ପ୍ରମୂଖ ଖବର
  • ମିଆଁମାରରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୫ ରେକର୍ଡ଼
  • ||
  • IPL 2025: ଆଜି ରାଜସ୍ଥାନ ରୟାଲ୍ସ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ସଂଘର୍ଷପୂର୍ଣ୍ଣ ହେବ ମ୍ୟାଚ୍
  • ||
  • ସମ୍ବଲପୁରରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ପରାଧି ସୀତାରାମ ଷଡ଼ଙ୍ଗୀର ଗୋଡ଼ରେ ବାଜିଲା ଗୁଳି
  • ||
  • ବିଧେୟକକୁ ରାଜ୍ୟପାଳଙ୍କ ସ୍ୱୀକୃତି, ଓଡ଼ିଶାରେ ଲାଗୁହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ
  • ||
  • ଏଥର ରାଜ୍ୟରେ ଠିକ୍‌ ସମୟରେ ପହଞ୍ଚିବ ମୌସୁମୀ ବାୟୁ: ଜୁନ୍‌ରେ ସ୍ୱାଭାବିକ ବର୍ଷା, ଜୁଲାଇ ଅଧାରୁ ଅଗଷ୍ଟ ଅଧା ଯାଏ ବର୍ଷା କମିବ
  • ||
  • ଭୁବନେଶ୍ୱର : ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ, ଅଳ୍ପକେ ବର୍ତ୍ତିଲେ ସାଙ୍ଗ
  • ||
  • ବ୍ରହ୍ମପୁର : ଟ୍ରେ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ, ୪ ଗିରଫ

Published By : Prameya | April 12, 2025 8:03 AM

ଭୁବନେଶ୍ଵର, ୧୨/୦୪ : ବରଗଡ଼ରୁ ବିପୁଳ ପରିମାଣର ଗଞ୍ଜେଇ ଜବତ। ଚୋରା ଚାଲାଣ ଅଭିଯୋଗରେ ୪ ଗିରଫ। ହଳଦୀପାଲି ଛକ ନିକଟରୁ ଏହି ଗଞ୍ଜେଇ ଜବତ ହୋଇଛି। ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୭ ଲକ୍ଷ ଟଙ୍କା ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ବୌଦ୍ଧ ଜିଲ୍ଲାରୁ ରାୟପୁରକୁ ଗଞ୍ଜେଇ ଚାଲାଣ ହେଉଥିବା ନେଇ ବରଗଡ଼ ଟାଉନ ଥାନା ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ଗଞ୍ଜେଇ ବେପାରୀଙ୍କୁ ଧରିବା ପାଇଁ ପୋଲିସ ଛକି ବସିଥିଲା। ଶନିବାର ସକାଳେ ହଳଦୀପାଲି ଛକରେ ପୋଲିସ ସେମାନଙ୍କୁ କାବୁ କରିବାରେ ସଫଳ ହୋଇଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଗଞ୍ଜେଇ ସହ ବ୍ୟବହାର ହୋଇଥିବା ୨ଟି ଗାଡ଼ି ଓ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୭ ଲକ୍ଷ ଟଙ୍କା ବୋଲି ଜଣାପଡ଼ିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ବୌଦ୍ଧ ଜିଲ୍ଲାର ସଞ୍ଜିତ ଖଟୁଆ, ବିଶିଷ୍ଟ ପ୍ରଧାନ, ସୁଦାମ ବାଗ, ବରଗଡ଼ ଜିଲ୍ଲା ଅମ୍ବାଭୋନା ଅଞ୍ଚଳର ଦୀପକ୍ ଦୋରା। 

ଏହି ଖବରଟିକୁ ପଢନ୍ତୁ-ରାଜ୍ୟରେ ୧୭ ତାରିଖ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ଆଜି ୨୦ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଆଲର୍ଟ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.