ପ୍ରମୂଖ ଖବର
  • ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • ତାଳଚେରରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • କଟକ : ଟ୍ରକ୍ ଧକ୍କାରେ ମହିଳା ହୋମଗାର୍ଡଙ୍କ ମୃତ୍ୟୁ, ଚାଳକ ଥାନାରେ ଅଟକ
  • ||
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ଚିତ୍ରକୋଣ୍ଡା ପରେ ଯାଜପୁରରେ ଲଜ୍ଜ୍ୟା, ମା' ହେଲେ ଦଶମ ଶ୍ରେଣୀ ଛାତ୍ରୀ

Published By : Rasmita Pradhan | February 27, 2025 2:28 PM

ଭୁବନେଶ୍ଵର, ୨୭/୦୨ : ଚିତ୍ରକୋଣ୍ଡା ପରେ ଯାଜପୁରରେ ଲଜ୍ଜ୍ୟା। ପୁଣି ମା' ହେଲେ ଦଶମ ଶ୍ରେଣୀ ଛାତ୍ରୀ। ଯାଜପୁର ଜିଲ୍ଲା ବରୀ ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀ ଏକ ଶିଶୁକନ୍ୟା ଜନ୍ମ ଦେଇଛନ୍ତି। ଉଭୟ ନାବାଳିକା ଏବଂ ନବଜାତକକୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ରାଜ୍ୟରେ ଏଭଳି ଦୁଇ ଦୁଇଟି ଘଟଣା ଏବେ ଅଲୋଡ଼ନ ସୃଷ୍ଟି କରିଛି। 

ସୂଚନାନୁଯାୟୀ, ବରୀ ଥାନା ଅଞ୍ଚଳର ଜଣେ ଦଶମ ଛାତ୍ରୀ ପୂର୍ବରୁ ଦୁଇଟି ବିଷୟରେ ପରୀକ୍ଷା ଦେଇଥିଲେ। ଗତକାଲି ହଠାତ୍ ତାଙ୍କର ସ୍ଵାସ୍ଥ୍ୟାବସ୍ଥା ବିଗିଡ଼ିଥିଲା। ତାଙ୍କୁ ବରୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଥିଲେ। ତାଙ୍କ ସ୍ଵାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ପାଇ ଡାକ୍ତରଖାନାରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଛାତ୍ରୀ ଜଣଙ୍କ ରାମପୁର ପଞ୍ଚାୟତ ସ୍କୁଲରେ ପାଠ ପଢୁଥିଲେ। ସେ ନିଜ ଘରୁ ସ୍କୁଲକୁ ଯାତାୟତ କରୁଥିଲେ। ଆଡମିଟ୍ ନେବା ପରଠାରୁ ସେ ସ୍କୁଲ ଆସିନଥିଲେ। ଛାତ୍ରୀ ଜଣଙ୍କ ଗର୍ଭବତୀ ଥିବା ନେଇ ଛାତ୍ରୀଙ୍କ ପରିବାର ଲୋକ, ସ୍ଥାନୀୟ ଅଙ୍ଗନବାଡି କର୍ମୀ ଓ ସ୍କୁଲ ଶିକ୍ଷକ କିପରି ଜାଣିପାରିଲେନି ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। 

ସୂଚନା ଥାଉକି, ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକରେ ମଙ୍ଗଳ ବିଭାଗର ଏକ ହାଇସ୍କୁଲରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାକୁ ଯାଇ ସନ୍ତାନ ପ୍ରସବ କରିଥିଲେ। ଏହି ଘଟଣାର ତଦନ୍ତ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଦ୍ୟାଳୟର ମାଟ୍ରନ ସୁଚିତ୍ରା ଚର୍ଚ୍ଚିଙ୍କୁ ବହିଷ୍କାର କରାଯାଇଛି। ଏଏନଏମ କବିତା କୁମାରୀ ପାତ୍ର ଓ ବିଦ୍ୟାଳୟ  ପ୍ରଧାନ ଶିକ୍ଷକ ଅଜିତ କୁମାର ମାଡକାମିଙ୍କୁ ନିଲମ୍ବିତ କରାଯାଇଛି। ଏଥିସହ  ଛାତ୍ରୀଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୁଲିସ ଗିରଫ କରିଛି।


ଏହି ଖବରଟିକୁ ପଢନ୍ତୁ-ଦଶମ ଛାତ୍ରୀ ପ୍ରସବ ଘଟଣା : ପ୍ରଧାନ ଶିକ୍ଷକ, ଏଏନଏମ ନିଲମ୍ବିତ ଏବଂ ମାଟ୍ରନ ବହିଷ୍କୃତ, ଯୁବକ ଗିରଫ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.