ପ୍ରମୂଖ ଖବର
  • ନୂଆପଡ଼ା : ଲଗାଣ ବର୍ଷାରେ ଭୁଶୁଡ଼ିଲା ନିର୍ମାଣାଧୀନ କୁକୁଡ଼ା ଫାର୍ମ କାନ୍ଥ, ଚାପି ହୋଇ ଦୁଇ ମହିଳା ମୃତ
  • ||
  • ବିଶ୍ୱ ପୁଲିସ ଓ ଅଗ୍ନିଶମ କ୍ରୀଡ଼ାରେ ଇତିହାସ ରଚିଲା ଓଡ଼ିଶା ପୁଲିସ; ମିଳିଲା ୯ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ୩ଟି ବ୍ରୋଞ୍ଜ ପଦକ
  • ||
  • ଝାରସୁଗୁଡାରେ ବର୍ଷା ବିତ୍ପାତ, ୪ ବ୍ଲକରେ ଅତି ପ୍ରବଳ ବର୍ଷା ରେକର୍ଡ
  • ||
  • କଟକ : କାର୍‌ - ବାଇକ୍‌ ମୁହାଁମୁହିଁ ଧକ୍କା; ଜଣେ ଗୁରୁତର, ୨ ଆହତ
  • ||
  • ନୟାଗଡ଼ : ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ, ଅଭିଯୁକ୍ତ ଅଟକ
  • ||
  • ପୂଜାର୍ଚ୍ଚନା ପରେ ଖୋଲିଲା ହୀରାକୁଦର ୭ ନମ୍ବର ଗେଟ୍, ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

୧୨ କ୍ଵିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ

Published By : Harapriya Sethi | March 20, 2025 8:49 AM

ଭୁବନେଶ୍ୱର, ୨୦/୦୩: ଚାଉଳ ବୋଝେଇ ଟ୍ରକ୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ । ପୋଡ଼ାପଦର୍ ହାଇସ୍କୁଲ ପଡିଆ ନିକଟରେ ମାଡ଼ି ବସିଲା ପୋଲିସ । ଟ୍ରକ୍‌ରୁ ଜବତ ହେଲା ୧୨ କ୍ଵିଣ୍ଟାଲ ଗଞ୍ଜେଇ । ଗାଡ଼ି ସହିତ ୨ ଜଣଙ୍କୁ ଗିରଫ କଲା ଘଣ୍ଟାପଡ଼ା ପୋଲିସ । ବୌଦ୍ଧ ଜିଲ୍ଲା ପୋଡ଼ାପଦର୍ ହାଇସ୍କୁଲ ପଡିଆ ନିକଟରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଫିଲ୍ମ ଷ୍ଟାଇଲ୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ । ଏକ ଚାଉଳ ବୋଝେଇ ଟ୍ରକରେ ବିପୁଳ ପରିମାଣର ଗଞ୍ଜେଇ ଲୁଚାଇ ଚାଲାଣ କରାଯାଉଥିଲା । ଏନେଇ ଏକ ବିଶେଷ ସୂତ୍ରରୁ ଖବର ପାଇ ବାଟରେ ଛକି ବସିଥିଲା ପୋଲିସ । ପୋଡ଼ାପଦର୍ ହାଇସ୍କୁଲ ପଡିଆ ନିକଟରେ ଟ୍ରକ୍‌ଟି ଯାଉଥିବା ବେଳେ ମାଡ଼ି ବସିଲା ଘଣ୍ଟାପଡ଼ା ପୋଲିସ । ଉକ୍ତ ଗାଡ଼ିରୁ ୧୨ କ୍ଵିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ୨୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି । ଚାଲାଣରେ ବ୍ୟବହୃତ ଟ୍ରକ୍‌କୁ ଜବତ କରି ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଏହା ସହ ଘଟଣାର ତଦନ୍ତ କରୁଛି ଘଣ୍ଟାପଡ଼ା ପୋଲିସ ।  

ଏହି ଖବରଟିକୁ ପଢ଼ନ୍ତୁ-  ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍‌ ଇଣ୍ଡିଆର ଏଟିଏମ୍‌ ତାଡି ନେଲେ ଦୁର୍ବୃତ୍ତ, ଜେସିବି ମାଲିକ ଅଟକ 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.