ପ୍ରମୂଖ ଖବର
  • ପୁରୀ : ପୁରୁଷୋତ୍ତମ ଏକ୍ସପ୍ରେସରୁ ୧୫୦ ଗୁଳି ଜବତ
  • ||
  • ଦେବଗଡ : ଯୁବତୀଙ୍କୁ ଟାଙ୍ଗିଆରେ ହାଣି ହତ୍ଯା
  • ||
  • ଭୁବନେଶ୍ୱର : ବିଷ ଇଞ୍ଜେକ୍ସନ ଦେଇ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ: ୨ ଯୁବତୀଙ୍କ ସହ ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ସୂର୍ଯ୍ୟମନ୍ଦିରରେ ବଙ୍ଗୀୟ ପର୍ଯ୍ୟଟକ ଆହତ, ଦୀର୍ଘ ସମୟ ଧରି ଫାଟକ ବାହାରେ ଠିଆ ହୋଇ ରହିଲା ଆମ୍ବୁଲାନ୍ସ
  • ||
  • ବିହାରରେ ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିବାରକୁ ୬ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା
  • ||
  • ବଡ଼ବିଲ ଷ୍ଟେସନ ରୋଡ଼ରେ ଅଘଟଣ, ୧୧ କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଲିଗଲା ଟେଣ୍ଟ କର୍ମଚାରୀଙ୍କ ଜୀବନ
  • ||
  • ବୌଦ୍ଧ : ବସ୍ ଭିତରୁ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • କଟକ : କ୍ରାଇମବ୍ରାଞ୍ଚ ହାତରେ ସାଇବର ଠକ ରାକେଟ, ରାଜ୍ୟ ବାହାରୁ ୨୪ ଜଣ ଗିରଫ
  • ||
  • ମୁଣ୍ଡଳୀ ବ୍ରିଜ୍‌ରୁ ଡେଇଁ ନିଖୋଜ ହୋଇଥିଲେ ଯୁବକ, ମିଳିଲା ମୃତଦେହ
  • ||
  • ବାରିପଦା : କାର୍ଯ୍ୟରେ ଅବହେଳା ପରେ କଠୋର ପଦକ୍ଷେପ ନେଲେ ଜିଲ୍ଲାପାଳ, ୮୪୩ ଟ୍ୟାଗ୍ ଅଫିସର୍‌ଙ୍କ ଦରମା ବନ୍ଦ
  • ||
  • କେନ୍ଦୁଝର : ଅଷ୍ଟମ ବେତନ କମିଶନ ଓ ୟୁପିଏସକୁ ନେଇ ଶ୍ରମିକ ୟୁନିଅନର ସାଧାରଣ ସଭା ଅନୁଷ୍ଠିତ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜ‌ରେ ରାଗିଂ ଘଟଣା: ମୁହଁ ଖୋଲିଲେ ଦ୍ଵିତୀୟ ବର୍ଷ ଛାତ୍ର
  • ||
  • ଗଜପତିରୁ ଗୋରୁ ବୋଝେଇ ଟ୍ରକ୍ ଜବତ, ଡ୍ରାଇଭର ଅଟକ
  • ||
  • କୁହୁଡିର ଧଳା ଚାଦର ତଳେ କେନ୍ଦୁଝର ସହର, ରାସ୍ତାରେ ଗାଡି ମୋଟର ଚଳାଚଳରେ ସମସ୍ୟା
  • ||
  • ବାଲିପାଟଣା : ଗୋମାଂସ ଚୋରା ଚାଲାଣ ବେଳେ ଗାଡି ଅଟକାଇଲେ ଲୋକେ, ୩ ବସ୍ତା ଗୋମାଂସ ଜବତ
  • ||
  • ସୁନ୍ଦରଗଡ଼ : କରମଡିହିରେ ୨ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ; ୫ ଜଣକୁ ନିର୍ମମ ହତ୍ୟା, ୪ ଗୁରୁତର
  • ||
  • ରାଜଧାନୀରେ ହତ୍ୟାକାଣ୍ଡ: ମାଛ ଖାଇବାକୁ ନଦେବାରୁ ଗଡିଲା ମୁଣ୍ଡ, ସହକର୍ମୀଙ୍କୁ ପନିକିରେ ହାଣିଲା ଦୁର୍ବୃତ୍ତ
  • ||

