ପ୍ରମୂଖ ଖବର
  • କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଧୀନ ଚଉଦକୁଲାଟ ପାଳରେ ଜନୈକ ନାବାଳକର ମୃତଦେହ ଉଦ୍ଧାର
  • ||
  • ମୋହନା ଥାନା ମଲ୍ଲିପଦର ଗାଁର ବ୍ରହ୍ମଣ ସିଂ ହତ୍ୟା ଘଟଣାରେ ୧୪ବର୍ଷ ପରେ ତୃତୀୟ ଅଭିଯୁକ୍ତ ଗିରଫ
  • ||
  • ବାଲେଶ୍ୱର : ଗେମ୍‌ ଖେଳିବାକୁ ବାରଣ କଲେ ମାଆ; ଗଛରେ ରଶି ଲଗାଇ ଝୁଲିପଡ଼ିଲେ ଯୁବକ
  • ||
  • ବାଙ୍ଗିରିପୋଷି : ଦ୍ୱାରଶୁଣି ଘାଟିରେ ୫୦ ଫୁଟ ଖାଲକୁ ଖସିଲା ଟ୍ରକ୍, ଚାଳକ ମୃତ
  • ||
  • ଗ୍ରୀସ୍‌ରେ ପୁଣି ଶକ୍ତିଶାଳୀ ଭୂକମ୍ପ ଝଟକା ; ତୀବ୍ରତା ୬.୧ ରେକର୍ଡ, ସୁନାମି ଆଲର୍ଟ ଜାରି
  • ||
  • ୫୦୦୦ ଲାଞ୍ଚ ନେଇ ଧରାପଡ଼ିଲେ ତିଗିରିଆ ଥାନା ASI, ଏକକାଳୀନ ୩ ଟି ସ୍ଥାନରେ ଚଢାଉ
  • ||
  • ୱାଶିଂଟନ ଡିସିରେ ୨ ଇସ୍ରାଏଲ ଦୂତାବାସ ଅଧିକାରୀଙ୍କୁ ଗୁଳି କରି ହତ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ବ୍ରାଉନ ସୁଗର ବେପାରୀ ଗିରଫ; ୩୫ ଲକ୍ଷ ଟଙ୍କାର ଧଳାଜହର ଜବତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ ପାଇଁ ପ୍ରସ୍ତୁତ ଟାଇଟନ୍ସ, ଲକ୍ଷ୍ୟ ଶ୍ରେଷ୍ଠ ୨ରେ ସ୍ଥାନ
  • ||
  • ରାଜଗାଙ୍ଗପୁର : ଅବକାରୀ ବିଭାଗ ଚଢଉ ବେଳେ ଭାଟି କର୍ମଚାରୀଙ୍କୁ ଗ୍ରାମବାସୀଙ୍କ ଆକ୍ରମଣ, ୫ ଆହତ
  • ||
  • ରାହାଡ଼ପୁର ପାହାଡ଼ରୁ ଖସିଲା କମ୍ପ୍ରେସର: ଜଣେ ମୃତ, ଜଣେ ଆହତ
  • ||
  • ସୋର ପୁଲିସକୁ ଖୋଲା ଚ୍ୟାଲେଞ୍ଜ; ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
  • ||
  • ଓଡ଼ିଶାକୁ ଫେରିଲା କରୋନା: ଭୁବନେଶ୍ୱରରେ ଜଣେ ଆକ୍ରାନ୍ତ ଚିହ୍ନଟ
  • ||
  • ଯାଜପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୪ ପ୍ରକଳ୍ପର ଉଦ୍‌ଘାଟନ ସହ ୧୨ ଭିତ୍ତିପ୍ରସ୍ତର ସ୍ଥାପନ କରିବେ
  • ||
  • କଟକ : ଗୋଡିସାହି ପୁରୀ ମେନ୍ କେନାଲ ବନ୍ଧ ରାସ୍ତାରେ ଦୁର୍ଘଟଣା, ହାଇୱା ଧକ୍କାରେ ୨ ମୃତ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି ସାଙ୍ଗକୁ ଗୁଳୁଗୁଳି, ଆଜି ୧୧ ଜିଲ୍ଲାକୁ ଆଲର୍ଟ ଜାରି: ୨୩ରୁ କାଳବୈଶାଖୀ ଆଶଙ୍କା
  • ||

