ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ଯୋବ୍ରା ବ୍ୟାରେଜ ଉପରୁ ମହାନଦୀକୁ ଡେଇଁଲେ ଯୁବକ

କଟକ,୩।୯ : ଯୋବ୍ରା ବ୍ୟାରେଜ ଉପରୁ ମହାନଦୀକୁ ଡେଇଁଲେ ଯୁବକ। ବ୍ରିଜ ଉପରେ ଯୁବକ ଜଣକ ଚପଲ ରଖି  ହଠାତ ମହାନଦୀକୁ ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଏହା ଦେଖି ପୋଲିସ ଓ ଅଗ୍ନିଶମ ବାହିନୀଙ୍କୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ  ପହଞ୍ଚି ମହାନଦୀରେ ଖୋଜାଖୋଜି  ଆରମ୍ଭ କରିଛନ୍ତି।  ଯୁବକଙ୍କ ପରିଚୟ ମିଳି ନାହିଁ। 

ସୂଚନାଯୋଗ୍ୟ ଯେ ମହାନଦୀ ବ୍ରିଜ ଉପରୁ କେହି ନା କେହି ଡେଇଁ ଆତ୍ମହତ୍ୟା କରୁଛନ୍ତି। କିଛି ଦିନ ତଳେ କଟକ ଯୋବ୍ରା ବ୍ୟାରେଜ ଉପରୁ କାମିନି ସ୍ବାଇଁ ନାମକ ଜଣେ ମହିଳା  ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଅଳ୍ପ କିଛି ଦୂରରେ ଥିବା ମାଛ ଧରାଳିମାନେ ତାଙ୍କୁ  ଉଦ୍ଧାର କରି ଏସସିବି ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ  ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।  ସେହିପରି ଜଣେ ଶିକ୍ଷୟିତ୍ରୀ ନେତାଜୀ ସୁବାସ ସେତୁ ଉପରେ ସ୍କୁଟି ଥୋଇ ମହାନଦୀକୁ ଡେଇଁ ପଡି ନିଖୋଜ ରହିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.