିମୁଖେ ଯାତ୍ରା କରିବେ। 

ଯାତ୍ରୀଙ୍କର ସୁଖଦ ଯାତ୍ରା ନିମନ୍ତେ ସମସ୍ତ ପ୍ରକାର ପଦକ୍ଷେପ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିଆ ଯାଇଛି। ଆଜି ସମସ୍ତ ଯାତ୍ରୀଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ପଠାଯାଇଛି। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏହି ତୀର୍ଥ ଯାତ୍ରୀ ଶୁଭାରମ୍ଭ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ହରେକୃଷ୍ଣ କିର୍ତ୍ତନିଆ ଓ ରଞ୍ଜନ ମହାନ୍ତି ଏଥିରେ ସହଯୋଗ କରିଥିଲେ। 

 ସଦର ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ରାଜୀବ ପୂଜାରୀ ଓ ସନ୍ତୋଷ ବିଶ୍ୱାସ ଯାତ୍ରା ନିମନ୍ତେ ଆବଶ୍ୟକ ବୈଷୟିକ ସହାୟତା ଯୋଗାଇ ଦେଇଥିଲେ। ଜିଲ୍ଲା ରାଜସ୍ୱ କର୍ମଚାରୀ ସରୋଜ ନାୟକ ଓ ରବୀନ୍ଦ୍ର ନାୟକ ସମସ୍ତ ତୀର୍ଥଯାତ୍ରୀଙ୍କ ସହାୟତା ନିମନ୍ତେ ଏସ୍କର୍ଟ ଅଧିକାରୀ ଭାବେ ଯାତ୍ରା କରୁଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.