ପ୍ରମୂଖ ଖବର
  • ଟି-ଟ୍ୱେଣ୍ଟି ବିଶ୍ୱକପ୍‌ରେ ସୁପର-୮ ରାଉଣ୍ଡ ଚୂଡ଼ାନ୍ତ, ଅଷ୍ଟ୍ରେଲିଆ, ଆଫଗାନିସ୍ତାନ, ବାଂଲାଦେଶକୁ ଭେଟିବ ଭାରତ
  • ||
  • କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା, ଓସେପା ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
  • ||
  • ବାଲେଶ୍ୱର: ଆଇନ ଶୃଙ୍ଖଳା ମାନିବା ସହ ଶାନ୍ତି ବଜାୟ ରଖିବାକୁ ଏସପି ସାଗରିକା ନାଥଙ୍କ ଅନୁରୋଧ
  • ||
  • ଭୁବନେଶ୍ୱର: ପଥରବନ୍ଦ ବସ୍ତିରେ ଗୋଷ୍ଠୀ ସଂଘର୍ଷ, ଘଟଣାସ୍ଥଳରେ ପୋଲିସ ମୁତୟନ
  • ||
  • ଜୁନ୍‌ ୨୦ରେ ବାଚସ୍ପତି ନିର୍ବାଚନ, ଖୁବ୍‌ଶୀଘ୍ର କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା
  • ||
  • ଅସଲି ପୋଲିସ ହାତରେ ଧରାପଡ଼ିଲା ନକଲି ସିବିଆଇ ପୋଲିସ, ଲୋକଙ୍କଠୁ ଲୁଟୁଥିଲା ଲକ୍ଷାଧିକ ଟଙ୍କା
  • ||
  • ଖୋଲିଲା ସ୍କୁଲ, ଅଧା ଜିଲ୍ଲାରେ ସକାଳୁ କ୍ଲାସ ଆରମ୍ଭ, ୧୧ ଜିଲ୍ଲାରେ ୨୦ ଯାଏ ସ୍କୁଲ ବନ୍ଦ
  • ||
  • ମଙ୍ଗଳବାର, ବୁଧବାର ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ କାମଚଳା ବାସ୍ପପତି, ୨୦ ନୂଆ ବାଚସ୍ପତି ନିର୍ବାଚନ
  • ||
  • ଅଶାନ୍ତ ବାଲେଶ୍ୱର: ଗୋଷ୍ଠୀ ସଂଘର୍ଷ ପାଇଁ କର୍ଫ୍ୟୁ, ୨୪ ଘଣ୍ଟା ବନ୍ଦ ରହିବ ଦୋକାନ ବଜାର
  • ||
  • ରାଜ୍ୟରେ ୪୨% ନିଅଣ୍ଟିଆ ବର୍ଷା, ୩ ଜିଲ୍ଲାରେ ସ୍ୱାଭାବିକ, ୨୬ ଜିଲ୍ଲାରେ ନିଅଣ୍ଟିଆ: ୪ ଦିନ ଭିତରେ ମୌସୁମୀ ଅଗ୍ରସର ହେବ
  • ||

ଅଳକାନନ୍ଦା ନଦୀକୁ ଖସି ପଡିଲା ତୀର୍ଥଯାତ୍ରୀଙ୍କ ଗାଡ଼ି, ୧୦ ମୃତ

ନୂଆଦିଲ୍ଲୀ,୧୫।୬: ଉତ୍ତରାଖଣ୍ଡ ବଦ୍ରିନାଥ ହାଇ‌ଓ୍ବେରେ ବଡ଼ ଧରଣର ସଡକ ଦୁର୍ଘଟଣା।   ୨୩ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟେମ୍ପୋ ଟ୍ରାଭେଲର ଜାତୀୟ ରାଜପଥରୁ ଭାରସାମ୍ୟ ହରାଇ ସିଧା ଅଳକାନନ୍ଦା ନଦୀରେ ଖସି ପଡିଥିଲା। ଦୁର୍ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। 

ମିଳିଥିବା ସୂଚନା ଅନୁସାରେ, ଋଷିକେଶ-ବଦ୍ରୀନାଥ ଜାତୀୟ ରାଜପଥର ରାଏଟୋଲି ନିକଟରେ ଏହି ଦୁର୍ଘଟଣା ଘଟିଛି।ଗାଡ଼ିଟି ଭାରସାମ୍ୟ ହରାଇ ପଥରରେ ମାଡ଼ ହେବା ପରେ ନିକଟରେ ପ୍ରବାହିତ ହେଉଥିବା ଅଳକାନନ୍ଦା ନଦୀକୁ ଖସି ପଡିଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ପଥରରେ ପିଟି ହୋଇ ଗାଡ଼ିଟି ସଂପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛି। ଖବର ପାଇ ରାଜ୍ୟ ବିପର୍ଯ୍ୟୟ ପ୍ରଶସନ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ। ସେମାନେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଛନ୍ତି। ସାଧାରଣ ଲୋକମାନେ ମଧ୍ୟ ଉଦ୍ଧାର କାର୍ଯ୍ୟରେ ସହଯୋଗ କରୁଛନ୍ତି। 

୧୦ଟି ମୃତଦେହକୁ ପ୍ରଶାସନ ଉଦ୍ଧାର କରିଥିବା ବେଳେ ୨ ଗୁରୁତରଙ୍କୁ ହେଲିକପ୍ଟର ଯୋଗେ ଋଷିକେଶରେ ଥିବା ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟମାନେ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଘଟଣାରେ ଶୋକ ପ୍ରକାଶ କରିବା ସହ ଜିଲ୍ଲା ମାଜିଷ୍ଟ୍ରେଟଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.