ମେଷ: ଷଷ୍ଠ ଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ଦାମ୍ପତ୍ୟ ଜୀବନରେ ମଧୁରତା, ଚାଲିଚଳନରେ ସଂଯମତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ ଏବଂ ଶତ୍ରୁ ମାନେ ମିତ୍ରତାର ହାତ ବଢ଼ାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁ ମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ । ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୬, ଆରାଧନା: ମା’ ବଗଳମୁଖୀ ।
ବୃଷ: ଘାତଚନ୍ଦ୍ର, ଘାତ ନକ୍ଷତ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି ଓ ଧୀଶକ୍ତି ପ୍ରୟୋଗରେ ଅସଫଳ ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ତୁଳନାରେ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମ୍ମାନ ହାନି ଏବଂ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁ ମାନଙ୍କର ରୋହିଣୀ ବୃଷ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ନୀଳ, ସଂଖ୍ୟା: ୧୨, ଆରାଧନା: ମା’ ଗାୟତ୍ରୀ ।
ମିଥୁନ: ଚତୁର୍ଥ ଚନ୍ଦ୍ର, ବୁଧବାର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି ଏବଂ ସ୍ୱଜନରେ ସୁସମ୍ପର୍କ, ଭାଇଭଉଣୀଙ୍କ ସାହାଯ୍ୟ ସହଯୋଗ ମିଳିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଅଧିକ ଧ୍ୟାନ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତିଉତ୍ତମ ହେବ ଏବଂ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ଯେଉଁ ମାନଙ୍କର ମୃଗଶିରା ଓ ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: ମେରୁନ୍, ସଂଖ୍ୟା: ୪, ଆରାଧନା: ମା’ ଭୈରବୀ ।
କର୍କଟ: ତୃତୀୟଚନ୍ଦ୍ର, ଘାତବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଘାତବାରର ପ୍ରଭାବ ରହିବ ନାହିଁ । ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍ସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ନୂତନ କର୍ମାରମ୍ଭର ସୁଯୋଗ ଜୁଟିବ ଏବଂ ସମସ୍ତ କର୍ମରେ ଆଶା ଠାରୁ ଅଧିକ ସଫଳତା ଓ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ ଦେହ ମନ ସୁସ୍ଥ ରହିବ । ଯେଉଁ ମାନଙ୍କର ପୁଷ୍ୟା କର୍କଟ, ସେମାନେ ଉପକୃତ ହେବ । ଶୁଭରଙ୍ଗ: ଲାଲ୍, ସଂଖ୍ୟା: ୧, ଆରାଧନା: ଭଗବାନ ଶିବ ।
ସିଂହ: କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବ ଏବଂ ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ । ଶୁଭରଙ୍ଗ: ଧଳା, ସଂଖ୍ୟା: ୧୧, ଆରାଧନା: ପ୍ରଭୁ ଗଜାନନ ।
କନ୍ୟା: ଶ୍ରୀଚନ୍ଦ୍ର, ବୁଧବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ଲକ୍ଷ୍ମୀଙ୍କର କୃପା, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତିହେବ । ମନରେ ପ୍ରସନ୍ନତା, ପରିବାରରେ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଏବଂ ପଡ଼ୋଶୀଙ୍କ ସହଯୋଗ ପ୍ରାପ୍ତ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଉତ୍ତମ ହେବ ଏବଂ କର୍ମରେ ସଫଳତା, ଶୀର୍ଷରେ ରହିବ । ଯେଉଁ ମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରାକନ୍ୟା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ: କଫି, ସଂଖ୍ୟା: ୦୮, ଆରାଧନା: ମା’ ଷୋଡ଼ଶୀ ।
ତୁଳା: ଦ୍ୱାଦଶଚନ୍ଦ୍ର, ବୁଧବାର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅପବ୍ୟୟ, ଅପବାଦ, ଅପଯଶରୁ ମୁକ୍ତ ହେବେ ଏବଂ ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ସମର୍ଥ ହେବେ । କୁସଙ୍ଗ ପରିତ୍ୟାଗ କରି ସତ୍ଯୋଗ କରିବେ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁ ମାନଙ୍କର ଚିତ୍ରା ଓ ସ୍ୱାତୀତୁଳା, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ସିଲ୍ଭର, ସଂଖ୍ୟା : ୬, ଆରାଧନା : ମା’ କମଳା ।
ବିଛା : ଏକାଦଶ ଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ଧନ, ସମ୍ପଦ, ପ୍ରାଚୁର୍ଯ୍ୟ, ପ୍ରତିପତ୍ତି ବୃଦ୍ଧି ପାଇବ । ମୂଲ୍ୟବାନ ଧାତୁ, ଭୂମି ଏବଂ ଯାନବାହନ କ୍ରୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତି ବଦ୍ଧ ହେବେ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଅନୁରାଧା ବିଛା, ସେମାନେ ସୁଫଳ ପାଇବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ଦଶମଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ କର୍ମରେ ଉନ୍ନତି ଏବଂ କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମ ସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । ଯେଉଁ ମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଗୋଲାପି, ସଂଖ୍ୟା : ୨, ଆରାଧନା : ମା’ ତାରା ।
ମକର : କୃଷ୍ଣପକ୍ଷର ନବମ ଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ରଭୋଗ ହେଉଥିବାରୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟ ବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ବିବାଦ କିମ୍ବା ତାଙ୍କ ଠାରୁ ଅପମାନ ମିଳିପାରେ । ଉନ୍ନତି ମୂଳକ କର୍ମରେ ପ୍ରତିବନ୍ଧକ ଏବଂ ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଓ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବ । ଯେଉଁ ମାନଙ୍କର ଶ୍ରବଣା ମକର, ସେମାନେ ସତର୍କ ହେବେ । ଶୁଭରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଅଷ୍ଟମଚନ୍ଦ୍ର ଯୋଗୁ ବାଦ ବିବାଦ, ସ୍ୱାସ୍ଥ୍ୟ ଓ ଆର୍ଥିକ କାରବାର ବେଳେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖା ଦେବ ଏବଂ କର୍ମରେ ବିଫଳତା ଓ ବାଧାବିଘ୍ନ ଲାଗି ରହିବ । ଯେଉଁ ମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ । ଶୁଭରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଭୈରବୀ ।
ମୀନ : ସପ୍ତମ ଚନ୍ଦ୍ର ଏବଂ ଚନ୍ଦ୍ରଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆମୋଦ ପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ ଏବଂ ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହଯୋଗ ପ୍ରାପ୍ତ ହେବ । ଯେଉଁ ମାନଙ୍କର ଉତ୍ତର ଭାଦ୍ର ମୀନ, ସେମାନେ ଉପକୃତ ହେବେ । ଶୁଭରଙ୍ଗ : ଲାଲ୍, ସଂଖ୍ୟା : ୭, ଆରାଧନା : ମା’ ତାରା ।
ଜ୍ୟୋତିର୍ବିଦ୍: କୈଳାସ ଦାଶ : ୯୪୩୭୧୩୩୪୭୩