ଉତ୍ତରପ୍ରଦେଶର ବଙ୍କେଟ ହଲରେ ଭୟଙ୍କର ଅଗ୍ନିକାଣ୍ଡ , ଜଣେ ମୃତ

ନୂଆଦିଲ୍ଲୀ,୩୦/୧୦: ଉତ୍ତରପ୍ରଦେଶ ନୋଏଡାର ସେକ୍ଟର ୭୪ସ୍ଥିତ ଏକ ବଙ୍କେଟ ହଲରେ ଭୟଙ୍କର ଅଗ୍ନିକାଣ୍ଡ ।  ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ହୋଇଥିବା ବେଳେ ଖବରପାଇ ଅଗ୍ନିଶମ ବିଭାଗର ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ହେଲେ ବର୍ତ୍ତମାନ ସୁଦ୍ଧା ନିଆଁ ଲାଗିବାର ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ। ତେବେ ଏହି ଘଟଣାରେ ଜଣେ ଇଲେକ୍ଟ୍ରିସିଆନଙ୍କର ମୃତ୍ୟୁ ଘଟିଛି।

ଖବର ଅନୁସାରେ, ନୋଏଡାର ସେକ୍ଟର -୧୧୩ ଥାନା ଅନ୍ତର୍ଗତ ସେକ୍ଟର -୭୪ରେ ନିର୍ମାଣାଧୀନ ଲୋଟସ୍ ଗ୍ରେନାଡିୟର୍ ବଙ୍କେଟ ହଲରେ ନିଆଁ ଲାଗିଯାଇଥିଲା। ଖବର ପାଇ ଅଗ୍ନିଶମ ବିଭାଗର ୧୫ଟି ଗାଡି ଗୋଟିଏ ପରେ ଗୋଟିଏ ଘଟଣାସ୍ଥଳରେ ପହଞ୍ଚିଥିଲା। ଅଗ୍ନିକାଣ୍ଡ ଏତେ ବ୍ୟାପକ ଥିଲା ଯେ ଏହାକୁ ଆୟତ୍ତ କରିବାକୁ ବହୁତ ସମୟ ଲାଗିଥିଲା। ଏହି ଘଟଣାରେ ମୃତ ବ୍ୟକ୍ତି ଜଣକ ସେଠାରେ ଇଲେକ୍ଟ୍ରିସିଆନ ଭାବରେ କାମ କରୁଥିବା ପରମିନ୍ଦର ବୋଲି ଜଣାପଡିଛି। ଶ୍ୱାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ପ୍ରାଥମିକ ରିପୋର୍ଟରୁ ଜଣାପଡ଼ିଛି। ଘଟଣାସ୍ଥଳରେ ନୋଏଡା ଡିସିପି, ଗୌତମବୁଦ୍ଧ ନଗର ସିଏଫଓ ଏବଂ ଅନ୍ୟ ଅଧିକାରୀମାନେ ମଧ୍ୟ ପହଞ୍ଚିଥିଲେ। ବର୍ତ୍ତମାନ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏନେଇ ନୋଏଡା ଡିସିପି ରାମବଦନ ସିଂ କହିଛନ୍ତି ଯେ ବଙ୍କେଟ ହଲର ଡିଜାଇନ କାଠରେ ତିଆରି ହୋଇଥିଲା, ଯେଉଁଥିପାଇଁ ନିଆଁ ଶୀଘ୍ର ବ୍ୟାପି ଯାଇଥିଲା। ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ। ଏଥି ସହିତ ସିଲିଣ୍ଡରରେ ନିଆଁ ଲାଗିଯିବାରୁ ଏହା ବେଶୀ ବ୍ୟାପକ ହୋଇଯାଇଥିବା ମଧ୍ୟ କୁହାଯାଉଛି। ସମସ୍ତ ଦିଗକୁ ଦୃଷ୍ଟିରେ ରଖି ଏହି ଘଟଣାର ତଦନ୍ତ କରାଯାଉଛି। ମୃତକଙ୍କ ମୃତଦେହ ପୋଷ୍ଟମର୍ଟମ ପାଇଁ ପଠାଯାଇଥିବା ଡିସିପି ସୂଚନା ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.