ପ୍ରମୂଖ ଖବର
  • ଢେଙ୍କାନାଳ : ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗସ୍ତ, ଚାପି ହୋଇ ରହିଥିବା ଡ୍ରାଇଭର ଉଦ୍ଧାର
  • ||
  • ଅସ୍ତରଙ୍ଗ ଏବଂ ଛତ୍ରପୁର ଆଇଆଇସି ନିଲମ୍ବିତ; ତଦନ୍ତ ରିପୋର୍ଟ ଦେବାକୁ ୨ ରେଞ୍ଜ ଆଇଜିଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ
  • ||
  • ଚାଷୀ ପଞ୍ଜୀକରଣ ହେଲା ସରଳ; ବଂଶାନୁକ୍ରମିକ ପ୍ରମାଣପତ୍ର ବଦଳରେ ସେଲ୍ଫ ଡିକ୍ଲାରେସନରେ ରେଜିଷ୍ଟ୍ରେସନ
  • ||
  • ସୁନ୍ଦରଗଡ଼ : ଜୁଆ ଆଡ୍ଡାରେ ରେଡ୍‌; ୧୪ ଗିରଫ, ଲକ୍ଷାଧିକ ଟଙ୍କା ଜବତ
  • ||
  • ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ
  • ||
  • ସୁନ୍ଦରଗଡ଼: ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୪ ଜଣ ଗିରଫ
  • ||
  • ଶେରଗଡ ;ଦୁଇ ବସ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର
  • ||
  • ଚମାଖଣ୍ଡି ଅଞ୍ଚଳର ଏକ ଗାଈ ଗୁହାଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ, ମାଓ ଲିଙ୍କ୍‌ ନେଇ ସନ୍ଦେହ
  • ||
  • କିସ୍ତୱାଡ଼ ପରେ କଠୁଆରେ ବାଦଳଫଟା ବର୍ଷା,୪ ମୃତ, ରେସ୍କ୍ୟୁ ଜାରି
  • ||
  • ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩ଶହ ପାର୍, ରେସ୍କ୍ୟୁ ହେଲିକପ୍ଟର କ୍ରାସରେ ୫ ମୃତ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ, ଆଜି ଚୂଡାନ୍ତ ହେବ NDA ପ୍ରାର୍ଥୀଙ୍କ ନାମ, ବସିବ ବିଜେପି ସଂସଦୀୟ ବୋର୍ଡ ବୈଠକ
  • ||
  • ଭାରତ ଫେରିଲେ ସୁନାପୁଅ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା,ଦିଲ୍ଲୀରେ ଭବ୍ୟ ସ୍ୱାଗତ
  • ||
  • ୧୮ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା; ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷିବ
  • ||

୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗସ୍ତ, କ୍ୟାବିନରେ ଚାପିହୋଇ ରହିଥିବା ଡ୍ରାଇଭର ଉଦ୍ଧାର

Published By : Harapriya Sethi | August 17, 2025 12:07 PM

ଢେଙ୍କାନାଳ,୧୭/୦୮: ଗଛରେ ପିଟି ହୋଇ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ । ଗାଡ଼ିରେ ଚାପି ହୋଇ ରହିଲେ ଡ୍ରାଇଭର । ଢେଙ୍କାନାଳ ଜିଲ୍ଲା ସଦର ଥାନା ମହିଷାପାଟ ନିକଟରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଡ୍ରାଇଭର ଗାଡି ଭିତରେ ଚାପିହୋଇ ରହିଥିବା ବେଳେ ତାଙ୍କୁ ବହୁ କଷ୍ଟରେ ଆଗ୍ନିଶମ ବାହିନୀ ଉଦ୍ଧାର କରିଛି । ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ସୂଚନାନୁସାରେ, ଆମ୍ବୁଲାନ୍ସଟି ଢେଙ୍କାନାଳରୁ ଶଙ୍କରପୁର ଆଡକୁ ଯାଉଥିଲା। ମହିଷାପାଟ ଆରଟିଓ ଡ୍ରାଇଭିଂ ଟେଷ୍ଟିଂ ସେଣ୍ଟର ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ଵରେ ଥିବା ଏକ ବଡ଼ ଗଛରେ ପିଟି ହୋଇଥିଲା । ଗାଡିରେ ଅନ୍ୟ କେହି ନଥିବା ବେଳେ ଡାଇଭର କ୍ୟାବିନ୍‌ରେ ଚାପି ହୋଇ ରହିଯାଇଥିଲେ । ଖବର ପାଇ ଢେଙ୍କାନାଳ ଅଗ୍ନିଶମ ବାହିନୀ ପହଞ୍ଚି ହାଇଡ୍ରୋଲିକ୍ କଟର ସାହାଯ୍ୟରେ ଉଦ୍ଧାର କରିଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.