ପ୍ରମୂଖ ଖବର
  • ଗାଁ ନିକଟରେ ବୁଲୁଛନ୍ତି ଗୋଠଛଡ଼ା ମା’-ଛୁଆ ହାତୀ, ଭୟଭୀତ ଲୋକେ
  • ||
  • ଝିଅ ବାହାଘର ପାଇଁ ଜମି ବିକ୍ର କରି ରଖିଥିଲେ ଟଙ୍କା ଏବଂ ସୁନା, କଳାକନା ବୁଲାଇଦେଲେ ଦୁର୍ବୃତ୍ତ
  • ||
  • ବ୍ଲାକ୍‌ମେଲ୍‌ ଓ ସେକ୍ସଟର୍ସନ୍‌ର ଶିକାର ମହିଳା ଡାକ୍ତରଙ୍କ ଆତ୍ମହତ୍ୟା ମାମଲା, ୫ ଦିନିଆ ରିମାଣ୍ଡରେ ନାଇଜେରୀୟ ଠକ
  • ||
  • ବିଧାନସଭା ବଜେଟ ଅଧିବେଶ, ଗିନି ଘଣ୍ଟମାଡ଼ ଧୋଇଗଲା ପ୍ରଶ୍ନକାଳ, ଦିନ ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ
  • ||
  • ଆଇପିଏଲ୍ ୨୦୨୫: ଆଜି ଗୁଜରାଟ ଟାଇଟନ୍ସ-ପଞ୍ଜାବ କିଙ୍ଗ୍‌ସ ଲଢ଼େଇ, ଫୋକସ୍‌ରେ ପଣ୍ଟିଂ-ଆୟର ଯୋଡ଼ି
  • ||
  • ଜଟଣୀ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଟଙ୍କାର ପାହାଡ଼, ଫ୍ଲାଟରୁ ନଗଦ ୧୭ ଲକ୍ଷ ଠାବ
  • ||
  • ବିଧାନସଭାରେ ଅଚଳାବସ୍ଥା ଜାରି, ଶାସକ-ବିରୋଧୀଙ୍କ ଜିଦ ଯୋଗୁଁ ଚାଲିପାରୁନି ଗୃହ
  • ||
  • ନନ୍ଦନକାନନ ଅସ୍ଥାୟୀ କର୍ମଚାରୀଙ୍କ ଧାରଣା, ସ୍ଥାୟୀ ନିଯୁକ୍ତି ଦାବିରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ
  • ||
  • ରାଜ୍ୟରେ ବଦଳିବ ପାଗର ମିଜାଜ୍, ଉପରମୁହାଁ ​‌ହେବ ପାରଦ: ୩ ଦିନରେ ୫ ଡିଗ୍ରୀ ବଢ଼ିବ ତାତି
  • ||

କାଳବୈଶାଖୀ ପ୍ରଭାବରେ ହୋଇଥିବା କ୍ଷତିଗ୍ରସ୍ତ ଅଞ୍ଚଳର ସ୍ଥିତି ଅନୁଧ୍ୟାନ କଲେ ସୁରେଶ ପୂଜାରୀ

Published By : prameya | March 23, 2025 12:48 PM

ବାଙ୍ଗିରିପୋଷି,୨୩/୩: ମୟୂରଭଞ୍ଜ ଜିଲ୍ଲା ଗସ୍ତରେ  ରାଜସ୍ବମନ୍ତ୍ରୀ ସୁରେଶ ପୂଜାରୀ। ଗତ ଗୁରୁବାର ବାଙ୍ଗିରିପୋଷି ବ୍ଲକ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ହୋଇଥିବା  କ୍ଷତିଗ୍ରସ୍ତ ଅଞ୍ଚଳଗୁଡିକ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି । ତାଙ୍କ ସହିତ ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ଼ା କୃଷ୍ଣଚନ୍ଦ୍ର ମହାପାତ୍ର ଅଛନ୍ତି। 

ଏହା ମଧ୍ୟ ପଢନ୍ତୁ-  ସାହିଯାତକୁ ଆଉ ୧୫ ଦିନ...ଶ୍ରୀକ୍ଷେତ୍ରରେ ଖାଲଖମା ଭର୍ତ୍ତି ସାହିର ରାସ୍ତାଘାଟ, ନିଘୋଡ଼ ନିଦ୍ରାରେ ପ୍ରଶାସନ

ମନ୍ତ୍ରୀ ସୁରେଶ ପୂଜାରୀ ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ଆସି ୧୦ଟା ୩୦ ରେ ବାଙ୍ଗିରିପୋଷି ମିନିଷ୍ଟାଡିୟମ ଠାରେ ଅବତରଣ କରିଥିଲେ । ୧୦ଟା୪୦ ରେ ସଡକ ପଥରେ ମନ୍ତ୍ରୀ ଡ଼ା କୃଷ୍ଣଚନ୍ଦ୍ର ମହାପାତ୍ର, ବାଙ୍ଗିରିପୋଷି ବିଧାୟିକା ସଞ୍ଜଲୀ ମୁର୍ମୁ, ରାଇରଙ୍ଗପୁର ବିଧାୟକ ଜଲେନ ନାଏକ, ବିଜେପି ରାଷ୍ଟ୍ରୀୟ ପରିଷଦ ସଦସ୍ୟ ସୁଗଦା ମୁର୍ମୁଙ୍କ ସହ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକ ପ୍ରମୁଖ କ୍ଷତିଗ୍ରସ୍ତ ଗାଁକୁ ଯାଇ ସ୍ଥିତି ଅନୁଧ୍ୟାନ କରିଥିଲେ। ଏଥିସହ କାଳବୈଶାଖୀ ପ୍ରଭାବିତ ଅଞ୍ଚଳ ବୁଲି ଲୋକଙ୍କ ସହ ଆଲୋଚନା କରିବା ସହ ଦୁଃଖ ସମୟରେ ରାଜ୍ୟ ସରକାର ସାଙ୍ଗରେ ରହିଥିବା ମନ୍ତ୍ରୀ କହିଛନ୍ତି । ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ପ୍ରକାର ସାହାଯ୍ୟ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ମନ୍ତ୍ରୀ । ପରେ ବାଙ୍ଗିରିପୋଷିରୁ ବିଶୋଇ ବ୍ଲକ ଅଭିମୁଖେ ବାହାରିବେ। ବିଶୋଇ ବ୍ଲକ ପହଞ୍ଚି କ୍ଷତିଗ୍ରସ୍ତ ଗାଁ ଗୁଡିକୁ ଯାଇ ସ୍ଥିତି ଅନୁଧ୍ୟାନ କରିବେ। ଦିନ ୧ ଟାରେ ବ୍ଲକ ପରିସର ପ୍ରଶାସନିକ ଅଧିକାରୀ ମାନଙ୍କ ସହ ଆଲୋଚନା ପରେ ୨ ଟାରେ ଭୁବେନେଶ୍ୱର ଅଭିମୁଖେ ଯାତ୍ରା କରିବେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.