ପ୍ରମୂଖ ଖବର
  • ମୁନିଗୁଡ଼ା : ରେଳ ଧାରଣାରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ
  • ||
  • ଭୁବନେଶ୍ୱର : ଅଳିଆ ଗଦାରେ ଲାଗିଲା ନିଆଁ, ୫୦ ଫୁଟ ଉଚ୍ଚରେ ଉଠିଲା ଧୂଆଁ
  • ||
  • କେନ୍ଦୁଝର : ବସ୍ ଧକ୍କାରେ ଓଲଟିଲା ନାଇଟ୍ ପାଟ୍ରୋଲିଂ ପୋଲିସ୍ ଗାଡ଼ି, ଅଳ୍ପକେ ବର୍ତ୍ତିଲେ ୫ଜଣ ପୋଲିସ୍ କର୍ମଚାରୀ
  • ||
  • ସାଲେପୁର : ଗୋରୁ ଚମଡା ସହ ବାଇକ୍‌ ଜବତ, ଜଣେ ଗିରଫ
  • ||
  • ଜାନୁଆରୀ ୧୫ରେ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
  • ||
  • ମୟୂରଭଞ୍ଜ : ଶୌଚ ପାଇଁ ଯାଇଥିବା ବେଳେ ଦଳିଦେଲେ ହାତୀପଲ, ଚାଲିଗଲା ବ୍ୟକ୍ତିଙ୍କ ଜୀବନ
  • ||
  • ସୁନ୍ଦରଗଡ଼ : ହୁଣ୍ଡାଇ ସୋରୁମ୍‌ରେ ବନ୍ଧୁକ ଦେଖାଇ ଲୁଟ୍‌, ଲକ୍ଷାଧିକ ଟଙ୍କା ସହ କାଗଜ ପତ୍ର ଲୁଟିନେଲେ ୪ ଦୁର୍ବୃତ୍ତ
  • ||
  • ମାଲକାନଗିରି: ପାଇଖାନା ଟାଙ୍କିରୁ ସାମ୍ବାଦିକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଦୁର୍ଘଟଣା ହ୍ରାସ ପାଇଁ ବସ୍‌ରେ ଲାଗିବ ସ୍ମାର୍ଟ ଡିଭାଇସ୍‌
  • ||
  • ସିଡନୀ ଟେଷ୍ଟ: ଘାଇଲା କଲେ ଭାରତୀୟ ବୋଲର, ୧୮୧ରନରେ ଅଲଆଉଟ ଅଷ୍ଟ୍ରେଲିଆ
  • ||
  • ସୋର : ଶୋଇଥିବା ବେଳେ ଜଳିଗଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • ଆଉ ୪ ଦିନ କଳବଲ କରିବ ଶୀତର ପ୍ରକୋପ, ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୧୨ରୁ ୧୩ ଡିଗ୍ରୀ ତଳକୁ ଖସିବ
  • ||
  • ସୁବର୍ଣ୍ଣପୁର ଜିଲ୍ଲାରେ ଶୀତ ଲହରୀ ଜାରି, ରାତିରେ ୧୦ ଡିଗ୍ରୀ ତଳକୁ ଖସୁଛି ପାରଦ
  • ||
  • କୋରାପୁଟରେ ୪ ଡିଗ୍ରୀ ତଳକୁ ଖସିଲା ପାରଦ, ଶୀତ ଲହରୀ ସାଙ୍ଗକୁ ତୁଷାରପାତ
  • ||

ନୂଆ ବର୍ଷ ଉତ୍ସବ ପାଳନ ବେଳେ ମାଡ଼ିଗଲା କାର: ୧୦ ମୃତ, ୩୦ ଆହତ

Published By : Prameya | January 1, 2025 6:08 PM

ନୂଆଦିଲ୍ଲୀ,୧।୧: ଆମେରିକାର ନ୍ୟୁ ଅର୍ଲିୟନ୍ସ ସହରରେ ନୂଆ ବର୍ଷ ଉତ୍ସବ ବେଳେ ଦୁଃଖଦ ଘଟଣା। ଲୋକଙ୍କ ଉପରେ ଚଢିଗଲା କାର। ୧୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବା ନେଇ ଜଣାପଡିଛି।ସେଭଳି ୩୦ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି। ପୋଲିସ କାର ଡ୍ରାଇଭର ଉପରକୁ ଗୁଳି ମାଡ କରିଛି। 

ଅଧିକାରୀଙ୍କ କହିବା ଅନୁସାରେ, ଏହି ଘଟଣା କେନାଲ ଓ ବର୍ବନ ଷ୍ଟ୍ରିଟ୍‌ ନିକଟରେ ଘଟିଛି। ସେଠାରେ ଲୋକମାନେ ନୂଆ ବର୍ଷ ଅବସରରେ  ଉତ୍ସବ ପାଳନ କରୁଥିଲେ। ଏକ କାର ଦ୍ରୁତ ଗତିରେ ଆସି ଲୋକଙ୍କୁ ଧକ୍କା ଦେଇଥିଲା, ଯାହାଫଳରେ ଘଟିଥିଲା ଏଭଳି ଅଘଟଣ। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁସାରେ ଘଟଣା ପରେ ପୋଲିସ ଡ୍ରାଇଭର ଉପରକୁ ଗୁଳିମାଡ କରିଥିଲା। ଏହି ଘଟଣା ପରେ ନୂଆ ବର୍ଷର ଉତ୍ସବ ଶୋକରେ ବଦଳି ଯାଇଥିଲା। ପୋଲିସ ମାମଲାର  ଯାଞ୍ଚ କରୁଛି। ଏହି ଘଟଣାରେ ୩୦ ଜଣ ଆହତ ହୋଇଛନ୍ତି। ତାଙ୍କୁ ନ୍ୟୁ ଅର୍ଲିୟନ୍ସରରେ ଜରୁରୀକାଳୀନ ଚିକିତ୍ସା ସେବା ଯୋଗାଇ ଦିଆଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.