ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ସିମେଣ୍ଟ ବୋଝେଇ ଟ୍ରକ ଓଲଟି ୧୨ ଆହତ

Published By : Prameya | October 2, 2024 11:20 PM

କରଞ୍ଜିଆ, ୨।୧୦ :ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା,ଭୀମକୁଣ୍ଡ-କେନ୍ଦୁଜିଆଣି ରାସ୍ତାରେ ଆଜି ସନ୍ଧ୍ୟାରେ ଏକ ସିମେଣ୍ଟ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି।ଘଟଣାସ୍ଥଳରୁ ସମସ୍ତଙ୍କୁ ସ୍ଥାନୀୟ ଲୋକମାନେ ଉଦ୍ଧାର କରି ଏକ ପିକଅପ ଗାଡିରେ ସେମାନଙ୍କୁ ଆଣି ଚିକିତ୍ସା ପାଇଁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଗୁରୁତର ଥିବା ୪ ଜଣକୁ ପ୍ରାଥମିକ ଚିକିତ୍ସା ପରେ ଘଷିପୁରା ସ୍ୱାସ୍ଥ୍ୟ କେନ୍ଦ୍ର କୁ ସ୍ଥାନାନ୍ତର କରାଯାଇଛି।

ଖଣ୍ଡବନ୍ଧ ଗ୍ରାମରୁ ଏକ ସିମେଣ୍ଟ ବୋଝେଇ ଗାଡ଼ିରେ ବସି ଶ୍ରମିକ ମାନେ କେନ୍ଦୁଜିଆଣି ନିକଟ ସରୁବିଲ ଓ ଅସନବଣି ଗ୍ରାମକୁ ଆସୁଥିଲେ। ଅସୁଥିବା ସମୟରେ କେନ୍ଦୁଜିଆଣି ନିକଟ ଯୋଡିବିଲ ଗ୍ରାମ ନିକଟରେ ଟ୍ରକଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡିଥିଲା।ଦୁର୍ଘଟଣା ରେ ଟ୍ରକ ଡ୍ରାଇଭର ଶଙ୍କର ବାସ୍କେ ଙ୍କ ସମେତ ସାରୁବିଲ ଗ୍ରାମର ଜୟସିଂ ମାରାଣ୍ଡି ଓ ଅସନବଣି ଗ୍ରାମର ଅଜୟ ହୋ ଓ ରଘୁ ମାଝୀ ଙ୍କୁ ଗୁରୁତର ଅବସ୍ଥାରେ  ଚିକିତ୍ସା ପାଇଁ ଘଷିପୁରା ସ୍ୱାସ୍ଥ୍ୟ କେନ୍ଦ୍ର କୁ ସ୍ଥାନାନ୍ତର କରାଯାଇଛି। ସେହିପରି ଅସନବଣି ଗ୍ରାମର ଚନ୍ଦ୍ର ମାଝୀ, ସମାୟ ଟୁଡୁ,ରାମଚନ୍ଦ୍ର ମାଝୀ, ରାମ ମାରାଣ୍ଡି,ଓ ସାରୁବିଲ ଗ୍ରାମର ଜୟସିଂ ମାରାଣ୍ଡି,ଖୁଦୁ ମାରାଣ୍ଡି,ପରେଶ ଚନ୍ଦ୍ର ସରେନ,ଚୁଡ଼ିଆ ମାଝି ଆହତ ଅବସ୍ଥାରେ ଠାକୁରମୁଣ୍ଡା ସ୍ୱାସ୍ଥ୍ୟ କେନ୍ଦ୍ର ରେ ଚିକିତ୍ସିତ ହେଉଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.