ପ୍ରମୂଖ ଖବର
  • ପୋପ୍ ଫ୍ରାନ୍‌ସିସଙ୍ ପରଲୋକ, ୮୮ ବର୍ଷ ବୟସ​‌ରେ କଲେ ଶେଷ ନିଶ୍ବାସ୍ତ ତ୍ୟାଗ
  • ||
  • ଜଘନ୍ୟ ହତ୍ୟାକାଣ୍ଡ ଢେଙ୍କାନାଳ : ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା କଲେ ଦୁର୍ବୃତ୍ତ
  • ||
  • BCCI ଜାରି କଲା ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ; ଆୟରଙ୍କୁ ବଡ଼ ଉପହାର, ରୋ-କୋଙ୍କୁ A+ ଗ୍ରେଡ଼
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ପାପୁଲି କାଟିଦେଲେ ଦୁର୍ବୃତ୍ତ
  • ||
  • ପରିବାର ସହ ଭାରତରେ ଆମେରିକା ଉପରାଷ୍ଟ୍ରପତି ଜେ ଡି ଭାନ୍ସ, ପ୍ରଧାନମନ୍ତ୍ରୀଙ୍କୁ ସହ କରିବେ ଡିନର
  • ||
  • ପୁରୀ : ଛାତ୍ରଙ୍କ ଉପରେ ଚଢିଗଲା ଟ୍ରକ୍‌, ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ୱର : ଟ୍ରେନ୍‌ ଆଗକୁ ଯାଇ କରିଥିଲେ ଆତ୍ମହତ୍ୟା, ଭଦ୍ରକରୁ କଟି ଆସି ଭୁବନେଶ୍ୱର ଷ୍ଟେସନରେ ପଡ଼ିଲା ମୁଣ୍ଡ
  • ||
  • IPL 2025: ଟାଇଟନ୍ସକୁ ଭେଟିବ ନାଇଟ୍‌ ରାଇଡର୍ସ, ଲଢ଼ିବେ ଗିଲ୍- ରାହାଣେ
  • ||
  • ଲୋକଙ୍କ ପାଖରେ ପହଞ୍ଚିବ ଲୋକଙ୍କ ସରକାର, ଆଜି ପଶ୍ଚିମ ଓଡ଼ିଶାବାସୀଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀଙ୍କ ସହ ୧୦ ମନ୍ତ୍ରୀ
  • ||
  • ପୁରୀ : ୭ ଦିନ ପରେ ମିଳିଲା ନିଖୋଜ ନାବାଳକର ମୃତଦେହ, ହତ୍ୟା ସନ୍ଦେହ
  • ||
  • ରାଜ୍ୟରେ କମିଲା କାଳବୈଶାଖୀ: ୨୫ ଯାଏ ତାତିରୁ ନିସ୍ତାର ନାହିଁ,୪୪ ଡିଗ୍ରୀ ଡେଇଁପାରେ ତାପମାତ୍ରା
  • ||

ନାବାଳିକା ବଳାତ୍କାର ମାମଲା, ଅଭିଯୁକ୍ତକୁ ୧୦ ବର୍ଷ ଜେଲ

Published By : Prameya | April 21, 2025 3:59 PM

ଫୁଲବାଣୀ,୨୧/୪:  ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ଶୁଣାଣୀ କରି ଫୁଲବାଣୀ ଫାଷ୍ଟ ଟ୍ରାକ ପୋକସୋ ଅଦାଲତ ଅଭିଯୁକ୍ତକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି। ଏଥିସହ ଦୋଷୀକୁ ୨୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ଅଧିକ ୨ ବର୍ଷ ଜେଲ ଭୋଗିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଚାରପତି। ଅଭିଯୁକ୍ତ ଜଣକ ହେଲେ ସଦର ଥାନା ଅନ୍ତର୍ଗତ  ପଡିଆବେରଣା ଆଶ୍ରିସାହିର ଉତ୍ତମ ସାହାଣୀ (୩୨)।

ଗତ ୨୦୧୫ ଫେବୃଆରୀ ୯ ତାରିଖରେ ଅଭିଯୁକ୍ତ ଉତ୍ତମ ଟାଉନ ଥାନା ଅଞ୍ଚଳର ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରିଥିଲା । ପରେ ପୀଡିତାଙ୍କୁ ନେଇ ଅନ୍ୟ ଏକ ସ୍ଥାନରେ ରଖିଥିଲା। ଝିଅ ନିଖୋଜ ଥିବା ନେଇ ଫୁଲବାଣୀ ଟାଉନ୍ ଥାନାରେ ଲିଖିତ ଅଭିଯୋଗ କରିଥିଲେ ପୀଡିତାଙ୍କ ମା’। ଏତଲା ଆଧାରରେ ପୁଲିସ   ଏକ ମାମଲା ରୁଜୁ କରିବା ସହ  ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।

ସୋମବାର ଏହି ମାମଲାର ବିଚାର କରି ଫାଷ୍ଟ ଟ୍ରାକ୍ ପୋକ୍ସୋ୍ କୋର୍ଟର ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ   ୧୩ ଜଣ ସାକ୍ଷୀଙ୍କ ବୟାନ ଓ ଡ଼ାକ୍ତରୀ ରିପୋର୍ଟ ଆଧାରରେ ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ପିଡିତାଙ୍କୁ କ୍ଷତିପୂରଣ ବାବଦରେ ୫ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଜିଲ୍ଲା ଆଇନସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଅଦାଲତ। ମାମଲାଟିକୁ ସରକାରଙ୍କ ପକ୍ଷରୁ ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ପରିଚାଳନା କରୁଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.