ପ୍ରମୂଖ ଖବର
  • ବାଲେଶ୍ବର : OSSC ପରିଚାଳିତ ପରୀକ୍ଷାର ପ୍ରଶ୍ନପତ୍ର ସିଲ୍‌ ଖୋଲାଥିବା ଛାତ୍ରଛାତ୍ରୀଙ୍କ ଅଭିଯୋଗ, ଖଣ୍ଡନ କଲେ କର୍ତ୍ତୃପକ୍ଷ
  • ||
  • ଧର୍ମଗଡ଼ : କେନାଲ ପାଣି ଦାବିରେ ତାତିଲେ ଚାଷୀ, ଧର୍ମଗଡ ତମ୍ବାଛଡା ମୁଖ୍ୟ ରାସ୍ତା ଅବରୋଧ
  • ||
  • ଭୁବନେଶ୍ବର : ମିଠା ଦୋକାନୀଙ୍କୁ ଦାଦାବଟି ମାଗିଲା ଜେଲ ଫେରନ୍ତା, ଅଭିଯୁକ୍ତ ଗିରଫ
  • ||
  • ଖୋର୍ଦ୍ଧା : ପାଣିରେ ଭାସୁଛି ବ୍ୟକ୍ତିଙ୍କ ଗଳିତ ମୃତଦେହ, ପରିଚୟ ଅସ୍ପଷ୍ଟ
  • ||
  • ଆଜିଠୁ ଅନଲାଇନରେ ପଞ୍ଜୀକରଣ କରିପାରିବେ ହବିଷ୍ୟାଳି, ଶାରୀରିକ ଓ ମାନସିକ ଭାବେ ଅସୁସ୍ଥ ଥିଲେ ମିଳିବନି ଅନୁମତି
  • ||
  • ଧର୍ମଗଡ : ଅଜଣା ଗାଡ଼ି ଧକ୍କାରେ ବ୍ୟକ୍ତିଙ୍କ ମୃତ୍ୟୁ, ପରିଚୟ ଅସ୍ପଷ୍ଟ
  • ||
  • ଆନନ୍ଦପୁର : ଗଣେଶ ପୂଜା ବିସର୍ଜନ ବେଳେ ଢେଲା ମାଡକୁ ନେଇ ଉତ୍ତେଜନା ଘଟଣା, ୨ ଗିରଫ
  • ||
  • ବାସୁଦେବପୁରର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ମଦ ଜବତ, ୫ ଗିରଫ
  • ||
  • ଛତ୍ରପୁର : ରୁଟି ବ୍ୟବସାୟୀଙ୍କୁ ପଛପଟୁ ଧକ୍କା ଦେଲା ଅଜଣା ଗାଡି, ଜଣେ ଗୁରୁତର
  • ||
  • ରବିବାର ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମାଓ ମୁକାବିଲା ସମୀକ୍ଷା ବୈଠକରେ ହେବେ ସାମିଲ
  • ||
  • ଜଗତସିଂହପୁରରେ ମୂର୍ତ୍ତି ଚୋରୀ ରାକେଟ ସକ୍ରିୟ, ଜଣେ ଅଭିଯୁକ୍ତ ଏବଂ ତାଙ୍କ ମା ଅଟକ
  • ||
  • କୋଣାର୍କ : ମୃତଦେହକୁ ଘରକୁ ନେବାକୁ ମିଳିଲାନି ଆମ୍ୱୁଲାନ୍ସ, ଟ୍ରଲିରେ ବୁହା ହେଲା ଶବ
  • ||
  • ସୋମବାର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହଙ୍କ ନକ୍ସଲ ମୁକାବିଲା ବୈଠକ, ଯୋଗଦେବେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ
  • ||
  • କଣ୍ଟାବାଞ୍ଜି : ବେଆଇନ କ୍ଲିନିକ ଖୋଲି ଚିକିତ୍ସା କରୁଥିଲେ ନକଲି ଡାକ୍ତର, ଅଭିଯୁକ୍ତ ଗିରଫ
  • ||
  • ଅକ୍ଟୋବର ହେଲାଣି ଖରା ଦିନ ଯାଉନି, ଅସ୍ୱାଭାବିକ ପାଣିପାଗରେ ସମସ୍ତେ ନାକେଦମ୍‌: ୧୪ ଯାଏଁ ବିଶେଷ ବର୍ଷା ନାହିଁ
  • ||

ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି

ଜଗତସିଂହପୁର,୨୭/୦୯: ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଜିଲ୍ଲା ଶାଖା ପକ୍ଷରୁ ୧୦ ଦଫା ଦାବି ନେଇ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଦିଆ ଯାଇଥିବା ଧାରଣାର ଆଜି ତୃତୀୟ ଦିନ । ନର୍ସମାନେ ସମ୍ପୂର୍ଣ୍ଣ କାର୍ଯ୍ୟ ବନ୍ଦ କରି ନିଜର ଦାବି ରଖିବା ସହ ସିରିଞ୍ଜ ଛାଡ଼ ଆନ୍ଦୋଳନ କରିଛନ୍ତି ।

ସୂଚନା ମୁତାବକ, ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଦିଆ ଯାଇଥିବା ଧାରଣା ଆଜି ତୃତୀୟ ଦିନରେ ପହଁଚିଛି । ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଜିଲ୍ଲା ଶାଖା ପକ୍ଷରୁ ୧୦ ଦଫା ଦାବି ନେଇ ଏହି ଆନ୍ଦୋଳନ କରାଯାଇଛି । ନର୍ସ ମାନେ ସମ୍ପୂର୍ଣ୍ଣ କାର୍ଯ୍ୟ ବନ୍ଦ କରିବା ସହ ସିରିଞ୍ଜ ଛାଡ଼ ଆନ୍ଦୋଳନ କରିଛନ୍ତି । ୨୦୧୩ ମସିହା ପୂର୍ବରୁନିଯୁକ୍ତି ପାଇଥିବା ନର୍ସିଂ ଅଫିସର ମାନଙ୍କ ୬ବର୍ଷ ଚୁକ୍ତି ଭିତ୍ତିକ ଅବଧିକୁ ମୂଳ ଚାକିରୀ ସୀମାରେ ମିଶାଇ ପଦୋନ୍ନତି ପାଇଁ ଏହି ଆନ୍ଦୋଳନ କରିଛନ୍ତି । ଏହା ସହ ସହିତ ଆର୍ଥିକ ସୁବିଧା ପ୍ରଦାନ କରିବା, ବରିଷ୍ଠତା ଭିତ୍ତିରେ ପଦୋନ୍ନତି ଦେବା, ଆଉଟ ସୋର୍ସିଙ୍ଗ ନିଯୁକ୍ତି ବନ୍ଦ କରିବା, ନର୍ସିଂ ଅଫିସରମାନଙ୍କ ଡ୍ରେସ କୋର୍ଡ ପରିବର୍ତ୍ତନ କରିବା, ଆର୍ବିଏସକେ ଅଧୀନରେ ୧୧ବର୍ଷ ଧରି କର୍ଯ୍ୟରତ ନର୍ସିଂ ଅଫିସର ମାନଙ୍କୁ ନିୟମିତ କରିବା ଆଦି ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଓଡିଶା ନର୍ସିଂ ଆସୋସିଏସନ । ବାରମ୍ବାର ସରକାରଙ୍କ ନିକଟରେ ଦାବି କରିବା ସହିତ କଳା ବ୍ୟାଚ ପିନ୍ଧିବା, ଟୋକନ ଷ୍ଟ୍ରାଇକ କରିବା,ଲୋୟର ପିଏମଜିରେ ଧାରଣା ଦେଇଥିଲେ ହେଁ ସରକାର ଦାବି ପୂରଣ କରୁ ନାହାନ୍ତି । ତେଣୁ ଗତ ଦୁଇ ଦିନ ଜରୁରୀ ସେବା ଯୋଗାଇ ଧାରଣା ଦେଇଥିବା ବେଳେ ଆଜି ଠାରୁ ରାଜ୍ୟ ସଂଘ ଡ଼ାକରାରେ ସମୂହ କାର୍ଯ୍ୟ ବନ୍ଦ କରି ସିରିଞ୍ଜ ଛାଡ଼ ଆନ୍ଦୋଳନ କରିଛନ୍ତି ।

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.