ପ୍ରମୂଖ ଖବର
  • ଭୋଗରାଇ : ସ୍କୁଲରେ ଭିଜିଲାନ୍ସ ଚଢ଼ାଉ, ମୋ ସ୍କୁଲ ଯୋଜନାରେ ୬୦ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗ ପରେ ରେଡ୍‌
  • ||
  • ଅକ୍ଷୟ ତୃତୀୟ ସିଏମ୍ କିଷାନ ଟଙ୍କା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
  • ||
  • ଅକ୍ଟୋବରରେ ୨ ଦିନ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଟକ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, କେବଳ ପରିବେଶ ଅନୁକୂଳ ବାଣ ପାଇଁ ପ୍ରସ୍ତାବ
  • ||
  • ରାଜଧାନୀରେ ପୁଣି ଅମାନିଆଙ୍କ ଉତ୍ପାତ, ରସୁଲଗଡ ଓଭର ବ୍ରିଜ ଉପରେ ପାୱାର ଶୋ' କରି ରାସ୍ତା ଅବରୋଧ
  • ||
  • ଡିସେମ୍ୱର ୨୬ରୁ ଯୁକ୍ତ ଦୁଇ ପରୀକ୍ଷା, ଫେବୃୟାରୀ ୧୫ରୁ ମେନ୍‌ ଏକ୍ସଜାମ୍: ୪୫ ଦିନ ଭିତରେ ବାହାରିବ ରେଜଲ୍ଟ
  • ||
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

୧୦,୩୦୦ କୁଇଣ୍ଟାଲ୍ ଅର୍ପଣ ଚାଉଳ ନିଲାମ; ୨ କୋଟି ୮୬ ଲକ୍ଷ ୯୬ ହଜାର ଟଙ୍କାରେ ନିଲାମ, ଶ୍ରୀମନ୍ଦିର ପାଣ୍ଠିରେ ଜମା ହେବ ଟଙ୍କା

ପୁରୀ,୦୪/୧୦:  ନିଲାମ ହେଲା ପୁରୀର ଦଶ ହଜାର ତିନିଶହ କୁଇଣ୍ଟାଲ୍ ଅର୍ପଣ ଚାଉଳ । ଏହି ଚାଉଳ ୨ କୋଟି ୮୬ ଲକ୍ଷ ୯୬ ହଜାର ଟଙ୍କାରେ ନିଲାମ ହୋଇଛି । ନିଲାମରେ ମିଳିଥିବା ଟଙ୍କାକୁ ଶ୍ରୀମନ୍ଦିର ପାଣ୍ଠିରେ ଜମା କରାଯିବ । ଏନେଇ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସୂଚନା ଦେଇଛନ୍ତି । ଚାଉଳ ନିଲାମ ପାଇଁ ପାଞ୍ଚଜଣ ଟେଣ୍ଡର ଆବେଦନ କରିଥିବାବେଳେ ନିମାପଡ଼ା ମା ତାରିଣୀ ରାଇସ ମିଲ୍‌ର ସୁରେଶ କୁମାର ମହାନ୍ତି ଏହି ଚାଉଳକୁ ୨ କୋଟି ୮୬ ଲକ୍ଷ ୯୬ ହଜାର ଟଙ୍କାରେ ନିଲାମ ନେଇଛନ୍ତି । 

ସୂଚନା ଥାଉକି, ରାଜ୍ୟରୁ ଅର୍ପଣ ରଥ ଜରିଆରେ ସମୁଦାୟ ୧୪୦୧୭.୨୩ କ୍ବିଣ୍ଟାଲ୍‌ ଅର୍ପଣ ଚାଉଳ ସଂଗ୍ରହ ହୋଇ ପୁରୀକୁ ଆସିଥିଲା । ଏଥିରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ୪୬୧୦.୪୪ କ୍ବିଣ୍ଟାଲ୍‌, ଅକ୍ଷୟପାତ୍ର ଫାଉଣ୍ଡେସନ୍‌ରେ ୨୬୧୮.୦୭ କ୍ବିଣ୍ଟାଲ୍‌ ଓ ଯୋଗାଣ ବିଭାଗର ପୁରୀ ଗୋଦାମରେ ୬୭୮୮.୭୨ କ୍ବିଣ୍ଟାଲ୍‌ ଚାଉଳ ଗଚ୍ଛିତ ରଖାଯାଇଥିଲା । ସେହିଭଳି ୩୯୪୯ଟି ନଡ଼ିଆ ଓ ୪୨୬ ବସ୍ତା ଗୁଆ ମିଳିଥିଲା । ଶ୍ରୀଗୁଣ୍ଡିଚା ମନ୍ଦିରରେ ୧୫୦ ବସ୍ତା ଓ ଅକ୍ଷୟପାତ୍ର ଫାଉଣ୍ଡେସନ୍‌ରେ ୨୭୬ ବସ୍ତା ଗୁଆ ଗଚ୍ଛିତ ରଖାଯାଇଥିଲା । ଇତିମଧ୍ୟରେ କେବଳ ଶ୍ରୀଗୁଣ୍ଡିଚା ମନ୍ଦିରରେ ଥିବା ଚାଉଳରୁ ୩୮୫୬.୮୪ କ୍ବିଣ୍ଟାଲ୍‌ ସୁଆର ମହାସୁଆର ନିଯୋଗକୁ ପ୍ରଦାନ କରାଯାଇଛି । ଆଉ ୭୫୩.୦୭ କ୍ବିଣ୍ଟାଲ୍‌ ଚାଉଳ ଶ୍ରୀଗୁଣ୍ଡିଚା ମନ୍ଦିରରେ ଗଚ୍ଛିତ ରଖାଯାଇଥିବାବେଳେ ଏହାକୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ଏଭଳି ସର୍ବମୋଟ୍‌ ୧୦୧୬୦.୩୯ କ୍ବିଣ୍ଟାଲ୍‌ ଚାଉଳ ବଳକା ରହିଛି । ପୂର୍ବରୁ ଅର୍ପଣ ଚାଉଳରେ ମହାପ୍ରସାଦ ପ୍ରସ୍ତୁତ କରି ବାଣ୍ଟିବାକୁ ନିଷ୍ପତ୍ତି ହୋଇଥିଲା । ସେହି ଅନୁସାରେ ମହାପ୍ରସାଦ ପ୍ରସ୍ତୁତ କରି ଚାରିଦ୍ବାରରେ ବଣ୍ଟାଯାଉଥିଲା । କିନ୍ତୁ ସରକାର ବଦଳିବା ପରେ ମହାପ୍ରସାଦ ପ୍ରସ୍ତୁତି ଓ ବଣ୍ଟନ ବନ୍ଦ ହୋଇଯାଇଥିଲା। ଫଳରେ ଚାଉଳ ସବୁ ପଡ଼ିପଡ଼ି ନଷ୍ଟ ହୋଇଥିଲା ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.