ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ବରପାଲି କଲେଜ +୩ ପ୍ରଶ୍ନପତ୍ର ଲିକ୍ ମାମଲା, ୧୨ ଗିରଫ

Published By : Rasmita Pradhan | January 31, 2025 12:28 PM

ଭୁବନେଶ୍ଵର, ୩୧/୦୧ : ବରଗଡ଼ ବରପାଲି କଲେଜରେ +୩ ପ୍ରଶ୍ନପତ୍ର ଲିକ୍ ମାମଲାରେ ୧୨ ଗିରଫ। ଜଣେ କିରାଣୀ, ଜଣେ କମ୍ପ୍ୟୁଟର ଦୋକାନୀ ସମେତ ୧୦ ଜଣ ଛାତ୍ର ଗିରଫ ହୋଇଛନ୍ତି। 

ସୂଚନାନୁଯାୟୀ, ଗତ ୨୮ ତାରିଖରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପରିଚାଳିତ ବରପାଲି କଲେଜରେ +୩ ଦ୍ଵିତୀୟ ବର୍ଷର ତୃତୀୟ ସେମିଷ୍ଟାର ପରୀକ୍ଷା ଚାଲିଥିଲା। ସ୍କ୍ଵାର୍ଡ ଯାଞ୍ଚ ସମୟରେ ରାଜନୀତି ବିଜ୍ଞାନ ପ୍ରଶ୍ନପତ୍ର ଲିକ୍ ହୋଇଥିବା ଓ ଉତ୍ତର ସମାନ ହୋଇଥିବା ଦେଖିବାକୁ ପାଇଥିଲେ। କଲେଜ ଅଧ୍ୟକ୍ଷ ଏହା ଜାଣିପରି ପରୀକ୍ଷା ହଲ୍‌ରେ ତଦାରଖ କରିଥିଲେ। ଏହି ସମୟରେ କିଛି ଛାତ୍ର ଧରାପଡ଼ିଥିଲେ। ଏହାପରେ ମହାବିଦ୍ୟାଳୟ ଅଧ୍ୟକ୍ଷା ସୁଶ୍ରୀ ଜୟନ୍ତୀ ଦାସ ବରପାଲି ଥାନାରେ ଲିଖିତ ଅଭିଯୋଗ କରିଥିଲେ। 

ଏହି ଖବରଟିକୁ ପଢନ୍ତୁ-ଅଲୋଡ଼ା ହେଲା ଜନ୍ମ କଲା ମା', ବୃଦ୍ଧା ବୟସରେ ଘରୁ ତଡ଼ିଦେଲେ ୩ ଚାକିରିଆ ପୁଅ

ଏହି ଘଟଣାରେ ପୋଲିସ ଛାନଭିନ୍ କରି ୧୦ ଜଣ ଛାତ୍ରଙ୍କୁ ଗିରଫ କରିଛି। ଏହା ସହ ରେଢ଼ାଖୋଲ ଉପଖଣ୍ଡ ନାକଟିଦେଉଳ ମହାବିଦ୍ୟାଳୟର କିରାଣୀ ଆଲୋକ ସାହୁ ଓ ଜଣେ କମ୍ପ୍ୟୁଟର ଦୋକାନୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ କଲେଜ ଓ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.