ବ୍ରାହ୍ମଣ ସିଂ ହତ୍ୟା ଘଟଣା, ୧୪ବର୍ଷ ପରେ ତୃତୀୟ ଅଭିଯୁକ୍ତ ଗିରଫ

Published By : Prameya | May 22, 2025 8:30 PM

ମୋହନା,୨୨/୫ : ଗଜପତି ଜିଲ୍ଲା ମୋହନା ଥାନା ମଲ୍ଲିପଦର ଗାଁର ବ୍ରହ୍ମଣ ସିଂ ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୁଲିସ l ଗିରଫ ଅଭିଯୁକ୍ତ ହେଲେ ଦେଉଳଖଣି ଗାଁର ରାମ ବିଷୋୟୀ (୭୩) l ଘଟଣାର ୧୪ବର୍ଷ ପରେ ତୃତୀୟ ଅଭିଯୁକ୍ତ ଗିରଫ ହୋଇଛି l ଏଥି ପୂର୍ବରୁ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ପୁଲିସ l ଏହି ଘଟଣାରେ ଆଉ ଜଣେ ଅଭିଯୁକ୍ତ ଜଣେ ଅଭିଯୁକ୍ତ ଫେରାର ଅଛି l ଖୁବଶୀଘ୍ର ଗିରଫ କରାଯିବ ବୋଲି ଥାନା ଅଧିକାରୀ ବସନ୍ତ ସେଠି କହିଛନ୍ତି l 

ପୁଲିସ ସୂତ୍ରରୁ ମିଳିଥିବା ସୂଚନା ପ୍ରକାରେ ୨୦୧୧ମସିହାରେ ମଲ୍ଲିପଦର ଗାଁରେ ଜମି ବିବାଦକୁ ନେଇ ଗାଁର ବୃଦ୍ଧ ବ୍ରାହ୍ମଣ ସିଂଙ୍କୁ ଅତି ବିଭତ୍ସ ଭାବେ ହତ୍ୟା କରାଯାଇଥିଲା l ତାଙ୍କୁ ଘରୁ ଘୋଷାଡ଼ି ଆଣି ଘରଠାରୁ କିଛି ଦୂରରେ ପଥରରେ ଛେଚି ହତ୍ୟା କରିବା ସହ ଯୌନାଙ୍ଗ କାଟି ଦେଇଥିଲେ ହତ୍ୟାକାରୀ l ସେତେବେଳେ ଏହି ହତ୍ୟା ଘଟଣାରେ ଦୁଇ ଜଣ ଅଭିଯୁକ୍ତ ଗିରଫ ହୋଇଥିବାବେଳେ ୨ଜଣ ଫେରାରଥିଲେ l ଏହି ହତ୍ୟା ଘଟଣା ନ୍ୟାୟାଳୟରେ ବିଚାରlଧୀନ ଥୁବାବେଳେ ଫେରାର ୨ଜଣକୁ ଖୋଜୁଥିଲା ପୁଲିସ l ତେବେ ଘଟଣାର ତୃତୀୟ ଅଭିଯୁକ୍ତ ରାମ ବିଷୋୟୀ ବନ୍ଧପଡl ଗାଁରେ ଥିବା ଖବରପାଇ ପୁଲିସ ଗୁରୁବାର ଚଢ଼ଉ କରିବା ସହ ତାକୁ ଗିରଫ କରିଛି l 

ତେବେ ଗିରଫ ପରେ ସେ ଅସୁସ୍ଥ ହୋଇପଡ଼ିଥିଲେ l ତେଣୁ ତାକୁ ଚିକିତ୍ସା ପାଇଁ ମୋହନା ମେଡିକାଲରେ ଭର୍ତ୍ତି କରାଯାଇଛି l ସୁସ୍ଥ ହେବା ପରେ କୋର୍ଟ ଚାଲାଣ କରାଯିବ l ଏଥିସହ ଅତିଶୀଘ୍ର ଅନ୍ୟ ଜଣେ ଅଭିଯୁକ୍ତକୁ ଗିରଫ କରାଯିବ ବୋଲି ଥାନା ଅଧିକାରୀ କହିଛନ୍ତି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.