ପ୍ରମୂଖ ଖବର
  • ICCର ଗ୍ରୀନ୍ ସିଗନାଲ: ୩୪ ଓଭର ପରେ ଗୋଟିଏ ବଲ୍, ୫ ବ୍ୟାକଅପ୍ ପ୍ଲେୟାର, କ୍ରିକେଟରେ ବଦଳିବ ନିୟମ
  • ||
  • 'ଆତଙ୍କୀ ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ସେମାନଙ୍କ ବିନାଶ ହେଲା': ପ୍ରଧାନମନ୍ତ୍ରୀ
  • ||
  • ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ଫ୍ରି ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଦେବାକୁ କଂଗ୍ରେସର ଦାବି, ଜୁନ୍ ୧୦ ସୁଦ୍ଧା କାର୍ଯ୍ୟକାରୀ ନହେଲେ ଆନ୍ଦୋଳନ
  • ||
  • ଉତ୍ତରପୂର୍ବ ରାଜ୍ୟରେ ପ୍ରକୃତି କୋପ; ଘରେ ପଶିଲା ପାଣି- ବୁଡ଼ିଲା ଗାଡ଼ି, ୩ ମୃତ
  • ||
  • କରୋନା ଆତଙ୍କ; ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ, ୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର, ବଜାର ଏବଂ ଜନ ବନତିରେ ମାଡ଼ିଗଲା ପାଣି
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

ରଥଯାତ୍ରା ପାଇଁ ପୁରୀକୁ ଗଡ଼ିବ ୧ ହଜାର ବସ୍ , ଅଧିକ ଭଡ଼ା ନେଇ ପାରିବେନି ଗାଡ଼ି ମାଲିକ

Published By : Gurupada Nath | May 30, 2025 8:28 PM

କଟକ,୩୦/୫ : ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀକୁ ଗଡ଼ିବ ଏକ ହଜାର ବସ୍। ରେଗୁଲାର ବସ୍ ସହ ସ୍ୱତନ୍ତ୍ର ପରମିଟ ଦିଆଯିବ ଅନ୍ୟ ବସ୍ ଗୁଡ଼ିକୁ । ପୁରୀକୁ ସାରା ରାଜ୍ୟରୁ ଗଡିବ। ପୁରୀ ତାଳବଣିଆ ଓ ମାଳତିପାଟପୁରରେ ବସ ପାର୍କିଂ। ଯାତ୍ରୀଙ୍କ ବସ୍ ରହଣି ସ୍ଥଳରୁ ବଡ଼ଦାଣ୍ଡ ଯାଏ ଚାଲିବ ଶହେଟି ବ୍ୟାଟେରୀ ଚାଳିତ ଗାଡ଼ି । ଧାର୍ଯ୍ୟ ଭଡ଼ାଠାରୁ ଅଧିକ ଭଡ଼ା ନେଇ ପାରିବେନି ଗାଡ଼ି ମାଲିକ । ଏସଟିଏ କମିଶନର ଅମିତାଭ ଠାକୁରଙ୍କ ସୂଚନା।

ପୁରୀ ରଥଯାତ୍ରା ପାଇଁ ଏସଟିଏ ତଥା ରାଜ୍ୟ ସଡକ ପରିବହନ ବିଭାଗ ପକ୍ଷରୁ ବସିଥିଲା ଉଚସ୍ତରୀୟ ବୈଠକ । ଏସଟିଏ କମିଶନର ଅମିତାଭ ଠାକୁରଙ୍କ ଅଧ୍ୟକ୍ଷତାରେ ହୋଇଥିଲା ବୈଠକ। ଘରାଇ ବସ୍ ମାଲିକ ସଂଘ ସହ ପୁରୀ, କଟକ, ଭୁବନେଶ୍ବର ବସ୍ ମାଲିକ ସଂଘ, କଟକ ଡିସିପି, ପୁରୀ ଏସପି, କଟକ, ଭୁବନେଶ୍ୱର, ପୁରୀ  ଜିଲ୍ଲାର ପରିବହନ ଅଧିକାରୀ, ଏନଏଚଆଇ କର୍ତ୍ତୃପକ୍ଷ ବୈଠକରେ ସାମିଲ। ରଥଯାତ୍ରାରେ କେମିତି ସୁରୁଖୁରୁରେ ଭକ୍ତ ପୁରୀ ଯାଇପାରିବେ ସେ ନେଇ ହୋଇଥିଲା ଆଲୋଚନା। 

ତେବେ ତାଳବଣିଆ ବସ୍ ଷ୍ଟପେଜରେ ଯାତ୍ରୀଙ୍କୁ ଦିଆଯିବ ୧୦ଟଙ୍କାରେ ଖାଦ୍ୟ। ସୁରକ୍ଷିତ ଯାତ୍ରୀ ପରିବହନ ପାଇଁ ୩୦ଜଣ STA ଅଧିକରୀ ଦାୟିତ୍ବରେ ରହିବେ। ବେପରୁଆ ଗାଡ଼ି ଚାଳନା ଉପରେ ରହିବ ନଜର । ପୋଲିସ ପକ୍ଷରୁ ଏନ୍ଫୋର୍ସମେଣ୍ଟ ସ୍କ୍ବାର୍ଡ଼ ସହ, ଟ୍ରାଫିକ ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ ବୋଲି କହିଛନ୍ତି STAକମିଶନର ଅମିତାଭ ଠାକୁର। ତେବେ ସମସ୍ତଙ୍କ ସହଯୋଗରେ ପୁରୀକୁ ଯାତ୍ରୀ ପରିବହନ ସୁରୁଖୁରୁରେ ହେବ ବୋଲି ଆଶା ରଖିଛି ରାଜ୍ୟ ଘରୋଇ ବସ ମାଲିକ ସଂଘ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.